ମହାନଦୀ ଉପରେ ଦ୍ବିତୀୟ ସେତୁର ଶିଳାନ୍ୟାସ: ବରଗଡ଼ରୁ ଝାରସୁଗୁଡ଼ାକୁ କରିବ ସଂଯୋଗ

ବରଗଡ଼,୧୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଳକର ଜରିମୁଲିରୁ ଝାରସୁଗୁଡ଼ା ଜିଲା ଲଖନପୁର ବ୍ଳକ ଅନ୍ତର୍ଗତ ପୁଝାରୀପାଲିକୁ ମହାନଦୀ ଉପରେ ଦ୍ବିତୀୟ ସେତୁର ଶିଳାନ୍ୟାସ କାର୍ଯ୍ୟକ୍ରମ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଆଭାସୀ ମାଧ୍ୟମରେ କେନ୍ଦ୍ର ସଡ଼କ ପରିବହନ ଓ ରାଜମାର୍ଗ ମନ୍ତ୍ରୀ ନୀତିନ ଜୟରାମ ଗଡକରୀ ଏହାର ଶିଳାନ୍ୟାସ କରିଥିଲେ। ମହାନଦୀ ଉପରେ ସୁଉଚ୍ଚ ୩କିଲୋମିଟର ଦୈର୍ଘ୍ୟ ବିଶିଷ୍ଟ ଏହି ସେତୁ ନିର୍ମାଣ ପାଇଁ ୨୭୪କୋଟି ଟଙ୍କା ବ୍ୟୟ ବରାଦ ହୋଇଛି। ବିଗତ ୨୦୨୦ ମସିହା ଡିସେମ୍ବର ୧୮ ତାରିଖ ତତ୍କାଳୀନ ବରଗଡ଼ ଲୋକ ସଭା ଏମପି ସୁରେଶ ପୂଜାରୀଙ୍କ ପ୍ରତ୍ୟକ୍ଷ ଉଦ୍ୟମରେ ଏହି ସେତୁର ମୁଲଦୁଆ ପଡ଼ିଥିଲା। ଉଭୟ ଝାରସୁଗୁଡ଼ା ଓ ବରଗଡ଼ ଜିଲା ମଧ୍ୟରେ ଏହା ସମ୍ପର୍କର ସେତୁ ହେବ । ଏଥିପାଇଁ ଅଞ୍ଚଳରେ ଆନନ୍ଦର ଲହରୀ ଖେଳିଯାଇଛି। ଏହି ସେତୁ ହେଲେ ଅମ୍ବାଭୋନଠାରୁ ଝାରସୁଗୁଡ଼ାକୁ ଦୁରତା କମିବା ସହିତ ଯୋଗାଯୋଗ ବଢିବ। ମହାନଦୀ କୂଳରେ ଥିବା ଉଭୟ ଜିଲାର ବିଛିନ୍ନାଞ୍ଚଳ ମଧ୍ୟରେ ପରିବହନ ଓ ଯୋଗାଯୋଗ ବୃଦ୍ଧି ପାଇବ ବୋଲି ସାଧାରଣରେ ଆଶାର ସଞ୍ଚାର ଖେଲି ଯାଇଛି। ଏହି ଶିଳାନ୍ୟାସ କାର୍ଯ୍ୟକ୍ରମରେ ଅମ୍ବାଭୋନା ବ୍ଳକର ଜରିମୁଲିଠାରେ ଭଟଲି ବିଧାୟକ ଇରାସିସ ଆଚାର୍ଯ୍ୟ ଯୋଗ ଦେଇ ଉଭୟ ଜିଲାର ପରିବହନ ଓ ଯୋଗାଯୋଗ ସହ ଗମନାଗମନ ଓ ଅର୍ଥନୈତିକ ବିକାଶ ଘଟିବ ବୋଲି ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri