Posted inଜାତୀୟ

ଫୁଟ୍‌ବଲ ଷ୍ଟାଡିୟମରେ ଗୋଡ଼େଇ ଗୋଡ଼େଇ ହାଣିଲେ

ବେଙ୍ଗାଲୁରୁ,୧୬।୯: କର୍ନାଟକ ରାଜ୍ୟ ଫୁଟବଲ ଆସୋସିଏଶନ (କେଏସ୍‌ଏଫ୍‌ଏ) ଷ୍ଟାଡିୟମରେ ଗତ ରବିବାର ସନ୍ଧ୍ୟାରେ ଅରବିନ୍ଦ ଓରଫ ଲିଙ୍କୁ ହତ୍ୟା କରାଯାଇଥିଲା। ଏହି ହତ୍ୟାକାଣ୍ଡରେ ସମ୍ପୃକ୍ତ ୪ ଜଣଙ୍କୁ ଗିରଫ କରାଯାଇଛି। ମୁଖ୍ୟ ଅଭିଯୁକ୍ତ ଷ୍ଟାଲିନ ଜଣେ ପୁରୁଣା ବେଙ୍ଗାଲୁରୁ ବାସୀନ୍ଦା। ସେ ତାଙ୍କ ସହଯୋଗୀ ଲୁଇସ ଜ୍ୟାକ, ଅରୁଣ କୁମାର ଓ ବିଜୟ କୁମାରଙ୍କ ସହ ମିଶି ଅରବିନ୍ଦଙ୍କୁ ହତ୍ୟା କରିଥିଲେ।

ରବିବାର ସନ୍ଧ୍ୟାରେ ୫ ଜଣିଆ ଗ୍ୟାଙ୍ଗ ଅରବିନ୍ଦଙ୍କୁ ବିବିଏମ୍‌ପି ଗ୍ରାଉଣ୍ଡରେ ଘେରି ଯାଇଥିଲେ। ଜୀବନ ବଞ୍ଚାଇବା ପାଇଁ ଅରବିନ୍ଦ କେଏସ୍‌ଏଫ୍‌ଏ ଫୁଟ୍‌ବଲ ଷ୍ଟାଡିୟମରେ ପଶି ରେଫରିଙ୍କ ରୁମ୍‌ରେ ନିଜକୁ ବନ୍ଦ କରି ଦେଇଥିଲେ। କିନ୍ତୁ ଅଭିଯୁକ୍ତମାନେ କବାଟ ଭାଙ୍ଗି ମାରଣାସ୍ତ୍ରରେ ଅରବିନ୍ଦଙ୍କୁ ହତ୍ୟା କରିଥିଲେ। ଷ୍ଟାଡିୟମରେ ଚାଲିଥିବା ମହିଳା ଫୁଟ୍‌ବଲ ଟୁର୍ନାମେଣ୍ଟର ଏକ ମ୍ୟାଚ୍‌ ଆରମ୍ଭ ହେବାର କିଛି ମିନିଟ୍‌ ପୂର୍ବରୁ ଘଟିଥିଲା ଏହି ହତ୍ୟାକାଣ୍ଡ୍‌। ଏଥି ଯୋଗୁ ମ୍ୟାଚ୍‌କୁ ବାତିଲ କରି ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri