Posted inଜାତୀୟ

ହୃଦ୍‌ଘାତରେ କରଣୀ ସେନା ପ୍ରତିଷ୍ଠାତାଙ୍କ ପରଲୋକ

ଜୟପୁର,୧୪।୩:କରଣୀ ସେନାର ପ୍ରତିଷ୍ଠାତା ଲୋକେନ୍ଦ୍ର ସିଂ କଲଭିଙ୍କ ହୃଦଘାତରେ ଦେହାନ୍ତ ହୋଇଛି। ଜୟପୁର ସ୍ଥିତ ଏସଏମଏସ ହସ୍ପିଟାଲର ଡାକ୍ତରମାନେ ଏହା ନିଶ୍ଚିତ କରିଛନ୍ତି। ତାଙ୍କର ମୃତଦେହ ଶେଷ ଦର୍ଶନ ପାଇଁ ରାଜପୁତ ଭବନ ଜୟପୁରରେ ରଖାଯିବ। ଏହାପରେ ତାଙ୍କ ଜନ୍ମ ଗାଁ କଲଭି ଗ୍ରାମରେ ଅନ୍ତିମ ସଂସ୍କାର କରାଯିବ।
ଗତ ଦେଢ ଦଶନ୍ଧି ଧରି କଲଭି ତାଙ୍କ ସମାଜର ଅନେକ ପ୍ରସଙ୍ଗରେ ସ୍ବର ଉତ୍ତୋଳନ କରିଥିଲେ। ତାଙ୍କର ଉତ୍ତେଜନାମୂଳକ ଭାଷଣ ପ୍ରତିଦିନ ଚର୍ଚ୍ଚାରେ ଥିଲା। ସେ କରଣୀ ସେନାର ପ୍ରତିଷ୍ଠାତା ମଧ୍ୟ ଥିଲେ। ପ୍ରାୟ ସାଢେ ୧୮ ବର୍ଷ ପୂର୍ବେ ସେ କରଣୀ ସେନା ଗଠନ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ବଲିଉଡ ଚଳଚ୍ଚିତ୍ର ପଦ୍ମାବତକୁ ବିରୋଧ କରୁଥିବାବେଳେ ସେ ଫିଲ୍ମର ନିର୍ଦ୍ଦେଶକ ସଞ୍ଜୟ ଲୀଲା ବଂଶାଲୀ ଏବଂ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କୁ ଧମକ ଦେଇଥିଲେ।
ତାଙ୍କ ପିତା କଲ୍ୟାଣ ସିଂ କଲଭୀ ରାଜ୍ୟ ତଥା କେନ୍ଦ୍ରରେ ମନ୍ତ୍ରୀ ଥିଲେ। ଲୋକେନ୍ଦ୍ର ସିଂ ନିଜକୁ ଜଣେ କୃଷକ ନେତା ବୋଲି କହୁଥିଲେ। ୧୯୯୩ରେ ମଧ୍ୟ ସେ ନାଗାରୁ ଜଣେ ସ୍ବାଧୀନ ପ୍ରାର୍ଥୀ ଭାବରେ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ, କିନ୍ତୁ ପରାସ୍ତ ହୋଇଥିଲେ। ଏହା ପରେ, ୧୯୯୮ ଲୋକ ସଭା ନିର୍ବାଚନରେ ସେ ବାରମର-ଜୈସଲମେର ଆସନରୁ ଭାଜପା ଟିକେଟରେ ଭାଗ୍ୟ ପରୀକ୍ଷା କରିଥିଲେ ମଧ୍ୟ ପୁନର୍ବାର ପରାଜୟର ସମ୍ମୁଖୀନ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri