ଚନ୍ଦକାରେ ୪ ଜଙ୍ଗଲ ସଫାରି ଯାନ ଲୋକାର୍ପିତ

ଭୁବନେଶ୍ୱର,(ବ୍ୟୁରୋ)/ ବାରଙ୍ଗ, ୩୦ା୧୨(ଡି.ଏନ୍‌.ଏ.): ଚନ୍ଦକା ବନ୍ୟପ୍ରାଣୀ ବନଖଣ୍ଡ ଅଧୀନ ଗୋଡ଼ିବାରିଠାରେ ପର୍ଯ୍ୟଟକଙ୍କ ନିମନ୍ତେ ୪ଟି ଶୀତତାପ ନିୟନ୍ତ୍ରିତ ଜଙ୍ଗଲ ସଫାରି ଯାନର ଶୁଭାରମ୍ଭ ହୋଇଛି। ବୁଧବାର ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଏହି ସଫାରି ଯାନକୁ ଲୋକାର୍ପିତ କରି କହିଛନ୍ତି, ଗୋଡ଼ିବାରି, ଭରତପୁର ଏବଂ ଡେରାସକୁ ଆସୁଥିବା ପର୍ଯ୍ୟଟକଙ୍କ ପାଇଁ ଏହି ବ୍ୟବସ୍ଥା ଅଧିକ ଉପଯୋଗୀ ହେବ। ଆଗାମୀ ଦିନରେ ଅଧିକରୁ ଅଧିକ ପର୍ଯ୍ୟଟକଙ୍କୁ ଏହା ଆକର୍ଷିତ କରିବ ା
ପୂର୍ବରୁ ୮ ସିଟ୍‌ ବିଶିଷ୍ଟ ୫ଟି ଏବଂ ୧୨ ସିଟ୍‌ ବିଶିଷ୍ଟ ୪ଟି ଜଙ୍ଗଲ ସଫାରି ଯାନ ପର୍ଯ୍ୟଟକଙ୍କ ସୁବିଧା ପାଇଁ ଉପଲବ୍ଧ ରହିଛି। ତେବେ ନୂଆ ୪ଟି ସଫାରି ଯାନ ମଧ୍ୟରୁ ୨ଟି ଗୋଡ଼ିବାରିଠାରେ ଓ ଅନ୍ୟ ୨ଟି ଭରତପୁର ସଂରକ୍ଷିତ ଜଙ୍ଗଲରେ ଦର୍ଶକଙ୍କ ପରିଭ୍ରମଣ ପାଇଁ ନିୟୋଜିତ ରହିବ। ଏଥିପାଇଁ ମୋଟ ୬୧ ଲକ୍ଷ ୭୮ ହଜାର ଟଙ୍କା ବ୍ୟୟ କରାଯାଇଛି। ୧୩ ସିଟ୍‌ ବିଶିଷ୍ଟ ଏହି ଯାନଗୁଡ଼ିକରେ ଦର୍ଶକମାନେ ଆରାମଦାୟକ ଭାବେ ବସି ସଫାରି ଭ୍ରମଣ କରିବାର ସୁବିଧା ରହିଛି। ପ୍ରତ୍ୟେକ ଯାନରେ ସ୍ବତନ୍ତ୍ର ପର୍ଯ୍ୟଟକ ଗାଇଡ୍‌ର ବ୍ୟବସ୍ଥା ମଧ୍ୟ କରାଯାଇଛି। ଏସବୁ ଯାନଗୁଡ଼ିକରେ ସ୍ଥାନୀୟ ଅଞ୍ଚଳର ପ୍ରାୟ ୧୫ ଜଣ ଯୁବକଙ୍କୁ ଡ୍ରାଇଭର ଏବଂ ପର୍ଯ୍ୟଟକ ଗାଇଡ୍‌ ଭାବେ ନିଯୁକ୍ତି ପ୍ରଦାନ କରାଯାଇ ସେମାନଙ୍କର ଜୀବନଜୀବିକାକୁ ସୁରକ୍ଷିତ କରାଯାଇପାରିଛି। ଅନ୍ୟପକ୍ଷରେ ପର୍ଯ୍ୟଟକଙ୍କ ପାଇଁ ଗୋଡ଼ିବାରିରେ ଥିବା ପ୍ରକୃତି ଶିବିରରେ ରାତ୍ରି ରହଣି, ମଧ୍ୟାହ୍ନ ଭୋଜନ, ଅଭୟାରଣ୍ୟ ସମ୍ପର୍କିତ କ୍ଷୁଦ୍ର ଚଳଚ୍ଚିତ୍ର ପ୍ରଦର୍ଶନ ନିମନ୍ତେ ପ୍ରେକ୍ଷାଳୟ, ବନ୍ୟଜନ୍ତୁ ନିରୀକ୍ଷଣ କେନ୍ଦ୍ର ସହ ନେଚର ଟ୍ରେଲ୍‌ ଓ ସାଇକେଲ ଟ୍ରାକ୍‌ର ବ୍ୟବସ୍ଥା ରହିଛି। ପର୍ଯ୍ୟଟକମାନେ ecotourodisha.comରେ ଲଗ୍‌ଇନ୍‌ କରି ଗୋଡ଼ିବାରି ପ୍ରକୃତି ଶିବିର ପରିଦର୍ଶନ ନିମନ୍ତେ ଆଗୁଆ ସଂରକ୍ଷଣ କରିପାରିବେ ବୋଲି ସୂଚନା ଦିଆଯାଇଛି।
କାର୍ଯ୍ୟକ୍ରମରେ ପ୍ରଧାନ ମୁଖ୍ୟ ବନ ସଂରକ୍ଷକ ଶଶିପଲ୍‌, ମୁଖ୍ୟ ବନ ସଂରକ୍ଷକ ମନୋଜ ଭି. ନାୟାର, ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ ମନୋଜ ମହାପାତ୍ର, ବନ ସଂରକ୍ଷକ ସତ୍ୟନାରାୟଣ ବେହୁରା, ବନ ସଂରକ୍ଷକ ବିକାଶ ଦାସ, ଚନ୍ଦକା ବନଖଣ୍ଡ ଅଧିକାରୀ ମହମ୍ମଦ ଜମିଲ୍‌ଙ୍କ ସମେତ ଜଙ୍ଗଲ ବିଭାଗର ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

T20 World Cup 2026 ପୂର୍ବରୁ ଅଷ୍ଟ୍ରେଲିଆ ପାଇଁ ସତର୍କ ଘଣ୍ଟି, ଷ୍ଟାର ଖେଳାଳି ଆହତ

ନୂଆଦିଲ୍ଲୀ,୨୭।୧୨: ୨୦୨୬ ଟି-୨୦ ବିଶ୍ୱକପ୍ ଭାରତ ଏବଂ ଶ୍ରୀଲଙ୍କା ମିଳିତ ଭାବରେ ଆୟୋଜନ କରିବାକୁ ସ୍ଥିର ହୋଇଛି ଏବଂ ଆଇସିସି ଏହାର କାର୍ଯ୍ୟସୂଚୀ ପ୍ରକାଶ କରିଛି...

ମାତ୍ର ୨ଟି ମ୍ୟାଚ ଖେଳି ମାଲାମାଲ୍‌ ହେଲେ ବିରାଟ-ରୋହିତ, ବିଜୟ ହଜାରେ ଟ୍ରଫିରେ ମିଳିଲା ଏତେ ଦରମା

ନୂଆଦିଲ୍ଲୀ,୨୭।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ରୋହିତ ଶର୍ମା ଏବଂ ବିରାଟ କୋହଲି ବହୁ ବର୍ଷ ପରେ ଖେଳୁଥିବା ନଜର ଆସିଛନ୍ତି। ରିପୋର୍ଟ ହୋଇଥିଲା ଯେ...

ବନ୍ଧାହେଲେ କୋଟିପତି ଫରେଷ୍ଟର

ଭୁବନେଶ୍ୱର,୨୭।୧୨: କୋରାପୁଟ ଜିଲା ସେମିଳିଗୁଡ଼ା ଫରେଷ୍ଟର ନିରଞ୍ଜନ ଶତପଥୀ ଗିରଫ ହୋଇଛନ୍ତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଭିଜିଲାନ୍ସ ବିଭାଗ ଗିରଫ କରିଛି।...

ଡିସେମ୍ବର ୩୧ ପୂର୍ବରୁ ଯଦି ନ କରନ୍ତି ଏହି କାମ, ତେବେ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୨୭।୧୨: ଯଦି ଆପଣ ଜଣେ କରଦାତା, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। PAN ଏବଂ ଆଧାରକୁ ଲିଙ୍କ କରିବା ଆଉ କେବଳ...

ସଜେଇ ହେଉଛି ଦାରିଙ୍ଗବାଡି: ଶୀତ ମହୋତ୍ସବ ପାଇଁ ବଢୁଛି ଉତ୍କଣ୍ଠା

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି।ଏଥିପାଇଁ ଦାରିଙ୍ଗବାଡି ଚଳ ଚଞ୍ଚଳ ହୋଇପଡିଛି।...

ଜିରୋ ନାଇଟ ସେଲିବ୍ରେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ନିୟୋଜିତ ରହିବେ…

ଭୁବନେଶ୍ୱର,୨୭।୧୨: ଜିରୋ ନାଇଟ ସେଲିବ୍ରେଶନ ପାଇଁ କମିସନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏନେଇ ପୋଲିସ କମିସନର ସୁରେଶ ଦେବଦତ୍ତ ସିଂ ସୂଚନା...

ହାତୀ ପାଇଁ ବନ୍ଦ ହେଲା ଶିଖରଚଣ୍ଡୀ, ପୁଣି ଏହି ଦିନ ଖୋଲିବ

ଭୁବନେଶ୍ବର, ୨୭।୧୨: ବନ୍ଦ ରହିଲା ଶିଖରଚଣ୍ଡୀ ପୀଠ । ଶିଖରଚଣ୍ଡୀ ମନ୍ଦିର ପ୍ରବେଶ ଗେଟ୍‌ରେ ତାଲା ପକାଇଲା ବନ ବିଭାଗ । ହାତୀ ପାଇଁ ଏଭଳି...

ଆହୁରି ବଢିଲା ଶୀତ, ଜନଜୀବନ ଅସ୍ତବ୍ୟସ୍ତ: ପର୍ଯ୍ୟଟକଙ୍କ ଅସମ୍ଭାଳ ଭିଡ଼

ଦାରିଙ୍ଗବାଡି, ୨୭।୧୨ (ଅରୁଣ ସାହୁ ):ଗତ କିଛିଦିନ ହେଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କୁହୁଡିର ପ୍ରଭାବରେ ଗାଡି ଚଳାଚକ ବାଧାପ୍ରାପ୍ତ ହୋଇଛି। ଶୀତ କମିବାରେ ନାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri