ଆର୍‌ଡିଏସ୍‌ଏସ୍‌ ପ୍ରକଳ୍ପର ଭିତ୍ତିପ୍ରସ୍ତର

ନୂଆଦିଲ୍ଲୀ,୧୧।୮: ଦେଶର ପ୍ରମୁଖ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ତଥା ପାଓ୍ବାର ଗ୍ରୀଡ୍‌ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ପାଓ୍ବାର ଗ୍ରୀଡ୍‌)ର ବହୁ ପ୍ରତୀକ୍ଷିତ ପ୍ରକଳ୍ପ ରିଭାମ୍ପପ୍‌ଡ ଡିଷ୍ଟ୍ରିବ୍ୟୁଶନ ସେକ୍ଟର ସ୍କିମ୍‌(ଆର୍‌ଡିଏସ୍‌ଏସ୍‌)ର ଭିତ୍ତିପ୍ରସ୍ତର ଉତ୍ସବ ନିକଟରେ ଆୟୋଜିତ ହୋଇଯାଇଛି। ଏପରିକି ୟୁନିୟନ ଟେରିଟୋରି(ୟୁଟି) ଲାଦାଖର ରାଜ ନିୱାସ ଲେଠାରେ ଏକ ସ୍ବତନ୍ତ୍ର ସମାରୋହ ଉତ୍ସବର ଆୟୋଜନ କରାଯାଇଥିଲା। ଏହି ଅବସରରେ ଲ୍ୟୁଟ୍‌ନାଣ୍ଟ ଗଭର୍ନର, ଲଦାଖ, ବ୍ରିଗ.(ଡ) ବି.ଡି . ମିଶ୍ର (ରିଟାୟର୍ଡ) ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଭିତ୍ତିପ୍ରସ୍ତର ଶୁଭାରମ୍ଭ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଆଡଭୋକେଟ୍‌ ତାସି ଗିଆଲସନ୍‌ ଚେୟାରମ୍ୟାନ୍‌/ ସିଇସି ଏଲ୍‌ଏଏଚ୍‌ଡିସି ଲେ, ଡ. ଜାଫର ଆଖୋନ୍‌, ଚେୟାରମ୍ୟାନ୍‌/ସିଇସି ଏଲ୍‌ଏଏଚ୍‌ଡିସି କାର୍‌ଗିଲ, ଡ. ପୱନ କୋଟୱାଲ,ଆଇଏଏସ୍‌,ଲ୍ୟୁଟ୍‌ନାଣ୍ଟ ଗଭର୍ନରଙ୍କ ଉପଦେଷ୍ଟା ଲଦାଖ, ,ଆର୍‌.କେ.ତ୍ୟାଗୀ, ଅଧ୍ୟକ୍ଷ ପରିଚାଳନା ନିର୍ଦ୍ଦେଶକ, ପାୱାର ଗ୍ରୀଡ୍‌ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ ଏବଂ ବିକ୍ରମ ସିଂ ମଲିକ, ଆଇଏଏସ୍‌, ପ୍ରଶାସନିକ ସଚିବ, ଶକ୍ତି ବିକାଶ ବିଭାଗ, ଲଦାଖ ୟୁଟି, ସନ୍ତୋଷ ସୁଖଦେବ, ଆଇଏଏସ୍‌, ଡେପୁଟି କମିଶନର, ଲେହ ଲଦାଖ ଜିଲା ପ୍ରଶାସନର ବରିଷ୍ଠ ଅଧିକାରୀ, ପାଓ୍ବାର ଗ୍ରୀଡ୍‌ କର୍ପୋରେଶନ୍‌ ଅଫ୍‌ ଇଣ୍ଡିଆ ଲିମିଟେଡ୍‌, ଲଦାଖର ଶକ୍ତି ବିକାଶ ବିଭାଗ ୟୁଟି ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ବିଭାଗଗୁଡ଼ିକର ଅଧିକାରୀମାନେ ମଧ୍ୟ ଉପସ୍ଥିତ ଥିଲେ। ଏ ସମ୍ପର୍କରେ ପାଓ୍ବାର ଗ୍ରୀଡ୍‌ର ସିଏମ୍‌ଡି ଆର୍‌.କେ. ତ୍ୟାଗୀ କହିଥିଲେ, ଆମେ ଆମର ନୂତନ ପ୍ରକଳ୍ପର ଶୁଭାରମ୍ଭ ଓ ଭିତ୍ତିପ୍ରସ୍ତରକରି ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଆମେ ଆମର ପ୍ରତିଶ୍ରୁତି ଅନୁଯାୟୀ ସମ୍ପୃକ୍ତ ଅଞ୍ଚଳରେ ବିକାଶ କରାଯିବା ସହ ଲଦାଖର ଶକ୍ତି ଭିତ୍ତିଭୂମିର ସ୍ଥାୟୀ ବିକାଶ ଉପରେ ସେ ଗୁରୁତ୍ୱାରୋପ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ: ରାସ୍ତାରେ ପଡ଼ିଲା ଗଛ, ଭାଙ୍ଗିଲା ଘର

ନନ୍ଦପୁର,୩୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଓ ଲମତାପୁଟ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି। ଘୂର୍ଣ୍ଣିଝଡ଼ ଓ ପ୍ରବଳ ବର୍ଷା ଯୋଗୁ…

କାୟା ମେଲାଇଲାଣି କାରୋନାର ନୂଆ ଭାରିଆଣ୍ଟ, ୨୩ଟି ଦେଶରେ ବ୍ୟାପିଲା, ଜାଣନ୍ତୁ ଏହା କେତେ ବିପଦ

ନୂଆଦିଲ୍ଲୀ,୩୦।୩: ଯେତେବେଳେ ବି କରୋନା ଭାଇରସ ବିଲୁପ୍ତ ହେବାର ଦ୍ୱାରଦେଶରେ ଥାଏ, ସେତେବେଳେ ଏକ ନୂତନ ପ୍ରକାର ବ୍ୟାପିଥାଏ ଏବଂ ଲୋକଙ୍କୁ ଦ୍ରୁତ ଗତିରେ ସଂକ୍ରମିତ କରିଥାଏ।…

ଟୋକନ ଅବଧି ନେଇ ମୁହଁ ଖୋଲିଲେ ଶାରଦା: କହିଲେ ଦୁଇ ଦିନରେ…

ଭୁବନେଶ୍ୱର,୩୦।୩: ଟୋକନ ଅବଧି ନେଇ ମୁହଁ ଖୋଲିଲେ ବିଜେଡି ବିଧାୟକ ଶାରଦା ଜେନା। ସେ କହିଛନ୍ତି, ୭ ଦିନ ବୃଦ୍ଧି କରିବାକୁ ଦାବି କରିଥିଲୁ। ଧନ୍ୟବାଦ ସେ…

ଆତ୍ମସମର୍ପଣ କଲେ ଝାଡ଼ଖଣ୍ଡର ଗ୍ରୁପ ବି ମହିଳା ମାଓବାଦୀ

ରାଉରକେଲା,୩୦।୩(ସଂଗୀତା ଜେନା): ସୀମାନ୍ତ ଅଞ୍ଚଳକୁ ମାଓବାଦୀ ମୁକ୍ତ କରିବାରେ ରାଉରକେଲା ପୋଲିସର ଜାରି ରହିଥିବା ଉଦ୍ୟମକୁ ପୁଣି ଏକ ସଫଳତା ମିଳିଛି। ସରଣ୍ଡା ଜଙ୍ଗଲରେ ସକ୍ରିୟ ଥିବା…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଶାହରୁଖ ଖାନ୍‌: ସିନେ ଇଣ୍ଡଷ୍ଟ୍ରିରେ ପଡ଼ିଗଲା ଚହଳ

ମଧ୍ୟପ୍ରାଚରେ ଚାଲିଥିବା ଯୁଦ୍ଧ ସାରା ବିଶ୍ୱରେ ପ୍ରଭାବ ପକାଇଛି। କେବଳ ଘରୋଇ ବଜାରରେ ନୁହେଁ ବରଂ ସିନେ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବଲିଉଡ…

ପାକିସ୍ତାନ ମାଧ୍ୟମରେ ଇରାନକୁ ଏମିତି ପ୍ରସ୍ତାବ ଦେଲେ ଟ୍ରମ୍ପ, ରାଗିଗଲା ତେହେରାନ, ଦେଲା ଏମିତି ଜବାବ

ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟ ବିବାଦ ମଧ୍ୟରେ ଇରାନ ଆମେରିକାର ୧୫-ସୂତ୍ରୀ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି। ଇରାନର ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଇସମାଇଲ ବାଘାଇ କହିଛନ୍ତି , ତେହେରାନକୁ ଦିଆଯାଇଥିବା…

ହର୍ମୁଜ ଶକ୍ତି ସଙ୍କଟ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ସରକାର: ଏବେ ଗହମ-ଚାଉଳ ସହିତ ମିଳିବ…

ନୂଆଦିଲ୍ଲୀ,୩୦।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି। ଏହା ଭାରତ ସମେତ ବିଶ୍ୱକୁ ଶକ୍ତି ଯୋଗାଣକୁ ପ୍ରଭାବିତ…

ସ୍ତ୍ରୀଙ୍କ ତଣ୍ଟିଚିପି ମାରିଦେଇଥିଲେ ସ୍ବାମୀ: ମିଳିଲା ଏମିତି ଦଣ୍ଡ

ଗୁଣପୁର,୩୦।୩(ସୁଜାତା ପାଢ଼ୀ): ସ୍ତ୍ରୀ ହତ୍ୟା ମାମଲାରେ ସ୍ବାମୀଙ୍କୁ ଆଜୀବନ ସଶ୍ରମ କାରାଦଣ୍ଡ ହୋଇଛି। ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଗାଦିଆଖଳା ପଞ୍ଚାୟତ ବାୟାଗୁଡ଼ା ଗ୍ରାମର ସୁରେନ୍ଦ୍ର ଶବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri