ପାନୀୟ ଜଳ ପାଇଁ ଝରଣା ପାଣି ଭରସା

କୋକସରା, ୧୨।୧୧(ଡି.ଏନ.ଏ.):  କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ପଞ୍ଚାୟତ ଅନ୍ତର୍ଗତ ସାହାଜଖୋଲ ଜଙ୍ଗଲ ଭିତରେ ଥିବା ସର୍ଗିପାନୀ ଗାଁ। ବିରିମୁହାଣ ରାଜସ୍ବ ଗ୍ରାମ ଅଧୀନରେ ଥିବା ଏହି ଗାଁକୁ ଚାରିପଟୁ ଘଞ୍ଚ ଜଙ୍ଗଲ ଘେରି ରହିଛି । ଗାଁକୁ ଯିବାପାଇଁ ରାସ୍ତା ନାହିଁ। ଗାଁରେ ରହନ୍ତି ୨୦ ସାନ୍ତା ଆଦିବାସୀ ପରିବାର। ଏମାନେ ସମସ୍ତେ ରାୟଗଡା କାଶିପୁର ଅଞ୍ଚଳର ମୂଳ ବାସିନ୍ଦା। ୩୦ ବର୍ଷରୁ ଊର୍ଦ୍ଧ୍ୱ ହେବ ଏହି ଜଙ୍ଗଲ ଭିତରେ ରହି ଆସୁଛନ୍ତି। ଜଙ୍ଗଲଜାତ ଦ୍ରବ୍ୟ, ମକାଚାଷ ଓ ପୋଡୁଚାଷ କରି ଗୁଜୁରାଣ ମେଣ୍ଟାନ୍ତି। ବର୍ଷର ୧୨ ମାସ ଝରଣା ପାଣିକୁ ପାନୀୟ ଜଳଭାବେ ବ୍ୟବହାର କରିଥାନ୍ତି। ଜଙ୍ଗଲ ଭିତରେ ରହିଥିବା ଏହି ଜନଜାତି ପରିବାରଙ୍କ ପ୍ରତି ପ୍ରଶାସନର କୌଣସି ନିଘା ନ ଥିବା ଅଭିଯୋଗ କରିଛନ୍ତି ସର୍ଗିପାନୀ ଗ୍ରାମବାସୀ। ଏ ନେଇ କୋକସରା ବିଡିଓ ମନୀଷା ଦାସଙ୍କୁ ପଚାରିବାରୁ ଗାଁଟି ସଂରକ୍ଷିତ ଜଙ୍ଗଲ ମଧ୍ୟରେ ରହିଥିବାରୁ ଜଙ୍ଗଲ ବିଭାଗ ବିନା ଅନୁମତିରେ କୌଣସି ସରକାରୀ ଯୋଜନା କରି ହେଉନାହିଁ। ତଥାପି ଜିଲା ପ୍ରଶାସନକୁ ଅବଗତ କରି ଆଗକୁ ମୌଳିକ ସୁବିଧା ଦେବାକୁ ଚେଷ୍ଟା କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri