ରାଜ୍ୟ ସରକାରଙ୍କୁ ଲାଭାଂଶ ବାବଦରେ ୪ ନିଗମ ଦେଲେ ୨୦୬ କୋଟି ଟଙ୍କା

ଭୁବନେଶ୍ୱର,୨୩ା୪(ସୁନିତ୍‌ ମିଶ୍ର): ରାଜ୍ୟ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ଅଧୀନ ଓଡ଼ିଶା କୃଷି ଶିଳ୍ପ ନିଗମ, ଓଡ଼ିଶା ରାଜ୍ୟ କାଜୁ ଉନ୍ନୟନ ନିଗମ ଏବଂ ଶକ୍ତି ବିଭାଗ ଅଧୀନ ଓଡ଼ିଶା ଜଳବିଦ୍ୟୁତ୍‌ ନିଗମ(ଓଏଚ୍‌ପିସି) ଏବଂ ଓଡ଼ିଶା ଶକ୍ତି ଉତ୍ପାଦନ ନିଗମ (ଓପିଜିସି) ପକ୍ଷରୁ ରାଜ୍ୟ ସରକାରଙ୍କୁ ଲାଭାଂଶ ପ୍ରଦାନ କରାଯାଇଛି। ଓଡ଼ିଶା କୃଷି ଶିଳ୍ପ ନିଗମ ୨୦୨୨-୨୩ ବର୍ଷର ଲାଭାଂଶ ବାବଦକୁ ୧ କୋଟି ୩୫ ଲକ୍ଷ ୭୮ ହଜାର ୫୦୨ ଟଙ୍କା ଏବଂ ଓଡ଼ିଶା ରାଜ୍ୟ କାଜୁ ଉନ୍ନୟନ ନିଗମ ୪୬ ଲକ୍ଷ ୫୧ ହଜାର ୨୦୦ ଟଙ୍କା ପ୍ରଦାନ କରିଛନ୍ତି। ସେହିପରି ଓଡ଼ିଶା ଶକ୍ତି ଉତ୍ପାଦନ ନିଗମ ପକ୍ଷରୁ ୨୦୨୩-୨୪ ବର୍ଷର ଲାଭାଂଶ ଯୋଗୁ ୧୧୧ କୋଟି ୮୨ ଲକ୍ଷ ୪୮ ହଜାର ୭୦୦ ଟଙ୍କା ଏବଂ ଓଡ଼ିଶା ଜଳବିଦ୍ୟୁତ୍‌ ନିଗମ ପକ୍ଷରୁ ୯୨ କୋଟି ୨୧ ଲକ୍ଷ ୯୧ ହଜାର ୯୧୧ ଟଙ୍କାର ଚେକ୍‌ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଦାନ କରାଯାଇଛି। ଏହିଭଳି ଭାବେ ୪ଟି ନିଗମ ମୋଟ୍‌ ୨୦୫ କୋଟି ୮୬ ଲକ୍ଷ ୭୦ ହଜାର ୩୧୩ ଟଙ୍କା ପ୍ରଦାନ କରିଛନ୍ତି।

ସୂଚନାଯୋଗ୍ୟ, ଓଡ଼ିଶା କୃଷି ଶିଳ୍ପ ନିଗମ ୨୦୧୫-୧୬ ବର୍ଷଠାରୁ ଏବଂ ଓଡ଼ିଶା ରାଜ୍ୟ କାଜୁ ଉନ୍ନୟନ ନିଗମ ୧୯୯୫-୯୬ ଠାରୁ ଏହି ଲାଭାଂଶ ପ୍ରଦାନ କରୁଛନ୍ତି। ଓଡ଼ିଶା କୃଷି ଶିଳ୍ପ ନିଗମ ବାର୍ଷିକ ହାରାହାରି ୮୦୦ ରୁ ୯୦୦ କୋଟି ଟଙ୍କାର ସାର, କୃଷି ଯନ୍ତ୍ରପାତି, ଟ୍ରାକ୍ଟର, ଧାନ ଅମଳ ଯନ୍ତ୍ର, ଧାନବୁଣା ଯନ୍ତ୍ର ଇତ୍ୟାଦି ସରକାରଙ୍କ ଧାର୍ଯ୍ୟ ରିହାତି ଦରରେ ଚାଷୀମାନଙ୍କୁ ଯୋଗାଇ ଦେଉଛି। ରାଜ୍ୟ କାଜୁ ଉନ୍ନୟନ ନିଗମର ପ୍ରଚେଷ୍ଟା ଯୋଗୁ ଓଡ଼ିଶା ବର୍ତ୍ତମାନ ଦେଶରେ କାଜୁ ଉତ୍ପାଦନରେ ଓ ଉଦ୍ୟାନର କ୍ଷେତ୍ରଫଳରେ ଦେଶରେ ସର୍ବଶ୍ରେଷ୍ଠ ହୋଇପାରିଛି। ଓଡ଼ିଶା ଜଳବିଦ୍ୟୁତ୍‌ ନିଗମ ଏବଂ ଓଡ଼ିଶା ଶକ୍ତି ଉତ୍ପାଦନ ନିଗମ ଓଡ଼ିଶାର ଶକ୍ତି ଆବଶ୍ୟକତାର ପ୍ରାୟ ୪୫% ପ୍ରଦାନକରି ରାଜ୍ୟର ଶକ୍ତି ଉତ୍ପାଦନ ଓ ଯୋଗାଣରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଉଛନ୍ତି। ଲୋକସେବା ଭବନଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତୀକରଣ ଏବଂ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଏହି ଅବସରରେ ଉପସ୍ଥିତ ଥିଲେ। କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ପକ୍ଷରୁ ପ୍ରମୁଖ ଶାସନ ସଚିବ ଅରବିନ୍ଦ ପାଢ଼ୀ ଏବଂ ଶକ୍ତି ବିଭାଗ ପକ୍ଷରୁ ପ୍ରମୁଖ ଶାସନ ସଚିବ ବିଶାଲ କୁମାର ଦେବ ମୁଖ୍ୟମନ୍ତ୍ରୀଙ୍କୁ ଏହି ଚେକ୍‌ ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, Home Left View All

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri