ଦୁର୍ଘଟଣାରେ ଚାଲିଗଲା ୪ ଜୀବନ

ବରଗଡ଼ ଅଫିସ୍‌,୧୪।୧୧: ବରଗଡ଼ ଜିଲା ବିଜେପୁର-ପଦ୍ମପୁର ରାସ୍ତା ଏବଂ ଭଟଲି-ଅମ୍ବାଭୋନା ରାସ୍ତାରେ ରବିବାର ପୃଥକ ଭାବେ ୨ଟି ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ଘଟିଛି।

ଭୋର୍‌ରେ ବିଜେପୁର-ପଦ୍ମପୁର ରାସ୍ତାର ଦୁବଲାବାହାଲ ନିକଟରେ କାଠପଟା ବୋଝେଇ ଏକ ପିକଅପ୍‌ ଭ୍ୟାନ(ନଂ.ଓଆର୧୫ଜି ୩୧୫୧) ରାସ୍ତା ପାର୍ଶ୍ୱରେ ଥିବା ଏକ ଇଟା ଗଦା ଉପରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଫଳରେ ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ହୋଇଥିଲା। ମୃତକ ହେଲେ ତାଲପଦର ଗ୍ରାମର ଗଦନ ସାହୁ ଏବଂ କାର୍ତ୍ତିକ ବାଗ। ଖବର ପାଇ ମେଲଛାମୁଣ୍ଡା ଥାନା ପୋଲିସ ଘଟଣାସ୍ଥଳକୁ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପଠାଯାଇଥିଲା । ତେବେ ଦୁର୍ଘଟଣାଗ୍ରସ୍ତ ଗାଡ଼ିରେ ଆସୁଥିବା କାଠପଟା କେଉଁଠୁ ଆସି କେଉଁଠାକୁ ଯାଉଥିଲା, ତାହା ସ୍ପଷ୍ଟ ହୋଇ ନ ଥିବାବେଳେ ଏହା ଚୋରା ଚାଲାଣ ହେଉଥିବା ନେଇ ଅଞ୍ଚଳରେ ଚର୍ଚ୍ଚା ଜୋର୍‌ ଧରିଛି । ପୋଲିସ ଦୁର୍ଘଟଣାଗ୍ରସ୍ତ ପିକ୍‌ଅପ୍‌ ଭ୍ୟାନକୁ ଜବତ କରି ଅଧିକ ତଦନ୍ତ କରୁଛି।

ସେହିପରି ଅପରାହ୍ନରେ ଭଟଲି-ଅମ୍ବାଭୋନା ରାସ୍ତାର ସୁକୁଡ଼ାରେ ଏକ ବାଇକ୍‌(ନଂ.ଓଡ଼୦୮ଏଚ୍‌ ୯୧୭୦) ରାସ୍ତା ପାର୍ଶ୍ୱରେ ଥିବା ବିଦ୍ୟୁତ୍‌ ଖୁଣ୍ଟରେ ପିଟି ହୋଇ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା। ଏଥିରେ ୨ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଥିଲା। ମୃତକ ହେଲେ ବରଗଡ଼ ଗଣପତି ହୋଟେଲ ପଛପଟ ନୂଆଖୁଲିପଡ଼ାର ଆୟୁଷ ଅଗ୍ରୱାଲ(୨୨) ଓ ନୂଆପଡ଼ା ଜିଲା କୋମନା ଥାନା କଣ୍ଡେତୋରା ଗ୍ରାମର ପ୍ରିୟାଂଶୁ ପଣ୍ଡା(୨୨) । ଉଭୟେ ବାଇକ୍‌ ଯୋଗେ ଅମ୍ବାଭୋନା କେଦାରନାଥ ମନ୍ଦିର ଦର୍ଶନ କରିବାକୁ ଯାଇଥିଲେ। ଫେରିବା ବାଟରେ ଦୁର୍ଘଟଣା ଘଟିଥିଲା। ଭଟଲି ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ଗୁଡାରି ଏନଏସିକୁ ମିଳିବ ୨ କୋଟି ଟଙ୍କାର ପୁରସ୍କାର

ଗୁଡାରି,୨୪/୮(ପ୍ରମୋଦ କୁମାର ପତି): ଆସନ୍ତା ଅଗଷ୍ଟ ୩୧ ତାରିଖରେ ସ୍ବାୟତ୍ତ ଶାସନ ଦିବସ ପାଳନ ସମାରୋହରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(OUAT), ଭୁବନେଶ୍ୱରର ‘କୃଷି ଶିକ୍ଷା…

ନିଖୋଜ ନାବାଳିକା ଉଦ୍ଧାର: ସିଡ଼ବ୍ଲ୍ୟୁସିରେ ହାଜର କଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକା ଗତ ଜୁଲାଇ ୪ ତାରିଖରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ।…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri