ନଦୀବନ୍ଧ ସୁଦୃଢ଼ୀକରଣ ପାଇଁ ଭିତ୍ତିପ୍ରସ୍ତର

ଧର୍ମଶାଳା,୧୯।୩(ଡି.ଏନ.ଏ.): ଧର୍ମଶାଳା ବ୍ଲକ୍‌ ଜାରକା ଜଳ ସମ୍ପଦ ବିଭାଗ ଅଧୀନ ଉତ୍ତରପ୍ରତାପ ପଞ୍ଚାୟତର କେଲୁଅ ନଦୀବନ୍ଧ ବାମପାର୍ଶ୍ୱରେ ଚାନ୍ଦମୋହିନୀଠାରୁ ନାଳକୂଳ ପର୍ଯ୍ୟନ୍ତ ନଦୀବନ୍ଧର ସୁଦୃଢ଼ୀକରଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ଏଥିରେ ମୁଖ୍ୟ ଅତିଥିଭାବେ ଜଳ ସମ୍ପଦ ମନ୍ତ୍ରୀ ଟୁକୁନି ସାହୁ, ଅତିଥିଭାବେ ଧର୍ମଶାଳା ବିଧାୟକ ପ୍ରଣବ କୁମାର ବଳବନ୍ତରାୟ ଓ ପଞ୍ଚାୟତ ସମିତି ଅଧ୍ୟକ୍ଷ ପ୍ରଭାତ କୁମାର ବଳବନ୍ତରାୟ ଯୋଗଦେଇ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଜାରକା ଜଳସେଚନ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ କାମଦେବ ଦାସ, ସହକାରୀ ନିର୍ବାହୀ ଯନ୍ତ୍ରୀ ସବ୍ୟସାଚୀ ବିଶ୍ୱାଳ, ସହକାରୀ ଯନ୍ତ୍ରୀ ଶୋଭନିକା ମହାନ୍ତି ଯୋଗଦେଇ କହିଥିଲେ, ଏହି କାମ ପାଇଁ ୫ କୋଟି ୫୦ ଲକ୍ଷ ଟଙ୍କା ବ୍ୟୟ ଅଟକଳ କରାଯାଇଥିଲାବେଳେ ଠିକାଦାରଙ୍କ ସହିତ ୪ କୋଟି ୬୩ ଲକ୍ଷ ଟଙ୍କାରେ ଚୁକ୍ତି କରାଯାଇଛି। ପରେ ମନ୍ତ୍ରୀ ସାହୁଙ୍କୁ ଜାରକାଠାରୁ ଧର୍ମଶାଳା ମହିଳା ବିଜେଡି ଏବଂ ବିଜେଡି ଗାର୍ଲସ ୱିଙ୍ଗ କର୍ମୀମାନେ ଏକ ସ୍କୁଟି ରାଲିରେ ଉତ୍ତରପ୍ରତାପ ପଞ୍ଚାୟତର ନରସିଂହପୁର ପର୍ଯ୍ୟନ୍ତ ପାଛୋଟି ନେଇଥିଲେ। ୧୪ନଂ. ଜୋନ୍‌ ଜିଲା ପରିଷଦ ସଭ୍ୟ ଜଳଧର ମହାନ୍ତିଙ୍କ ସଭାପତିତ୍ୱରେ ନରସିଂହପୁରର ଖେଳ ପଡିଆଠାରେ ଅନୁଷ୍ଠିତ ସଭାରେ ମନ୍ତ୍ରୀ ଯୋଗଦେଇ ସରକାରଙ୍କ ସଫଳତା ବର୍ଣ୍ଣନା କରିବା ସହିତ ଧର୍ମଶାଳାର ବିକାଶ ପ୍ରତି ତାଙ୍କର ଅବଦାନ ରହିବ ବୋଲି ମତବ୍ୟକ୍ତ କରିଥିଲେ। ଧର୍ମଶାଳା ବିଧାୟକ ଯୋଗଦେଇ ୨୦୨୩-୨୪ ବର୍ଷରେ ଧର୍ମଶାଳାରେ ୨ ସେତୁ ପାଇଁ ସରକାରଙ୍କ ପକ୍ଷରୁ ହଜାର କୋଟିରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟ ଅଟକଳ ରଖାଯାଇଛି ବୋଲି କହିଥିଲେ। ସଭାରେ ଧର୍ମଶାଳା ନିର୍ବାଚନମଣ୍ଡଳୀର ସମସ୍ତ ପଞ୍ଚାୟତ ପ୍ରତିନିଧି ଓ ସାଧାରଣ ଜନତା ଯୋଗଦାନ ଦେଇଥିଲେ। ବିଜେଡି ନିର୍ବାଚନମଣ୍ଡଳି ସଭାପତି ଜଳଧର ସାହୁ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri