ଦଶହରା ଚାନ୍ଦା ମାଗି ୪ ଅଗ୍ନିଶମ କର୍ମଚାରୀ ନିଲମ୍ବିତ

ବ୍ରହ୍ମପୁର ଅଫିସ,୧୯ା୧୦: ଦଶହରା ଚାନ୍ଦା ମାଗିବା ୫ଅଗ୍ନିଶମ କର୍ମଚାରୀଙ୍କୁ ମହଙ୍ଗା ପଡିଛି। ଚାନ୍ଦା ମାଗିବା ଅଭିଯୋଗରେ ବ୍ରହ୍ମପୁରରେ କାର୍ଯ୍ୟରତ ଅଗ୍ନିଶମ ବିଭାଗର ୪ କର୍ମଚାରୀ ଓ ଅନ୍ୟ ଜଣେ ବ୍ରହ୍ମପୁରରେ କାର୍ଯ୍ୟରତ ସହକାରୀ ଅଗ୍ନିଶମ ଅଧିକାରୀ ନିଲମ୍ବିତ ହୋଇଛନ୍ତି । ଏହି କର୍ମଚାରୀମାନେ ସହରର ବିଭିନ୍ନ ବ୍ୟବସାୟିକ ପ୍ରତିଷ୍ଠାନକୁ ଦଶହରା ଚାନ୍ଦା ମାଗୁଥିବା ନେଇ ଅଭିଯୋଗ ଆସିବା ପରେ ବ୍ରହ୍ମପୁରସ୍ଥିତ ଦକ୍ଷିଣାଞ୍ଚଳ ଅଗ୍ନିଶମ ଅଧିକାରୀ ଏଭଳି ପଦକ୍ଷେପ ନେଇଛନ୍ତି।
ସୂଚନାନୁସାରେ,ନିଲମ୍ବିତ ହୋଇଥିବା କର୍ମଚାରୀଙ୍କ ମଧ୍ୟରେ ୨ ଆଗ୍ନିକ ଓ ୨ ହାବିଲଦାର ଅଛନ୍ତି। ଏମାନଙ୍କ ମଧ୍ୟରୁ ୩ ଜଣ ବ୍ରହ୍ମପୁର ଅଗ୍ନିଶମ କେନ୍ଦ୍ରରେ କାର୍ଯ୍ୟ କରୁଥିବା ବେଳେ ଜଣେ ଏମ୍‌କେସିଜି ମେଡିକାଲ ଅଗ୍ନିଶମ କେନ୍ଦ୍ରରେ କାର୍ଯ୍ୟ କରୁଥିଲେ। ସେହିପରି ବ୍ରହ୍ମପୁର ସହକାରୀ ଅଗ୍ନିଶମ ଅଧିକାରୀ(ଏଏଫ୍‌ଓ) ଜିତେନ୍ଦ୍ର କୁମାର ଦାସଙ୍କ ଜାଣତରେ ଅଗ୍ନିଶମ କର୍ମଚାରୀମାନେ ଦଶହରା ଚାନ୍ଦା ମାଗୁଥିବା ତଦନ୍ତ ବେଳେ ଜଣାପଡିଥିଲା। ଏଣୁ ଓଡ଼ିଶା ଅଗ୍ନିଶମ ଡିଜି ଏମ୍‌.ଅକ୍ଷୟଙ୍କ ନିର୍ଦ୍ଦେଶକ୍ରମେ ତାଙ୍କୁ ବୌଦ୍ଧ ଜିଲାକୁ ବଦଳି କରାଯାଇଛି। ଦକ୍ଷିଣାଞ୍ଚଳ ଅଗ୍ନିଶମ ଅଧିକାରୀ ପ୍ରଶାନ୍ତ କୁମାର ଦାସ କହିଛନ୍ତି, କେତେକ ପେଟ୍ରୋଲ ପମ୍ପରେ ଉପରୋକ୍ତ ଅଗ୍ନିଶମ କର୍ମଚାରୀମାନେ ଦଶହରା ଚାନ୍ଦା ମାଗୁଥିବା ପ୍ରାଥମିକ ତଦନ୍ତ ବେଳେ ଜଣାପଡ଼ିଛି। ଏଣୁ ଦୁଇ ଜଣ ଆଗ୍ନିକ ଓ ଦୁଇ ଜଣ ହାବିଲଦାରଙ୍କୁ ମଙ୍ଗଳବାର କାର୍ଯ୍ୟରୁ ନିଲମ୍ବନ କରାଯାଇଛି। ସେହିପରି ଏହି ଦଶହରା ଚାନ୍ଦା ମାଗିବା ଘଟଣାରେ ବ୍ରହ୍ମପୁର ସହକାରୀ ଅଗ୍ନିଶମ ଅଧିକାରୀ ଜିତେନ୍ଦ୍ର କୁମାର ଦାସଙ୍କ ସମ୍ପୃକ୍ତି ଥିବା ଜଣାପଡ଼ିବା ପରେ ଅଗ୍ନିଶମ ଡିଜିଙ୍କୁ ଚିଠି ଦ୍ୱାରା ଅବଗତ କରାଯାଇଥିଲା। ପରେ ଡିଜିଙ୍କ ନିର୍ଦ୍ଦେଶକ୍ରମେ ସମ୍ପୃକ୍ତ ଏଏଫ୍‌ଓଙ୍କୁ ବୌଦ୍ଧ ଜିଲାକୁ ବଦଳି କରାଯାଇଛି ବୋଲି ସେ କହିଛନ୍ତି।
ବ୍ରହ୍ମପୁର ଅଗ୍ନିଶମ କର୍ମଚାରୀମାନେ ଚାନ୍ଦା ମାଗୁଥିବା ଘଟଣାର ଅଧିକ ତଦନ୍ତ ଜାରି ରହିଛି। ସେମାନେ କାହାକୁ କେତେ ଟଙ୍କା ମାଗିଛନ୍ତି ଓ ଆଣିଛନ୍ତି ତା’ର ତଦନ୍ତ କରାଯାଉଛି ବୋଲି ଅଧିକାରୀ ଦାସ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟ-ବୁଧଙ୍କ ଶୁଭ ଯୁତି: ଖୋଲିବ ୪ ରାଶିର ଭାଗ୍ୟ, ହେବ ପ୍ରଚୁର ଧନଲାଭ!

ଆଜି ଅଗଷ୍ଟ ୨୭ ତାରିଖ ରାତି ୧୦ଟା ୩୧ ମିନିଟରେ ସୂର୍ଯ୍ୟ ଏବଂ ବୁଧ ଗ୍ରହ ଦୁହେଁ ୦ ଡିଗ୍ରୀକୁ ଆସିବେ। ଏହି ସମୟରେ ଯୁତି ଦୃଷ୍ଟି…

‘ମାତା-ପିତାଙ୍କ ସେବା ପୁଅ-ଝିଅଙ୍କ ଦାୟିତ୍ୱ, ବୋହୂ-ଜ୍ୱାଇଁଙ୍କର ନୁହେଁ‘: କୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୭।୮: ମାତା-ପିତାଙ୍କ ସେବା କରିବା ପୁଅ ଏବଂ ଝିଅର ଦାୟିତ୍ୱ, ବୋହୂ ଏବଂ ଜ୍ୱାଇଁ ଏଥିପାଇଁ ଦାୟୀ ନୁହଁନ୍ତି। କୌଣସି ବ୍ୟକ୍ତି ନିଜ ସ୍ତ୍ରୀକୁ କିମ୍ୱା କୌଣସି…

ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ: ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୭।୮: ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଆସୁଛି। ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ପାର୍ଶବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ସକ୍ରିୟ ଥିବା ଜଣାପଡ଼ିଛି। ଏହାର ପ୍ରଭାବରେ…

ନିଆରା ରାକ୍ଷୀପୂର୍ଣ୍ଣିମା: ଗଛକୁ ରାକ୍ଷୀ ବାନ୍ଧି ପରିବେଶ ସୁରକ୍ଷା ବାର୍ତ୍ତା ବାଣ୍ଟିଲେ ଛାତ୍ରୀଛାତ୍ର

ଭଞ୍ଜନଗର, ୨୭।୮(ବାବୁଲା ପ୍ରଧାନ): ଗଛ ଓ ମଣିଷର ସମ୍ପର୍କକୁ ଦୃଢ଼ କରିବା ସହ ପରିବେଶ ସୁରକ୍ଷାର ବାର୍ତ୍ତା ଦେବା ଲକ୍ଷ୍ୟରେ ରାକ୍ଷୀପୂର୍ଣ୍ଣିମା ଅବସରରେ ଭଞ୍ଜନଗର କବି ସମ୍ରାଟ…

ଧାନ ବିକ୍ରି ପଞ୍ଜିକରଣ ଅବଧି ବୃଦ୍ଧି କରିବାକୁ ଚାଷୀଙ୍କ ଦାବି, ବାକି ଅଛନ୍ତି…

ବଡ଼ଗାଁ,୨୭।୮(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକରେ ଚଳିତ ବର୍ଷ ଖରିଫ ଧାନ ବିକ୍ରି ପାଇଁ ଚାଷୀଙ୍କ ନାମ ପଞ୍ଜିକରଣ ପ୍ରକ୍ରିୟାକୁ ନେଇ ଚାଷୀମାନଙ୍କ ମଧ୍ୟରେ ଅସନ୍ତୋଷ…

ପୁଣି ବନ୍ଦ ହେଲା ୪ ସ୍ଲୁଇସ ଗେଟ: ହୀରାକୁଦ ଜଳଭଣ୍ଡାରରେ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ

ସମ୍ବଲପୁର,୨୭।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ଫଳରେ ଗୁରବାର ୍ଯଯଯାହ୍ନରେ ପୁଣି ୪ଟି ସ୍ଲୁଇସ ଗେଟକୁ ବନ୍ଦ କରି…

ଉତ୍ତରାଞ୍ଚଳ ଡିଆଇଜି ଭାବେ ଦାୟିତ୍ୱ ଗ୍ରହଣ କଲେ ଚରଣ ସିଂ ମୀନା: ସାଇବର ଅପରାଧ ରୋକିବା ହେବ ପ୍ରାଥମିକତା

ସମ୍ବଲପୁର,୨୭।୮(ପ୍ରମୋଦ ବହିଦାର): ଉତ୍ତରାଞ୍ଚଳ ଡିଆଇଜି ଭାବେ ଆଇପିଏସ ଚରଣ ସିଂ ମୀନା ଆନୁଷ୍ଠାନିକ ଭାବେ ଯୋଗଦେଇଛନ୍ତି। ଗୁରୁବାର ସକାଳେ ସର୍ବପ୍ରଥମେ ସେ ସମ୍ବଲପୁରର ଆରାଧ୍ୟ ଦେବୀ ମା’…

Appleର ବଡ଼ ଘୋଷଣା! ଏହି ତାରିଖରେ ଲଞ୍ଚ ହେବ iPhone 18 Pro, ଏତିକି ରହିବ ଦାମ୍

ନୂଆଦିଲ୍ଲୀ,୨୭।୮: Apple ଶେଷରେ ନିଜର ବଡ଼ ଲଞ୍ଚ ଇଭେଣ୍ଟର ତାରିଖ ଘୋଷଣା କରିଛି । କମ୍ପାନୀ ଆସନ୍ତା ସେପ୍ଟେମ୍ବର ୯ ତାରିଖରେ Apple Event ଆୟୋଜନ କରିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri