ଓଡ଼ିଶାରେ ପ୍ରତିଷ୍ଠା ହେବ ୪ ବାଣିଜି୍ୟକ କୋର୍ଟ

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ରାଜ୍ୟରେ ୪ଟି ବାଣଜି୍ୟକ କୋର୍ଟ ପ୍ରତିଷ୍ଠା କରାଯିବ। ବାଣଜି୍ୟକ ମାମଲାଗୁଡିକର ବିଚାର ନିମନ୍ତେ ଏଭଳି କୋର୍ଟ ପ୍ରତିଷ୍ଠା କରାଯାଉଛି। ଓଡିଶା ସିଭିଲ କୋର୍ଟ ଅଧିନିୟମ ୧୯୮୪ର ଧାରା ୩ ଏବଂ ଧାରା ୯ର ଉପଧାରା(୧)ର କ୍ଷମତା ପ୍ରୟୋଗକରି ଧାରା ୧୦ ଓ ବାଣିଜି୍ୟକ କୋର୍ଟ ଅଧିନିୟମ ୨୦୧୫ର ଧାରା ୩ ର ପଠନ ସହିତ ଏବଂ ବିଧା ବିଭାଗର ଅଧିସୂଚନା ସଂଖ୍ୟା ୧୨୬୪୦, ବିଧି ତା୨୬.୧୦.୨୦୧୭ର ଅଧିକ୍ରମଣରେ ରାଜ୍ୟ ସରକାର ମାନ୍ୟବର ଉଚ୍ଚ ନ୍ୟାୟାଳୟଙ୍କ ସୁପାରିଶ ଏବଂ ପରାମର୍ଶକ୍ରମେ କଟକ ସଦର, ଭୁବନେଶ୍ୱର, ବ୍ରହ୍ମପୁରରେ ଓ ସମ୍ବଲପୁରଠାରେ ୪ଟି ସିଭିଲ୍‌ ଜଜ୍‌( ସିନିୟର ଡିଭିଜନ୍‌) କୋର୍ଟ ପ୍ରତିଷ୍ଠା କରିବା ନିମନ୍ତେ ନିଷ୍ପତ୍ତି ନେଇଛନ୍ତି ବୋଲି ଆଇନ ମନ୍ତ୍ରୀ ପ୍ରତାପ ଜେନା ସୂଚନା ଦେଇଛନ୍ତି। ଏହା ବର୍ତ୍ତମାନ ବିଦ୍ୟମାନ ଥିବା ସେହି କୋର୍ଟ ଗୁଡିକ ସହିତ ପ୍ରତିଷ୍ଠିତ ହେବ। ଏହି ବାଣଜି୍ୟକ କୋର୍ଟଗୁଡିକର ସ୍ଥାନୀୟ ସୀମା ଯଥାକ୍ରମେ କଟକ, ଅନୁଗୋଳ, ଢେଙ୍କାନାଳ, ଯାଜପୁର ଏବଂ ଖୋର୍ଦ୍ଧା ଓ ଗଞ୍ଜାମ, କନ୍ଧମାଳ, ବୌଦ୍ଧ ଏବଂ ଗଜପତି ଜଜସିପଗୁଡିକର ଅଧିକାରିତାରେ ସୀମିତ ରହିବ ବୋଲି ମନ୍ତ୍ରୀ ଜେନା ପ୍ରକାଶ କରିଛନ୍ତି। ଏ ନେଇ ବିଧି ବିଭାଗ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ହୋମୱାର୍କ ପାଇଁ ଚାପୁଡ଼ା ମାରିଲେ କ୍ଲାସ୍ ଟିଚର: ଅଚେତ ହୋଇ ଟଳି ପଡ଼ିଲା ୬ ବର୍ଷର ଶିଶୁ, ଡାକ୍ତରଖାନାରେ ମୃତ୍ୟୁ

ବିଶାଖାପାଟଣା, ୨୦।୮: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ଏକ ଘରୋଇ ସ୍କୁଲରେ ଜଣେ ୬ ବର୍ଷର କୋମଳମତି ଶିଶୁର ସନ୍ଦେହଜନକ ମୃତ୍ୟୁ ଘଟିଛି। ହୋମୱାର୍କ ପୂରା କରି ନ ଥିବା…

ସୁଡ଼ଙ୍ଗ ଭିତରେ ୨ ଟ୍ରକ୍‌ ମୁହାଁମୁହିଁ ଧକ୍କା: ୪ମୃତ, ୭ ଆହତ

ଚଣ୍ଡିଗଡ଼, ୨୦।୮: କିରାତପୁର-ମନାଲି ଜାତୀୟ ରାଜପଥ ଦାଓ୍ବାଡ଼ା ସୁଡ଼ଙ୍ଗ ଭିତରେ ଦୁଇଟି ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ହୋଇଛି ଏବଂ…

ଶୁକ୍ରବାରଠୁ ସପ୍ତାହେ ଯାଏ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୦ା୮(ବନ୍ଦନା ସେଠୀ) – ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା…

ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ…

ସିମ୍‌ କାର୍ଡକୁ ନେଇ ନୂଆ ନିୟମ! ଆଉ ୪ଦିନ ପରେ ଏମାନଙ୍କର କଟିଯିବ କନେକ୍ସନ…

ନୂଆଦିଲ୍ଲୀ,୨୦ା୮: ଭାରତରେ ଜଣେ ବ୍ୟକ୍ତିଙ୍କ ନାମରେ ଥିବା ମୋବାଇଲ୍ କନେକ୍ସନ୍‌ର ସୀମାକୁ ସରକାର କଡ଼ାକଡ଼ି ଭାବେ ଲାଗୁ କରିବାକୁ ଯାଉଛନ୍ତି। ଅଗଷ୍ଟ ୨୪ ରୁ ଟେଲିକମ୍ ଅପରେଟରମାନଙ୍କୁ…

ବଙ୍ଗୋପସାଗରରେ ହେଲାଣି ହଲଚଲ; ଓଡ଼ିଶାରେ ଆସିବ ବଡ଼ ଭୂମିକମ୍ପ! ଥରିବ ଏସବୁ ଜିଲା…

ଭୁବନେଶ୍ୱର, ୨୦।୮: ସମ୍ପ୍ରତି ପ୍ରକାଶିତ ରିପୋର୍ଟ ଅନୁଯାୟୀ, ଓଡ଼ିଶାରେ ନିକଟ ଭବିଷ୍ୟତରେ ଭୂକମ୍ପ ଆସିବାର ସମ୍ଭାବନା ନେଇ ଭୂବିଜ୍ଞାନୀ ଏବଂ ବିଶେଷଜ୍ଞମାନେ ସତର୍କତା ଜାରି କରିଛନ୍ତି। ପୃଥିବୀ…

କିଭ୍‌ରେ ବଡ଼ଧରଣର ଆକ୍ରମଣ: ୧୬ ମୃତ, ଜେଲେନସ୍କି କହିଲେ…

କିଭ୍‌, ୨୦।୮: ରୁଷିଆ ଗୁରୁବାର ୟୁକ୍ରେନ୍‌ର ରାଜଧାନୀ କିଭ୍‌ ଏବଂ ଏହାର ଆଖପାଖ ଅଞ୍ଚଳରେ ଭୀଷଣ କ୍ଷେପଣାସ୍ତ୍ର ଏବଂ ଡ୍ରୋନ ଆକ୍ରମଣ କରିଛି। ଘଣ୍ଟା ଘଣ୍ଟା ଧରି…

ଥୁଆମୂଳ ରାମପୁରରେ ରାସନ ଚାଉଳ ଓଜନରେ ହେରଫେର୍: ଏମ୍‌ଆଇଙ୍କ ତଦନ୍ତ ପରେ ମେସିନ୍ ବନ୍ଦ, ବଳକା ଚାଉଳ ଯାଉଛି କୁଆଡ଼େ?

ଥୁଆମୂଳ ରାମପୁର,୨୦ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତରେ ପିଡିଏସ (PDS) ରାସନ ଚାଉଳ ଓଜନରେ ବ୍ୟାପକ ହେରଫେର୍ ନେଇ ଗୁରୁବାର ଗୁରୁତର ଅଭିଯୋଗ ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri