Posted inଜାତୀୟ

ହୃଦ୍‌ଘାତରେ କରଣୀ ସେନା ପ୍ରତିଷ୍ଠାତାଙ୍କ ପରଲୋକ

ଜୟପୁର,୧୪।୩:କରଣୀ ସେନାର ପ୍ରତିଷ୍ଠାତା ଲୋକେନ୍ଦ୍ର ସିଂ କଲଭିଙ୍କ ହୃଦଘାତରେ ଦେହାନ୍ତ ହୋଇଛି। ଜୟପୁର ସ୍ଥିତ ଏସଏମଏସ ହସ୍ପିଟାଲର ଡାକ୍ତରମାନେ ଏହା ନିଶ୍ଚିତ କରିଛନ୍ତି। ତାଙ୍କର ମୃତଦେହ ଶେଷ ଦର୍ଶନ ପାଇଁ ରାଜପୁତ ଭବନ ଜୟପୁରରେ ରଖାଯିବ। ଏହାପରେ ତାଙ୍କ ଜନ୍ମ ଗାଁ କଲଭି ଗ୍ରାମରେ ଅନ୍ତିମ ସଂସ୍କାର କରାଯିବ।
ଗତ ଦେଢ ଦଶନ୍ଧି ଧରି କଲଭି ତାଙ୍କ ସମାଜର ଅନେକ ପ୍ରସଙ୍ଗରେ ସ୍ବର ଉତ୍ତୋଳନ କରିଥିଲେ। ତାଙ୍କର ଉତ୍ତେଜନାମୂଳକ ଭାଷଣ ପ୍ରତିଦିନ ଚର୍ଚ୍ଚାରେ ଥିଲା। ସେ କରଣୀ ସେନାର ପ୍ରତିଷ୍ଠାତା ମଧ୍ୟ ଥିଲେ। ପ୍ରାୟ ସାଢେ ୧୮ ବର୍ଷ ପୂର୍ବେ ସେ କରଣୀ ସେନା ଗଠନ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ବଲିଉଡ ଚଳଚ୍ଚିତ୍ର ପଦ୍ମାବତକୁ ବିରୋଧ କରୁଥିବାବେଳେ ସେ ଫିଲ୍ମର ନିର୍ଦ୍ଦେଶକ ସଞ୍ଜୟ ଲୀଲା ବଂଶାଲୀ ଏବଂ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କୁ ଧମକ ଦେଇଥିଲେ।
ତାଙ୍କ ପିତା କଲ୍ୟାଣ ସିଂ କଲଭୀ ରାଜ୍ୟ ତଥା କେନ୍ଦ୍ରରେ ମନ୍ତ୍ରୀ ଥିଲେ। ଲୋକେନ୍ଦ୍ର ସିଂ ନିଜକୁ ଜଣେ କୃଷକ ନେତା ବୋଲି କହୁଥିଲେ। ୧୯୯୩ରେ ମଧ୍ୟ ସେ ନାଗାରୁ ଜଣେ ସ୍ବାଧୀନ ପ୍ରାର୍ଥୀ ଭାବରେ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ, କିନ୍ତୁ ପରାସ୍ତ ହୋଇଥିଲେ। ଏହା ପରେ, ୧୯୯୮ ଲୋକ ସଭା ନିର୍ବାଚନରେ ସେ ବାରମର-ଜୈସଲମେର ଆସନରୁ ଭାଜପା ଟିକେଟରେ ଭାଗ୍ୟ ପରୀକ୍ଷା କରିଥିଲେ ମଧ୍ୟ ପୁନର୍ବାର ପରାଜୟର ସମ୍ମୁଖୀନ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ ବର୍ଷ ପରେ ନୂଆ ଆଧାର ମନା, ମୁଖ୍ୟମନ୍ତ୍ରୀ କହିଲେ…

ଗୁଆହାଟୀ,୧୩ା୬(ପି.ଟି.): ବେଆଇନ ଆପ୍ରବାସୀମାନେ ଯେପରି ଆଧାର କାର୍ଡ ହାସଲ ନ କରନ୍ତି, ସେଥିପାଇଁ ଆସାମରେ ୧୮ ବର୍ଷ ବୟସରୁ ଊର୍ଦ୍ଧ୍ୱଙ୍କୁ ଆଉ ନୂଆ ଆଧାର କାର୍ଡ ଜାରି…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri