ମହାନଦୀ ଉପରେ ଦ୍ବିତୀୟ ସେତୁର ଶିଳାନ୍ୟାସ: ବରଗଡ଼ରୁ ଝାରସୁଗୁଡ଼ାକୁ କରିବ ସଂଯୋଗ

ବରଗଡ଼,୧୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଳକର ଜରିମୁଲିରୁ ଝାରସୁଗୁଡ଼ା ଜିଲା ଲଖନପୁର ବ୍ଳକ ଅନ୍ତର୍ଗତ ପୁଝାରୀପାଲିକୁ ମହାନଦୀ ଉପରେ ଦ୍ବିତୀୟ ସେତୁର ଶିଳାନ୍ୟାସ କାର୍ଯ୍ୟକ୍ରମ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଆଭାସୀ ମାଧ୍ୟମରେ କେନ୍ଦ୍ର ସଡ଼କ ପରିବହନ ଓ ରାଜମାର୍ଗ ମନ୍ତ୍ରୀ ନୀତିନ ଜୟରାମ ଗଡକରୀ ଏହାର ଶିଳାନ୍ୟାସ କରିଥିଲେ। ମହାନଦୀ ଉପରେ ସୁଉଚ୍ଚ ୩କିଲୋମିଟର ଦୈର୍ଘ୍ୟ ବିଶିଷ୍ଟ ଏହି ସେତୁ ନିର୍ମାଣ ପାଇଁ ୨୭୪କୋଟି ଟଙ୍କା ବ୍ୟୟ ବରାଦ ହୋଇଛି। ବିଗତ ୨୦୨୦ ମସିହା ଡିସେମ୍ବର ୧୮ ତାରିଖ ତତ୍କାଳୀନ ବରଗଡ଼ ଲୋକ ସଭା ଏମପି ସୁରେଶ ପୂଜାରୀଙ୍କ ପ୍ରତ୍ୟକ୍ଷ ଉଦ୍ୟମରେ ଏହି ସେତୁର ମୁଲଦୁଆ ପଡ଼ିଥିଲା। ଉଭୟ ଝାରସୁଗୁଡ଼ା ଓ ବରଗଡ଼ ଜିଲା ମଧ୍ୟରେ ଏହା ସମ୍ପର୍କର ସେତୁ ହେବ । ଏଥିପାଇଁ ଅଞ୍ଚଳରେ ଆନନ୍ଦର ଲହରୀ ଖେଳିଯାଇଛି। ଏହି ସେତୁ ହେଲେ ଅମ୍ବାଭୋନଠାରୁ ଝାରସୁଗୁଡ଼ାକୁ ଦୁରତା କମିବା ସହିତ ଯୋଗାଯୋଗ ବଢିବ। ମହାନଦୀ କୂଳରେ ଥିବା ଉଭୟ ଜିଲାର ବିଛିନ୍ନାଞ୍ଚଳ ମଧ୍ୟରେ ପରିବହନ ଓ ଯୋଗାଯୋଗ ବୃଦ୍ଧି ପାଇବ ବୋଲି ସାଧାରଣରେ ଆଶାର ସଞ୍ଚାର ଖେଲି ଯାଇଛି। ଏହି ଶିଳାନ୍ୟାସ କାର୍ଯ୍ୟକ୍ରମରେ ଅମ୍ବାଭୋନା ବ୍ଳକର ଜରିମୁଲିଠାରେ ଭଟଲି ବିଧାୟକ ଇରାସିସ ଆଚାର୍ଯ୍ୟ ଯୋଗ ଦେଇ ଉଭୟ ଜିଲାର ପରିବହନ ଓ ଯୋଗାଯୋଗ ସହ ଗମନାଗମନ ଓ ଅର୍ଥନୈତିକ ବିକାଶ ଘଟିବ ବୋଲି ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri