ଖଡ଼ଗ ନଦୀରେ ପୋଲ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର

ଦାରିଙ୍ଗବାଡି,୧୩।୫(ଡି.ଏନ.ଏ): ଦାରିଙ୍ଗବାଡ଼ିର ଖଡ଼ଗ ନଦୀ ଉପରେ ପୋଲ ନିର୍ମାଣ ପାଇଁ ଶୁକ୍ରବାର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ଏଥିରେ ସ୍ଥାନୀୟ ବିଧାୟକ ସାଲୁଗା ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ଅନ୍ୟତମ ଅତିଥିଙ୍କ ମଧ୍ୟରେ ଦାରିଙ୍ଗବାଡି ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ, ଜିଲା ପରିଷଦ ସଦସ୍ୟ ରଞ୍ଜନ କୁମାର ପ୍ରଧାନ, ଟିଡିସିସିଓଏଲର ରାଜ୍ୟ ଉପାଧ୍ୟକ୍ଷ ଦିଲୀପ କୁମାର ପ୍ରଧାନ ଓ ସ୍ଥାନୀୟ ଜନ ପ୍ରତିନିଧିମାନେ ଯୋଗଦାନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ରମାକାନ୍ତ ପଟ୍ଟନାୟକ, କନିଷ୍ଠ ଯନ୍ତ୍ରୀ ସଞ୍ଜୟ ବେହେରା ଉପସ୍ଥିତ ଥିଲେ।
ଏକଦା ଖଡ଼ଗ ନଦୀ କହିଲେ ଲୋକଙ୍କ ଛାତି ଥରୁଥିଲା। ଉକ୍ତ ନଦୀ ବର୍ଷା ଦିନରେ ଏକାଧିକ ଲୋକ ଓ ଗୃହପାଳିତ ପ୍ରାଣୀଙ୍କ ଜୀବନ ନେଇଛି। ଛାତ୍ରୀଛାତ୍ରଙ୍କ ବର୍ଷା ଦିନରେ ବିଦ୍ୟାଳୟ ଯିବା ଏକ ପ୍ରକାର ଠପ ହୋଇଯାଏ। ଉକ୍ତ ଖଡ଼ଗ ନଦୀ ୫୯ନଂ ଜାତୀୟର ଲକଟି ଠାରୁ ତିଲୋରୀ ପଞ୍ଚାୟତକୁ ସଂଯୋଗ କରୁଛି ତେବେ ଦିର୍ଘ ବର୍ଷ ଧରି ଅଞ୍ଚଳବାସୀ ଖଡ଼ଗ ନଦୀରେ ପୋଲ ନିର୍ମାଣ ପାଇଁ ଦାବି କରୁଥିଲେ। ଜିଲା ପ୍ରଶାସନ ୨୦୧୪ରୁ ପ୍ରୟାସ କରିଥିଲେ ସୁଦ୍ଧା ଅନୁଦାନ ଆସିପାରିନଥିଲା। ଏବେ ବିଧାୟକ ଉକ୍ତ ପୋଲ ପାଇଁ ରାଜ୍ୟ ସରକାରଙ୍କ ନିକଟରେ ଜଣାଇବା ପରେ ବିଜୁ ସେତୁ ଯୋଜନାରେ ୫କୋଟି ୪୮ ଟଙ୍କା ଅନୁଦାନ ଆସିଛି । ଶୁକ୍ରବାର ଏହାର ଭିତ୍ତିପ୍ରସ୍ତର କରାଯାଇଛି। ଏହି ପୋଲ କାର୍ଯ୍ୟ ୨୦୨୫ ସୁଦ୍ଧା ଶେଷ କରାଯାଇ ଲୋକାର୍ପଣ କରାଯିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି। ସେହିପରି ବୁଡ଼ାଗୁଡାଠାରୁ ବୁରାଙ୍ଗିଆକୁ ସଂଯୋଗ କରୁଥିବା ୮ କି. ମି ରାସ୍ତା ସମ୍ପ୍ରସାରଣ କରାଯିବ । ସେଥିପାଇଁ ବିଧାୟକ ଏହାକୁ ମଧ୍ୟ ଭିତ୍ତି ପ୍ରସ୍ତର କରିଛନ୍ତି। ଏହି ରାସ୍ତା ପାହାଡ଼ ଉପରେ ଯାଇଥିବା ବେଳେ ପାଦ ଚଲା ରାସ୍ତା ରହିଥିଲା । ତାକୁ ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ସମ୍ପ୍ରସାରଣ ପାଇଁ ପ୍ରାୟ ୭ କୋଟି ଟଙ୍କା ଅନୁଦାନ ରହିଛି। ଆସନ୍ତା ଏକ ବର୍ଷ ମଧ୍ୟରେ ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ଶେଷ କରାଯିବ ବୋଲି ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ରମାକାନ୍ତ ପଟ୍ଟନାୟକ କହିଛନ୍ତି। ଦୀର୍ଘ ଦିନର ସ୍ବପ୍ନ ପୁରଣ ହୋଇଥିବାରୁ ବୁଡ଼ାଗୁଡା ସମେତ କୁକେରମାହା, ଡାଡେରମୁଣ୍ଡା, ବୁରାଙ୍ଗିଆବାସୀ ସ୍ଥାନୀୟ ବିଧାୟକଙ୍କ ସମେତ ମୁଖ୍ୟମନ୍ତ୍ରୀଙ୍କୁ ସାଧୁବାଦ ଜଣାଇଛନ୍ତି। ବୁଡ଼ାଗୁଡ଼ାର ଏହି କାର୍ଯ୍ୟକ୍ରମକୁ ସରପଞ୍ଚ ତାତୁରା ପ୍ରଧାନ, ସମିତିସଭ୍ୟ ଶ୍ରୀକାନ୍ତ ପ୍ରଧାନ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ…

ଚାଷଜମିରେ କାମ କରୁଥିବା ବେଳେ ଟଳିପଡିଲେ, ଅଂଶୁଘାତରେ ଚାଲିଗଲା ଜୀବନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ହନୁମାନ ମନ୍ଦିର ସାହିର ରଘୁନାଥ ଗୌଡ଼(୪୨) ରବିବାର ମଧ୍ୟାହ୍ନରେ ଅଂଶୁଘାତରେ…

ପୂର୍ବତନ ସମିତିସଭ୍ୟଙ୍କ ଘରେ ଚାଲିଥିଲା ଦେଶୀମଦ ଭାଟି, ଚଢ଼ାଉ କରି ଭାଙ୍ଗିଲା ପୋଲିସ

ନନ୍ଦପୁର,୧୭ା୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକର ବନମାଳିପୁଟ ଗ୍ରାମପଞ୍ଚାୟତର ପୂର୍ବତନ ସମିତିସଭ୍ୟ ରମେଶ ବିଶୋଇଙ୍କ ଭିମାରୀପୁଟ ସ୍ଥିତ ଘରେ ସ୍ଥାପିତ…

ପଞ୍ଜାବକୁ ହରାଇ ପ୍ଲେଅଫ୍‌ରେ ସ୍ଥାନ ପକ୍କା କଲା ଆର୍‌ସିବି

ଧର୍ମଶାଳା,୧୭ା୫: ଭେଙ୍କଟେଶ ଆୟାରଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ରବିବାର ଖେଳାଯାଇଥିବା ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୨୩ ରନରେ ପଞ୍ଜାବ କିଙ୍ଗ୍ସକୁ ପରାସ୍ତ କରିଛି। ଏହି…

ଆହତ ସତ୍ତ୍ୱେ ଖେଳିଲେ ବରୁଣ, ହସ୍ତକ୍ଷେପ କରିପାରେ ବିସିସିଆଇ

ନୂଆଦିଲ୍ଲୀ,୧୭ା୫: ଆହତ ସତ୍ତ୍ୱେ ବରୁଣ ଚକ୍ରବର୍ତ୍ତୀ ଶନିବାର ଗୁଜରାଟ ଟାଇଟନ୍ସ ବିପକ୍ଷ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ ପାଇଁ ସମ୍ପୂର୍ଣ୍ଣ ୪ ଓଭର ବୋଲିଂ କରିଥିଲେ। ଏହି…

ସୁନାଥରରେ ଗ୍ଯାସ ସିଲିଣ୍ଡର ବିସ୍ଫୋରଣ ଘଟଣା, ଆଠଦିନର ସଂଗ୍ରାମ ପରେ ଆଖିପୁଜିଲେ ପ୍ରଶନ

ପୁରୁଷୋତ୍ତମପୁର,୧୭ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ସିଲିଣ୍ଡର ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ହୋଇଛି । ଗତ ରବିବାର ସନ୍ଧ୍ୟାରେ…

ଭାରସାମ୍ଯ ହରାଇ ଗଛକୁ ପିଟିଲା ଟ୍ରକ, ଡ୍ରାଇଭର ମୃତ

ପୁରୁଷୋତ୍ତମପୁର,୧୭ା୫( ସବିତା ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ଥାନା ଆନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ଯରାସ୍ତାର ବାଇଧର ମନ୍ଦିର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଲାଣି ଠାରେ ଏକ…

ନିଖିଲଙ୍କୁ ଗୋଡ଼ାଇ ଗୁଳି କରିଥିଲେ ଦୁର୍ବୃତ୍ତ, ୯ ଜଣଙ୍କୁ ବାନ୍ଧିଲା ପୋଲିସ

ଗୁଣପୁର,୧୭ା୫(ସୁଜାତା ପାଢ଼ୀ)- ରାୟଗଡ଼ା ଥାନା ପୋଲିସ ନିଖିଳଙ୍କୁ ଗୁଳି କରି ହତ୍ୟା କରାଯିବା ମାମଲାର ପର୍ଦ୍ଦାଫାଶ କରିଛି । ହତ୍ୟାକାଣ୍ଡରେ ଜଡ଼ିତ ଥିବା ୯ ଜଣଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri