ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ, ଭିଡିଓ କନ୍‌ଫରେନ୍ସିଂରେ ମୁଖ୍ୟମନ୍ତ୍ରୀ…

କାଲିମେଳା,୭ା୧(ଜୀବନକୃଷ୍ଣ ଦାସ): ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ, ପାପୁଲୁରୁ, କାଲିମେଳା ବ୍ଲକ, ମାଲକାନଗିରିରେ ହୋଇଯାଇଛି। ଯେଉଁଥିରେ ଜିଲା ତରଫରୁ ବିଧାୟକ ମାଲକାନଗିରି ନରସିଂହ ମାଡ଼କାମୀ, ବିଧାୟକ ଚିତ୍ରକୋଣ୍ଡା ପ୍ରତିନିଧି, ଉପାଧ୍ୟକ୍ଷ ମାଲକାନଗିରି ନିରଞ୍ଜନ ହାଲଦାର, ଜିଲା ମୁଖ୍ୟ ପ୍ରକଳ୍ପ ଉନ୍ନୟନ ଅଧିକାରୀ ନରେଶ ଶବର, ଜିଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣିଗ୍ରାହୀ, ଅତିରିକ୍ତ ଜିଲା ଶିକ୍ଷା ଅଧିକାରୀ ମଞ୍ଜୁଲତା ଭୋଇ, ଅତିରିକ୍ତ ଜିଲା ଶିକ୍ଷା ଅଧିକାରୀ ଭାଗୀରଥି ବେହେରା, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଚିତ୍ରକୋଣ୍ଡା ପ୍ରୀତା କୁମାର, ଗୋଷ୍ଠୀ ଶିକ୍ଷା ଅଧିକାରୀ କାଲିମେଳା ରମେଶ ବାରୋଇ, ଗୋଷ୍ଠୀ ଶିକ୍ଷା ଅଧିକାରୀ ଚିତ୍ରକୋଣ୍ଡା ଗାୟତ୍ରୀ ଦେବୀ, ବରିଷ୍ଠ ଯନ୍ତ୍ରୀ ସରୋଜ କୁମାର ସାମନ୍ତରାୟ, ସରପଞ୍ଚ ନରସିଂହ ନାୟକ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି, ପ୍ରଧାନ ଶିକ୍ଷକ, ଅଧିକାରୀ ଗଣ, ଅଞ୍ଚଳର ଛାତ୍ରୀଛାତ୍ର, ଶିକ୍ଷକ ଶିକ୍ଷୟିତ୍ରୀ, ଅଭିଭାବକ ଓ ସ୍ଥାନୀୟ ଜନସାଧାରଣ ଉପସ୍ଥିତ ଥିଲେ।

ପଞ୍ଚାୟତସ୍ତରରେ ପ୍ରଥମ ପର୍ଯ୍ୟାୟରେ ୧୧୮ଟି ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ରାଜ୍ୟରେ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ସ୍ଥାପନା ହେଇଥିବା ବେଳେ ମାଲକାନଗିରି ଜିଲା କାଲିମେଳା ବ୍ଲକ ଅନ୍ତର୍ଗତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପାପୁଲୁରଠାରେ ଏହି ବିଦ୍ୟାଳୟ ଭିତ୍ତିପ୍ରସ୍ତର ସ୍ଥାପନା ହୋଇଛି। ଏହି ଶୁଭ ଅବସରରେ ଜିଲା ଶିକ୍ଷା ଅଧିକାରୀ ମାଲକାନଗିରି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତରଫରୁ ରାଜ୍ୟ ସରକାରଙ୍କୁ ଗୁଣାତ୍ମକ ଶିକ୍ଷା ସଫଳ ପ୍ରଚେଷ୍ଟା ପାଇଁ ଧନ୍ୟବାଦ ଅର୍ପଣ କହିଛନ୍ତି। ମାନ୍ୟବର ବିଧାୟକ ଏହା ଏକ ଯୁଗାନ୍ତକାରୀ ପଦକ୍ଷେପ ସହ ଯେଉଁଠି ଅପହଞ୍ଚ ଅଞ୍ଚଳରେ ଶିକ୍ଷା ବଢ଼ିଲେ ଅନ୍ୟାନ୍ୟ ସୁବିଧା ବଢ଼ିବ ବୋଲି ଆଶା ପୋଷଣ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri