୧୨ ଜିଲାରେ ୨୭ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର

ଭୁବନେଶ୍ୱର,୧୬।୯(ସୁନିତ୍‌ ମିଶ୍ର): ସୋମବାର ଓୟୁଏଟି କନ୍‌ଭେନସନ ସେଣ୍ଟରଠାରେ ଶିଳ୍ପ ବିଭାଗ ଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମରେ ୧୨ ଜିଲାରେ ସମୁଦାୟ ୨୭ଟି ଶିଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହାଦ୍ୱାରା ଓଡ଼ିଶାର ଶିଳ୍ପ ଇତିହାସରେ ଆଉ ଏକ ସ୍ବର୍ଣ୍ଣିମ ଅଧ୍ୟାୟ ଯୋଡ଼ିହୋଇଛି ବୋଲି ସେ କହିଛନ୍ତି। ୨୭ ପ୍ରକଳ୍ପ କାର୍ଯ୍ୟକାରୀ ହେବା ପାଇଁ ୨୫ ହଜାର କୋଟି ଟଙ୍କାରୁ ଊର୍ଦ୍ଧ୍ୱ ପୁଞ୍ଜି ବିନିଯୋଗ କରାଯାଉଛି। ଏହାଦ୍ୱାରା ୫୨ ହଜାରରୁ ଅଧିକ ଯୁବତୀଯୁବକଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟିହେବା ସୁନିଶ୍ଚିତ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏହି ଅବସରରେ ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି, ଶିଳ୍ପ ସ୍ଥାପନ ପାଇଁ ଓଡ଼ିଶା ସରକାରଙ୍କ ନୀତି ଓ ନିଷ୍ଠା ପ୍ରତି ନିବେଶକମାନଙ୍କ ଆସ୍ଥା ବୃଦ୍ଧିପାଉଛି। ଓଡ଼ିଶାକୁ ପୂର୍ବ ଭାରତର ମାନୁଫାକ୍ଚରିଂ ହବ୍‌ କରିବା ପାଇଁ ଆମେ ବିଭିନ୍ନ ହାଇ ଭାଲ୍ୟୁ ପ୍ରଡକ୍ଟ ଉତ୍ପାଦନ ଦିଗରେ ନିବେଶକମାନଙ୍କୁ ଆକୃଷ୍ଟ କରୁଛୁ। ମାନୁଫାକ୍ଚରିଂ ଭାଲ୍ୟୁ ଚେନ୍‌ରେ ଆହୁରି ଉପରକୁ ଉଠି ସାରା ବିଶ୍ୱର ବଜାରରେ ପ୍ରତିଦ୍ୱନ୍ଦ୍ୱିତା କରିପାରୁଥିବା ଭଳି ସାମଗ୍ରୀ ନିର୍ମାଣ କରୁଛୁ। ଆମ ସରକାର ମାତ୍ର ୧୫ ମାସ ହେବ ଓଡ଼ିଶାର ଶାସନ ଦାୟିତ୍ୱ ନେଇଛନ୍ତି। ଏହି ଅଳ୍ପ ସମୟ ମଧ୍ୟରେ ସରକାର ୨୬୦ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁର କରିଛନ୍ତି। ଏହାଦ୍ୱାରା ୫.୬ ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶ ଆସିବା ସହ ୩.୬ ଲକ୍ଷ ନିଯୁକ୍ତି ସମ୍ଭାବନା ସୃଷ୍ଟି ହୋଇଛି। ଏହି ସମୟ ମଧ୍ୟରେ ଆମେ ୮୪ ଶିଳ୍ପ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛୁ। ଏହାଦ୍ୱାରା ଓଡ଼ିଶାରେ ୨ ଲକ୍ଷ କୋଟିରୁ ଅଧିକ ଟଙ୍କାର ପୁଞ୍ଜିନିବେଶ ହୋଇପାରିଛି ଏବଂ ୧ ଲକ୍ଷ ୬୪ ହଜାର ନିଯୁକ୍ତି ସୃଷ୍ଟି କରାଯାଇଛି। ଶିଳ୍ପପତିମାନଙ୍କୁ ଭରସା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାରେ ଶିଳ୍ପ ସ୍ଥାପନ ପାଇଁ ଉପଯୁକ୍ତ ନୀତି ସହ ପ୍ରତ୍ୟେକ କ୍ଷେତ୍ରକୁ ସ୍ବତନ୍ତ୍ର ପ୍ରୋତ୍ସାହନ ପ୍ରଦାନ କରାଯାଉଛି। ସରକାରୀ ବ୍ୟବସ୍ଥାରେ ବ୍ୟୁରୋକ୍ରାଟିକ୍‌ ପ୍ରତିବନ୍ଧକକୁ ହଟାଯାଇଛି ବୋଲି ସେ କହିଛନ୍ତି। ଏକ୍‌ ପେଡ୍‌ ମା କି ନାମ୍‌ ୨.୦ ଅଭିଯାନକୁ ସଫଳ କରିବା ପାଇଁ ଆହ୍ବାନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ସମସ୍ତ ଉଦ୍ୟୋଗୀ ତଥା ଶିଳ୍ପାନୁଷ୍ଠାନ ନିଜ ଅଞ୍ଚଳରେ ଯେତେ ଅଧିକ ସମ୍ଭବ ଚାରାରୋପଣ କରନ୍ତୁ। ବିକାଶ ଓ ପରିବେଶ ପରସ୍ପରର ପରିପୂରକ ହୋଇ କାର୍ଯ୍ୟ କରିବା ଉଚିତ। ଆସନ୍ତା୧୭ତାରିଖରେ ପ୍ରଧାନମନ୍ତ୍ରୀଙ୍କ ୭୫ତମ ଜନ୍ମଦିବସ ପାଳନହେବ। ଓଡ଼ିଶା ପ୍ରତି ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାକୁ ସମ୍ମାନ ଜଣାଇ ତାଙ୍କ ପ୍ରତି ଏକ ଉପହାର ସ୍ବରୂପ ରାଜ୍ୟବାସୀ ସେହି ଗୋଟିଏ ଦିନରେ ୭୫ ଲକ୍ଷ ଗଛ ଲଗାଇବା ପାଇଁ ନିଷ୍ପତ୍ତି କରିଛନ୍ତି।
କାର୍ଯ୍ୟକ୍ରମରେ ଅଭିଭାଷଣ ରଖି ଶିଳ୍ପମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ କହିଛନ୍ତି, ସୁଦକ୍ଷ ପ୍ରଶାସନିକ ବ୍ୟବସ୍ଥା ଏବଂ ଶିଳ୍ପ ଅନୁକୂଳ ପରିବେଶ ହିଁ ବର୍ତ୍ତମାନ ଓଡ଼ିଶାକୁ ଶିଳ୍ପ ସମୃଦ୍ଧ ଭାବେ ଏକ ପ୍ରମୁଖ ସମ୍ଭାବନାର ରାଜ୍ୟ ଭାବେ ଗଢ଼ିତୋଳିବା ପାଇଁ ସକ୍ଷମ ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ଭରସା ଓ ବିଶ୍ୱାସ ରାଜ୍ୟର ସାମଗ୍ରିକ ବିକାଶ ଓ ଅର୍ଥନୈତିକ ଅଭିବୃଦ୍ଧିରେ ଉପାଦେୟ ସାବ୍ୟସ୍ତ ହୋଇଛି ବୋଲି ସେ କହିଛନ୍ତି। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କହିଛନ୍ତି, ପ୍ରତ୍ୟେକ ବ୍ୟକ୍ତି, ଯାହାର ଇଚ୍ଛା ଓ ଦୃଢ଼ ମନୋବଳ ଅଛି ସେ ଦିନେ ନା ଦିନେ ସଫଳ ହେବେ। ମୁଖ୍ୟମନ୍ତ୍ରୀଙ୍କ ପ୍ରଚେଷ୍ଟା ସର୍ବଦା ରହିଆସିଛି, କିଭଳି ଗ୍ରାଉଣ୍ଡ ଜିରୋରୁ ସଫଳତା ମିଳିବ। ଏହି ଭରସାରେ ରାଜ୍ୟ ସରକାର ଶିଳ୍ପକ୍ଷେତ୍ରରେ ଅଗ୍ରଗତି କରୁଛନ୍ତି ବୋଲି ସେ କହିଛନ୍ତି। ଏହି କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ଅନୁ ଗର୍ଗ ଏବଂ ପ୍ରମୁଖ ଶିଳ୍ପପତିମାନେ ମଞ୍ଚାସୀନ ଥିଲେ। ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା ସ୍ବାଗତ ଭାଷଣ ଦେଇଥିଲେ। ଦକ୍ଷତା ବିକାଶ ବିଭାଗର କମିଶନର ତଥା ସଚିବ ଭୂପେନ୍ଦ୍ର ସିଂ ପୁନିଆ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରି

ଏବେ ଆମ ଦେଶରେ ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରିର ଚାହିଦା ଅଭୂତପୂର୍ବ ଭାବେ ବୃଦ୍ଧି ପାଉଛି। ଗୁରୁତର ଆର୍ଥ୍ରାଇଟିସ ଏବଂ ଜଏଣ୍ଟର ଅନ୍ତିମ ପର୍ଯ୍ୟାୟର ରୋଗରେ ପୀଡ଼ିତ ଅନେକ…

ସଲମାନଙ୍କ ସମର୍ଥନରେ ବାହାରିଲେ ରୋହିତ ଶେଟ୍ଟୀ; ଟ୍ରୋଲର୍ସଙ୍କୁ ଦେଲେ ଜବରଦସ୍ତ ଜବାବ

ମୁମ୍ବାଇ,୨୧।୯: ବଲିଉଡ୍ ଷ୍ଟାର୍ ସଲମାନ ଖାନ୍‌ ଏବେ ‘ବିଗ୍ ବସ୍ ୨୦’କୁ ନେଇ ଚର୍ଚ୍ଚାରେ ରହିଛନ୍ତି । ନିକଟରେ ‘ୱିକେଣ୍ଡ କା ୱାର୍’ରେ ସୋସିଆଲ ମିଡିଆ ଟ୍ରୋଲର୍ସଙ୍କ…

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

ବିହାରରେ ଅସଦାଚରଣ! ବାଇକରେ ଯାଉଥିବା ନାବାଳିକା ଛାତ୍ରୀଙ୍କୁ ବ୍ୟାଡ ଟଚ୍‌; ଭିଡିଓ ଭାଇରାଲ

ପାଟନା,୨୧।୯: ବିହାରର ଜାମୁଇ ଜିଲାରେ ଏକ ରାସ୍ତା ଉପରେ ଜଣେ ନାବାଳିକା ଛାତ୍ରୀଙ୍କୁ ହଇରାଣ-ହରକତ ଓ ଅଶାଳୀନ ବ୍ୟବହାର କରାଯିବା ଏବଂ ତାଙ୍କ ସହ ଜଣେ ନାବାଳକ…

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

ସମଗ୍ର ପୃଥିବୀରେ କୋଣାର୍କ ସର୍ବାପେକ୍ଷା ଅଧିକ ଅଳଂକୃତ ମନ୍ଦିର

ଉପରେ ଯେଉଁ ଶୀର୍ଷକ ବ୍ୟବହାର କରିଛୁ, ତାହା ଫର୍ଗୁସନ୍‌ଙ୍କ ମତ। ସେ ମଧ୍ୟ ଶ୍ରୀପଦ୍ମକେଶର ମନ୍ଦିର ଶବ୍ଦ ବ୍ୟବହାର କରିନାହାନ୍ତି। ଜଣେ ଭାରତୀୟ ମନମୋହନ ଗାଙ୍ଗୁଲି ମଧ୍ୟ…

ନିଜ ନାଗରିକଙ୍କ ପାଇଁ ଆଡଭାଇଜରୀ ଜାରି କଲା ଆମେରିକା; ମଧ୍ୟ-ପୂର୍ବରେ ପରିସ୍ଥିତି ଜଟିଳ ହେବାର ଆଶଙ୍କା

ଓ୍ବାଶିଂଟନ,୨୧।୯: ଆମେରିକା ନିଜ ନାଗରିକମାନଙ୍କ ପାଇଁ ଏକ ନୂତନ ଆଡଭାଇଜରୀ ଜାରି କରି ଇରାନ ଗସ୍ତ ନ କରିବାକୁ ଅନୁରୋଧ କରିଛି। ଏଥିରେ ଆମେରିକୀୟ ନାଗରିକମାନଙ୍କୁ ଯେକୌଣସି…

ଗଞ୍ଜାମରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା, ବାଦ୍ ପଡ଼ିଲା ୧.୮୮ ଲକ୍ଷ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲାରେ ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?