ପୁଣି ଖୋଲିଲା ହୀରାକୁଦର ୪ ଗେଟ

ସମ୍ବଲପୁର,୯ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ରବିବାର ପୁଣି ଥରେ ବିପୁଳ ପରିମାଣର ବନ୍ୟାଜଳ ଜଳଭଣ୍ଡାରକୁ ପ୍ରବେଶ କରିବା ଆରମ୍ଭ କରିଛି। ଫଳରେ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରରୁ ବନ୍ୟାଜଳ ନିଷ୍କାସନ ପାଇଁ ରବିବାର ପୁଣି ୪ଟି ସ୍ଲୁଇସ ଗେଟ୍‌ ଖୋଲାଯାଇଛି। ଫଳରେ ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରରୁ ବାମ ପାଶର୍‌ବର ୮ ଓ ଦକ୍ଷିଣ ପାଶର୍‌ବର ୪ ମିଶି ମୋଟ ୧୨ଟି ସ୍ଲୁଇସ ଗେଟ ଜରିଆରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି।

ରାତି ୯ଟା ୩୦ରେ ପ୍ରାପ୍ତ ଶେଷ ସୂଚନା ଅନୁସାରେ ଜଳଭଣ୍ଡାରର ଜଳସ୍ତର ୬୧୩.୮୩ ଫୁଟ୍‌କୁ ବୃଦ୍ଧି ପାଇଥିବା ବେଳେ ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ହାରାହାରି ୧ ଲକ୍ଷ ୯୧ ହଜାର ୦୧୧ ଘନଫୁଟ ବନ୍ୟାଜଳ ପ୍ରବେଶ କରୁଛି। ଅପରପକ୍ଷରେ ଜଳଭଣ୍ଡାରରୁ ପ୍ରତି ସେକେଣ୍ଡରେ ହାରାହାରି ମୋଟ ୨ ଲକ୍ଷ ୧୫ ହଜାର ୦୮୨ ଘନଫୁଟ ଜଳ ନିଷ୍କାସିତ ହେଉଛି।

ସେଥିମଧ୍ୟରୁ ୧୨ଟି ସ୍ଲୁଇସ୍‌ ଗେଟ ଜରିଆରେ ୧ ଲକ୍ଷ ୮୨ ହଜାର ୧୪୮ ଘନଫୁଟ, ପାୱାର ଚ୍ୟାନେଲରେ ୩୦,୪୩୧ ଘନଫୁଟ, ବରଗଡ଼ କେନାଲରେ ୧,୮୯୩ ଘନଫୁଟ, ଶାସନ କେନାଲରେ ୩୦୦ ତଥା ସମ୍ବଲପୁଲ କେନାଲରେ ୮୧ ଘନଫୁଟ ଏବଂ ଶିଳ୍ପଭିତ୍ତିକ ବ୍ୟବହାର ପାଇଁ ୨୨୯ ଘନଫୁଟ ଜଳ ନିଷ୍କାସନ ହେଉଛି। ଅପରପକ୍ଷରେ ହୀରାକୁଦ ଜଳଭଣ୍ଡାର ନିୟନ୍ତ୍ରଣ କକ୍ଷରୁ ପ୍ରାପ୍ତ ସୂଚନା ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡରେ ୩୫.୯୫ ମି.ମି ଓ ତଳମୁଣ୍ଡରେ ୧୬.୭୧ ମି.ମି. ବର୍ଷା ହୋଇଥିବା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ, ଗିରଫ ହେଲେ ନାବାଳକ ଅଭିଯୁକ୍ତ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳର ଶଙ୍କର ଜେନାଙ୍କୁ ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ…

ପୋତାଗଡ଼ରେ ନାହିଁ ପାନୀୟ ଜଳ ବ୍ୟବସ୍ଥା, ପର୍ଯ୍ୟଟକ ହନ୍ତସନ୍ତ

ଗଞ୍ଜାମ,୨୭।୯(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ଠାରୁ କିଛି ଦୂରରେ ରହିଛି ଐତିହାସିକ ପୋତାଗଡ଼ । ଏହି ପୁରାତନ ବ୍ରିଟିଶ ଅମଳର ପୋତାଗଡ଼ ଦୁର୍ଗକୁ ଦେଖିବା ପାଇଁ…

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?