ଭଞ୍ଜନଗର ବ୍ଲକରେ ୧୧ କୋଟି ଟଙ୍କାର ତିନୋଟି ରାସ୍ତା ପ୍ରକଳ୍ପର ଶିଳାନ୍ୟାସ

ଭଞ୍ଜନଗର,୨୩ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମ୍ୟ ରାସ୍ତାର ଉନ୍ନତିକରଣ ପାଇଁ ରବିବାର ଶିଳାନ୍ୟାସ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମୋଟ ତିନୋଟି ରାସ୍ତା ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି।

ଏହି ତିନୋଟି ରାସ୍ତା ପ୍ରକଳ୍ପ ବାବଦରେ ମୋଟ ୧୧ କୋଟି ଟଙ୍କା ବ୍ୟୟ କରାଯିବ। ତିଲିସିଙ୍ଗି ଗ୍ରାମ୍ୟ ରାସ୍ତାର ଉନ୍ନତିକରଣ ପାଇଁ ୧.୯୧ କୋଟି ଟଙ୍କା। ବଡ଼ନଦୀରୁ ଚଢ଼େୟାପଲ୍ଲୀ ଭାୟା ତିଲିସିଙ୍ଗି ଗ୍ରାମ୍ୟ ଉନ୍ନୟନ ରାସ୍ତା ୨.୭୧ କୋଟି ଟଙ୍କା। ରାଇପଲ୍ଲୀରୁ ଗୋପିନାଥପୁର ଗ୍ରାମ୍ୟ ଉନ୍ନୟନ ରାସ୍ତା ୬.୩୫ କୋଟି ଟଙ୍କା ପ୍ରଦାନ କରାଯାଇଛି।

ଏହି ଅବସରରେ ବିଧାୟକ ନାୟକ କହିଛନ୍ତି ଯେ ଭଞ୍ଜନଗର ନିର୍ବାଚନ ମଣ୍ଡଳୀକୁ ରାଜ୍ୟର ଏକ ଅଗ୍ରଣୀ ନିର୍ବାଚନ ମଣ୍ଡଳୀ ଭାବେ ଗଢ଼ି ତୋଳିବା ପାଇଁ ପଦକ୍ଷେପ ନିଆଯାଉଛି। ଏହି ପ୍ରକଳ୍ପଗୁଡ଼ିକ କାର୍ଯ୍ୟକାରୀ ହେଲେ ଗମନାଗମନ କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ଆସିବ।

ଏହି କାର୍ଯ୍ୟକ୍ରମରେ ବିଡିଓ ଭାରତୀ ଦେବୀ, ଅତିରିକ୍ତ ତହସିଲଦାର ଅବିନାଶ ମହାର, ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀ ପ୍ରତାପ ନାୟକ, ଗ୍ରାମ୍ୟ ଉନ୍ନୟନ ବିଭାଗ ନିର୍ବାହୀ ଯନ୍ତ୍ରୀ ମହାପାତ୍ର, ବ୍ଲକ ଅଧ୍ୟକ୍ଷ ନରିସଭା ନାୟକ ଏବଂ ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ସଭାପତି ନୀଳ ମାଧବ ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଇଗୁହାଳ ଛକ ନିକଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌ ଚାଳକଙ୍କୁ ପିଟିଦେଲା ହାଇଓ୍ବା, କାନ୍ଦବୋବାଳିରେ ଫାଟୁଛି…

ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗାଇଗୁହାଳ ଛକ ନିକଟରେ ବୁଧବାର ଅପରାହ୍ନରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ବାଲି…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

ଚାଲିଗଲେ ‘ଗଛର ମଣିଷ’ ବିଶୁ ଭାଇ: କଥା ହେଉ ହେଉ ଟଳିପଡ଼ିଲେ, ଗଞ୍ଜାମ ସହରରେ ଶୋକର ଛାୟା

ଗଞ୍ଜାମ (ବିଦ୍ୟାଧର ସାହୁ): ଏମିତି ବି ଆସେ ମୃତ୍ୟୁ! ନିଜ ଦାଣ୍ଡ ପିଣ୍ଡାରେ ବସି ଗଛ ଲଗାଇବା ଓ ଅଞ୍ଚଳର ଉନ୍ନତି ପାଇଁ ଚର୍ଚ୍ଚା କରୁଥିବା ବେଳେ…

ବ୍ରାହ୍ମଣୀଗାଁରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର; ଯୋଗଦେଲେ ୨୫୦ଜଣ, ଚି଼ହ୍ନଟ ହେଲେ ୧୮୫

ଦାରିଙ୍ଗବାଡି,ବ୍ରାହ୍ମଣୀଗାଁ,୧୮।୩(ଅରୁଣ ସାହୁ/ମନୋରଞ୍ଜନ ରଣା ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର ୨୦୨୫/୨୬ଆର୍ଥିକ ବର୍ଷର ଦ୍ଵିତୀୟ ପର୍ଯ୍ୟାୟ ଭୀମଭୋଇ…

ମନ୍ଦିର ପୂଜାକୁ ନେଇ ସବର୍ଣ୍ଣ-ଅସବର୍ଣ୍ଣ ଗୋଷ୍ଠୀ ବିବାଦ: ଶାନ୍ତି କମିଟି ବୈଠକ ବିଫଳ, ୭୫ ଜଣଙ୍କ ନାମରେ ମାମଲା ରୁଜୁ

ଭଞ୍ଜନଗର,୧୮।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ତାରସିଂ ଥାନା ଅନ୍ତର୍ଗତ ପେଟାପଦର ଗ୍ରାମରେ ଗ୍ରାମଦେବତୀଙ୍କ ପୂଜାକୁ ନେଇ ଦୀର୍ଘ ବର୍ଷର ବିବାଦ ଏବେ ଉଗ୍ର ରୂପ ଧାରଣ କରିଛି।…

ଲିଭ୍‌ ଇନ୍‌ରେ ରହି ଯୁବତୀଙ୍କୁ କରି ଆସୁଥିଲେ ବଳାତ୍କାର, କୌଶଳ କ୍ରମେ ହୋଇଯାଇଥିଲେ ଫେରାର, ଅଭିଯୁକ୍ତଙ୍କୁ ବାନ୍ଧିି…

ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର): ବିବାହର ପ୍ରଲୋଭନ ଦେଖାଇ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପାଟପୁର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

ଅପହରଣ କରି ନେଇ ଯାଇଥିଲେ ତାମିଲନାଡୁ, ୭ ଦିନ ଯାଏ ନାବାଳିକାଙ୍କୁ…ଅଭିଯୁକ୍ତଙ୍କୁ ବାନ୍ଧି…

ପାଇକମାଳ,୧୮।୩ (ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ଫିଲ୍ମ ଷ୍ଟାଇଲରେ ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ, ମହୁଲି ମଦ ସହ ଦୁଇ….

ହାଟଡିହୀ,୧୮।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଫିଲ୍ମ ଷ୍ଟାଇଲରେ ଦୁଇ ଚୋରା ମହୁଲି ମଦ ବେପାରୀଙ୍କୁ ବୁଧବାର ରାତି ପ୍ରାୟ ୮ଟା ସମୟରେ ଧରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri