୧୨ ଜିଲାରେ ୨୭ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର

ଭୁବନେଶ୍ୱର,୧୬।୯(ସୁନିତ୍‌ ମିଶ୍ର): ସୋମବାର ଓୟୁଏଟି କନ୍‌ଭେନସନ ସେଣ୍ଟରଠାରେ ଶିଳ୍ପ ବିଭାଗ ଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମରେ ୧୨ ଜିଲାରେ ସମୁଦାୟ ୨୭ଟି ଶିଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହାଦ୍ୱାରା ଓଡ଼ିଶାର ଶିଳ୍ପ ଇତିହାସରେ ଆଉ ଏକ ସ୍ବର୍ଣ୍ଣିମ ଅଧ୍ୟାୟ ଯୋଡ଼ିହୋଇଛି ବୋଲି ସେ କହିଛନ୍ତି। ୨୭ ପ୍ରକଳ୍ପ କାର୍ଯ୍ୟକାରୀ ହେବା ପାଇଁ ୨୫ ହଜାର କୋଟି ଟଙ୍କାରୁ ଊର୍ଦ୍ଧ୍ୱ ପୁଞ୍ଜି ବିନିଯୋଗ କରାଯାଉଛି। ଏହାଦ୍ୱାରା ୫୨ ହଜାରରୁ ଅଧିକ ଯୁବତୀଯୁବକଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟିହେବା ସୁନିଶ୍ଚିତ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏହି ଅବସରରେ ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି, ଶିଳ୍ପ ସ୍ଥାପନ ପାଇଁ ଓଡ଼ିଶା ସରକାରଙ୍କ ନୀତି ଓ ନିଷ୍ଠା ପ୍ରତି ନିବେଶକମାନଙ୍କ ଆସ୍ଥା ବୃଦ୍ଧିପାଉଛି। ଓଡ଼ିଶାକୁ ପୂର୍ବ ଭାରତର ମାନୁଫାକ୍ଚରିଂ ହବ୍‌ କରିବା ପାଇଁ ଆମେ ବିଭିନ୍ନ ହାଇ ଭାଲ୍ୟୁ ପ୍ରଡକ୍ଟ ଉତ୍ପାଦନ ଦିଗରେ ନିବେଶକମାନଙ୍କୁ ଆକୃଷ୍ଟ କରୁଛୁ। ମାନୁଫାକ୍ଚରିଂ ଭାଲ୍ୟୁ ଚେନ୍‌ରେ ଆହୁରି ଉପରକୁ ଉଠି ସାରା ବିଶ୍ୱର ବଜାରରେ ପ୍ରତିଦ୍ୱନ୍ଦ୍ୱିତା କରିପାରୁଥିବା ଭଳି ସାମଗ୍ରୀ ନିର୍ମାଣ କରୁଛୁ। ଆମ ସରକାର ମାତ୍ର ୧୫ ମାସ ହେବ ଓଡ଼ିଶାର ଶାସନ ଦାୟିତ୍ୱ ନେଇଛନ୍ତି। ଏହି ଅଳ୍ପ ସମୟ ମଧ୍ୟରେ ସରକାର ୨୬୦ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁର କରିଛନ୍ତି। ଏହାଦ୍ୱାରା ୫.୬ ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶ ଆସିବା ସହ ୩.୬ ଲକ୍ଷ ନିଯୁକ୍ତି ସମ୍ଭାବନା ସୃଷ୍ଟି ହୋଇଛି। ଏହି ସମୟ ମଧ୍ୟରେ ଆମେ ୮୪ ଶିଳ୍ପ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛୁ। ଏହାଦ୍ୱାରା ଓଡ଼ିଶାରେ ୨ ଲକ୍ଷ କୋଟିରୁ ଅଧିକ ଟଙ୍କାର ପୁଞ୍ଜିନିବେଶ ହୋଇପାରିଛି ଏବଂ ୧ ଲକ୍ଷ ୬୪ ହଜାର ନିଯୁକ୍ତି ସୃଷ୍ଟି କରାଯାଇଛି। ଶିଳ୍ପପତିମାନଙ୍କୁ ଭରସା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାରେ ଶିଳ୍ପ ସ୍ଥାପନ ପାଇଁ ଉପଯୁକ୍ତ ନୀତି ସହ ପ୍ରତ୍ୟେକ କ୍ଷେତ୍ରକୁ ସ୍ବତନ୍ତ୍ର ପ୍ରୋତ୍ସାହନ ପ୍ରଦାନ କରାଯାଉଛି। ସରକାରୀ ବ୍ୟବସ୍ଥାରେ ବ୍ୟୁରୋକ୍ରାଟିକ୍‌ ପ୍ରତିବନ୍ଧକକୁ ହଟାଯାଇଛି ବୋଲି ସେ କହିଛନ୍ତି। ଏକ୍‌ ପେଡ୍‌ ମା କି ନାମ୍‌ ୨.୦ ଅଭିଯାନକୁ ସଫଳ କରିବା ପାଇଁ ଆହ୍ବାନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ସମସ୍ତ ଉଦ୍ୟୋଗୀ ତଥା ଶିଳ୍ପାନୁଷ୍ଠାନ ନିଜ ଅଞ୍ଚଳରେ ଯେତେ ଅଧିକ ସମ୍ଭବ ଚାରାରୋପଣ କରନ୍ତୁ। ବିକାଶ ଓ ପରିବେଶ ପରସ୍ପରର ପରିପୂରକ ହୋଇ କାର୍ଯ୍ୟ କରିବା ଉଚିତ। ଆସନ୍ତା୧୭ତାରିଖରେ ପ୍ରଧାନମନ୍ତ୍ରୀଙ୍କ ୭୫ତମ ଜନ୍ମଦିବସ ପାଳନହେବ। ଓଡ଼ିଶା ପ୍ରତି ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାକୁ ସମ୍ମାନ ଜଣାଇ ତାଙ୍କ ପ୍ରତି ଏକ ଉପହାର ସ୍ବରୂପ ରାଜ୍ୟବାସୀ ସେହି ଗୋଟିଏ ଦିନରେ ୭୫ ଲକ୍ଷ ଗଛ ଲଗାଇବା ପାଇଁ ନିଷ୍ପତ୍ତି କରିଛନ୍ତି।
କାର୍ଯ୍ୟକ୍ରମରେ ଅଭିଭାଷଣ ରଖି ଶିଳ୍ପମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ କହିଛନ୍ତି, ସୁଦକ୍ଷ ପ୍ରଶାସନିକ ବ୍ୟବସ୍ଥା ଏବଂ ଶିଳ୍ପ ଅନୁକୂଳ ପରିବେଶ ହିଁ ବର୍ତ୍ତମାନ ଓଡ଼ିଶାକୁ ଶିଳ୍ପ ସମୃଦ୍ଧ ଭାବେ ଏକ ପ୍ରମୁଖ ସମ୍ଭାବନାର ରାଜ୍ୟ ଭାବେ ଗଢ଼ିତୋଳିବା ପାଇଁ ସକ୍ଷମ ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ଭରସା ଓ ବିଶ୍ୱାସ ରାଜ୍ୟର ସାମଗ୍ରିକ ବିକାଶ ଓ ଅର୍ଥନୈତିକ ଅଭିବୃଦ୍ଧିରେ ଉପାଦେୟ ସାବ୍ୟସ୍ତ ହୋଇଛି ବୋଲି ସେ କହିଛନ୍ତି। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କହିଛନ୍ତି, ପ୍ରତ୍ୟେକ ବ୍ୟକ୍ତି, ଯାହାର ଇଚ୍ଛା ଓ ଦୃଢ଼ ମନୋବଳ ଅଛି ସେ ଦିନେ ନା ଦିନେ ସଫଳ ହେବେ। ମୁଖ୍ୟମନ୍ତ୍ରୀଙ୍କ ପ୍ରଚେଷ୍ଟା ସର୍ବଦା ରହିଆସିଛି, କିଭଳି ଗ୍ରାଉଣ୍ଡ ଜିରୋରୁ ସଫଳତା ମିଳିବ। ଏହି ଭରସାରେ ରାଜ୍ୟ ସରକାର ଶିଳ୍ପକ୍ଷେତ୍ରରେ ଅଗ୍ରଗତି କରୁଛନ୍ତି ବୋଲି ସେ କହିଛନ୍ତି। ଏହି କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ଅନୁ ଗର୍ଗ ଏବଂ ପ୍ରମୁଖ ଶିଳ୍ପପତିମାନେ ମଞ୍ଚାସୀନ ଥିଲେ। ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା ସ୍ବାଗତ ଭାଷଣ ଦେଇଥିଲେ। ଦକ୍ଷତା ବିକାଶ ବିଭାଗର କମିଶନର ତଥା ସଚିବ ଭୂପେନ୍ଦ୍ର ସିଂ ପୁନିଆ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Budget 2026: ଲଗାତାର ୯ମ ଥର ବଜେଟ୍ ଆଗତ କରି ରେକର୍ଡ କଲେ ନିର୍ମଳା ସୀତାରମଣ

ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରି ଏକ ନୂତନ ଇତିହାସ ରଚିଛନ୍ତି। ସେ ଭାରତର ପ୍ରଥମ ଅର୍ଥମନ୍ତ୍ରୀ…

ଏକାଗ୍ର ମନ, ତୀକ୍ଷ୍ଣ ଦୃଷ୍ଟି: ବଜେଟ ଭାଷଣ ସମୟରେ ଏମିତି ଟେବୁଲ ବାଡେଇଲେ ମୋଦି, ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧।୨: ସଂସଦୀୟ କାର୍ଯ୍ୟକାଳରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତି ସର୍ବଦା ପ୍ରଭାବଶାଳୀ, କିନ୍ତୁ ବଜେଟ ଦିବସରେ ତାଙ୍କର ଗମ୍ଭୀରତା ଏକ ଭିନ୍ନ ସ୍ତରକୁ ପହଞ୍ଚେ। ଅର୍ଥମନ୍ତ୍ରୀ ନିର୍ମଳା…

ରୋହିତ ସେଟ୍ଟୀଙ୍କ ଘର ବାହାରେ ଫାୟାରିଂ, ପହଞ୍ଚିଲା ମୁମ୍ବାଇ ପୋଲିସ 

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ତଥା ନିର୍ଦ୍ଦେଶକ ରୋହିତ ସେଟ୍ଟୀଙ୍କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ଶନିବାର ବିଳମ୍ବିତ ରାତିରେ ତାଙ୍କ ଘର ବାହାରେ…

ଭଡ଼ାଘରୁ ମିଳିଲା ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ, ମହାବିଦ୍ୟାଳୟର ପଛ ପଟେ…

ଖୋର୍ଦ୍ଧା,୧ା୨(ପ୍ରଭାତ ପାଣିଗ୍ରାହୀ): ଭଡ଼ାଘରୁ ଜଣେ ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ଖୋର୍ଦ୍ଧା ଜିଲା ବୋଲଗଡ଼ ପରମାନନ୍ଦ ମହାବିଦ୍ୟାଳୟର ଓଡ଼ିଆ ବିଭାଗର ଅଧ୍ୟାପିକା ବର୍ଷା ରାଣୀ ଗଜେନ୍ଦ୍ରଙ୍କ…

ଫେବୃଆରୀ ୬ରୁ ରାମଚଣ୍ଡୀ ମହୋତ୍ସବ: ଦର୍ଶକଙ୍କ ମନମୋହିବ…

ଗଞ୍ଜାମ,୧।୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ନୀଳାଦ୍ରିପୁରସ୍ଥିତ ପ୍ରସିଦ୍ଧ ମା’ ରାମଚଣ୍ଡୀଙ୍କ ଶକ୍ତିପୀଠରେ ଫେବୃଆରୀ ୬, ୭ ଓ ୮ ତାରିଖ ୩ଦିନ ଧରି…

 ୭୨ ବର୍ଷୀୟ ବୃଦ୍ଧଙ୍କ ନାଁରେ ଅସଦାଚରଣ ଅଭିଯୋଗ: କୋର୍ଟ ଚାଲାଣ ପରେ ଥାନା ଘେରିଲେ ଗ୍ରାମବାସୀ 

ତିହିଡ଼ି,୧।୨(ସଞ୍ଜିତ ବଳ): ତିହିଡି଼ ଥାନା ମୁକୁନ୍ଦପୁର ପଞ୍ଚାୟତ ଅଧୀନ ଆରସା ଗ୍ରାମର ଶତାଧିକ ଅଧିବାସୀ ରବିବାର ପୂର୍ବାହ୍ନରେ ଥାନା ଘେରାଉ କରିଛନ୍ତି l ଗ୍ରାମର ଜଣେ ବୃଦ୍ଧଙ୍କୁ…

Budget 2026: ବଡ ଘୋଷଣା କରିଦେଲେ ଅର୍ଥମନ୍ତ୍ରୀ, ଓଡ଼ିଶାରେ ସୃଷ୍ଟି ହେବ ନିଯୁକ୍ତି ସୁଯୋଗ

ନୂଆଦିଲ୍ଲୀ,୧।୨: ୨୦୨୬-୨୭ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ କରି ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଦେଶର ଖଣିଜ ସମ୍ପଦର ସଦୁପଯୋଗ ଏବଂ ଆମଦାନୀ…

ପୋଲିସ ଗାଡି ଧକ୍କାରେ ଗଲା ଜୀବନ

ବଲାଙ୍ଗୀର,୧।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା ପେଟ୍ରୋଲ ପମ୍ପର ନିକଟ ବୁଲାଣି ରାସ୍ତାରେ ଶନିବାର ରାତିରେ ଭୟଙ୍କର ଦୁର୍ଘଟଣା ଘଟିଛି। ମୋଟର ସାଇକେଲରେ ଆସୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri