ଆଠଗଡ଼ ଡିଏସ୍‌ପିଙ୍କ ପରିବାରର ୪ଜଣଙ୍କୁ କରୋନା

ଆଠଗଡ଼,୨।୭(ସ୍ବ.ପ୍ର.): କଟକ ଜିଲା ଆଠଗଡ଼ ଉପଖଣ୍ଡ ଆରକ୍ଷୀ ଅଧ୍ୟକ୍ଷ(ଡିଏସ୍‌ପି)ଙ୍କ କରୋନା ରିପୋର୍ଟ ପଜିଟିଭ୍‌ ଆସିଥିଲା। ଏବେ ଆଠଗଡ଼ ଉପକଣ୍ଠ ଅଞ୍ଚଳରୁ ଆଉ ୧୭ ପଜିଟିଭ୍‌ ଚିହ୍ନଟ ସୂଚନା ରହିଛି। ସେଥିରେ ଡିଏସ୍‌ପିଙ୍କ ପରିବାରର ୪ ସଦସ୍ୟ, ଜଣେ ପୂର୍ବତନ ବ୍ଲକ ଅଧ୍ୟକ୍ଷ ଅଛନ୍ତି। ତେବେ କଣ୍ଟାକ୍ଟ ଟ୍ରେସିଂ ପରେ ୧୨୫ଜଣଙ୍କ ସ୍ବାବ୍‌ ଟେଷ୍ଟିଂ ପାଇଁ ଯାଇଥିଲା। ସେଥିରୁ ୧୭ଟି ପଜିଟିଭ୍‌ ଆସିଛି। ଏନେଇ ବ୍ରହ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଦିଲୀପ କୁମାର ଦାସ ସୂଚନା ଦେଇଛନ୍ତି।
ପୂର୍ବରୁ ସ୍ଥାନୀୟ ଧାଇପୁରର ସ୍ବାମୀସ୍ତ୍ରୀ ଭୁବନେଶ୍ୱରସ୍ଥିତ ବ୍ଲୁ ହୁଇଲ୍‌ ହସ୍ପିଟାଲରେ ଚିକିତ୍ସିତ ହୋଇ ସଂକ୍ରମିତ ହୋଇଥିଲେ। ସେମାନଙ୍କ ସଂସ୍ପର୍ଶରେ ଆସିଥିବା ୭୦ଜଣଙ୍କୁ ଠାବ କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୯ଜଣ , ଧୁରୁଷିଆ ଟିଏମ୍‌ସିରୁ ୨ଜଣ, ଖୁଣ୍ଟୁଣୀ ଥାନା ଅଞ୍ଚଳର ୨ଜଣ, ଉପଖଣ୍ଡ ଆରକ୍ଷୀ ଅଧିକ୍ଷକଙ୍କ ପରିବାରୁ ୪ଜଣ ଓ ତାଙ୍କ ସଂସ୍ପର୍ଶରେ ଆସିଥିବା ଆଠଗଡ଼ ବ୍ଲକର ପୂର୍ବତନ ଅଧ୍ୟକ୍ଷଙ୍କ ନମୂନା ପଜିଟିଭ୍‌ ଆସିଛି। ସମସ୍ତଙ୍କୁ ଅଶ୍ୱିନୀ ହସ୍ପିଟାଲରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯିବ ବୋଲି ସେ ମଧ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ମୋତେ ଏମିତି କରିବ, କ’ଣ ଥିଲା ନାନା ପାଟେକରଙ୍କ ଶେଷ ଇଚ୍ଛା? ୨୦୨୩ରେ ପ୍ରକାଶ କରି ସମସ୍ତଙ୍କୁ ଚମକାଇ ଦେଇଥିଲେ

ମୁମ୍ବାଇ,୮।୧୦: ବଲିଉଡରେ ଏପରି କିଛି ଅଭିନେତା ଅଛନ୍ତି ଯେଉଁମାନେ କେବଳ ପରଦାରେ ଚରିତ୍ର ରୂପାୟନ କରିବାଠାରୁ ଊର୍ଦ୍ଧ୍ୱକୁ ଯାଇ ଦର୍ଶକଙ୍କ ହୃଦୟରେ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି…

ବୋରିଆ ସ୍କୁଲରେ ଶିକ୍ଷକ ଅଭାବ: ପାଠପଢ଼ାରେ ବ୍ୟାଘାତ

କେସିଙ୍ଗା, ୮।୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ଗ୍ରାମରେ ଜାତୀୟ ରାଜପଥ-୨୬ କଡ଼ରେ ଥିବା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅସନ୍ତୋଷ…

ସଂସଦରେ ଟ୍ରମ୍ପଙ୍କ ସୁନାର ନଗ୍ନ ପ୍ରତିମୂର୍ତ୍ତି, ନାଁ ଶୁଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୮।୧୦: ୟୁରୋପ ସଂସଦ ପରିସରରେ ଏବେ ଏକ ଅଜବ ଏବଂ ଚର୍ଚ୍ଚିତ କଳାକୃତି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରୁଛି । ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ…

ଓଡ଼ିଶା ବନ୍ଦ ଡାକରାରେ ଅତାବିରାରେ ଜନଜୀବନ ପ୍ରଭାବିତ

ଅତାବିରା,୮ା୧୦(ଯୁଧିଷ୍ଠିର ମହାପାତ୍ର): କଂଗ୍ରେସ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାରେ ବରଗଡ଼ ଜିଲା ଅତାବିରା ଠପ୍‌ ହୋଇପଡ଼ିଛି। ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ…

ପାକିସ୍ତାନ ସୁପର ଲିଗ୍‌ର ତାରିଖ ଘୋଷଣା କଲା PCB, ୨୦୨୭ରେ ପୁଣି IPL-PSL ଲଢ଼େଇ

ନୂଆଦିଲ୍ଲୀ,୮।୧୦: ୨୦୨୭ରେ ପୁଣିଥରେ ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ଏବଂ ପାକିସ୍ତାନ ସୁପର ଲିଗ୍ (PSL) ମଧ୍ୟରେ ସିଧାସଳଖ ଟକ୍କର ଦେଖିବାକୁ ମିଳିବ । ପାକିସ୍ତାନ କ୍ରିକେଟ୍…

ସରକାରୀ ବସ୍‌ କାଚ ଭାଙ୍ଗିଲେ, ସାପ୍ତାହିକ ହାଟ ବି ବନ୍ଦ କଲେ ବିକ୍ଷୋଭକାରୀ

ଛତ୍ରପୁର,୮ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଇଣ୍ଡିଆ ବ୍ଲକ ପକ୍ଷରୁ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦରେ ମଧ୍ୟ ଦେଖାଯାଇଛି। ସିପିଆଇର…

ଅଭିଜିତ ଦୀପକେଙ୍କ ଚାଞ୍ଚଲ୍ୟକର ଦାବି

ନୂଆଦିଲ୍ଲୀ,୮।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ‘ଆକ୍ରମକ କକରୋଚ ଜନତା ପାର୍ଟି’ (CJP) ଆସନ୍ତା ଅକ୍ଟୋବର ୧୦ରେ ଜନ୍ତର ମନ୍ତର ଅଭିମୁଖେ ଶୋଭାଯାତ୍ରା…

କଂଗ୍ରେସର ବନ୍ଦ ଡାକରାରେ ଅଟକି ରହିଛି ଗାଡ଼ିମୋଟର, ଯାତ୍ରୀ ହନ୍ତସନ୍ତ

ପଟ୍ଟାଙ୍ଗି,୮ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକରେ କଂଗ୍ରେସର ବନ୍ଦ ଡାକରାର ପ୍ରଭାବ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ, ଦଳର ବ୍ଲକ ସଭାପତି ଅର୍ଜୁନ ବାଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?