Posted inଜାତୀୟ

ରାମମନ୍ଦିର ଆନ୍ଦୋଳନର ୪ ମହାରଥୀ ଏବେ ରାଜନୀତିରୁ ଦୂରରେ

ନୂଆଦିଲ୍ଲୀ, ୪।୮: ରାମମନ୍ଦିରର ଭୂମି ପୂଜନ ହେବାକୁ ଆଉ କିଛି ଘଣ୍ଟା ବାକି ରହିଛି। ବୁଧବାର ମଧ୍ୟାହ୍ନ ୧୨ଟା ୧୫ରେ ଭୂମି ପୂଜନ କାର୍ଯ୍ୟର ଶୁଭାରମ୍ଭ ହେବ। ତେବେ ଦିନେ ରାମମନ୍ଦିର ଆନ୍ଦୋଳନର ଚର୍ଚ୍ଚିତ ଚେହେରା ପାଲଟି ଥିବା ୪ ମହାରଥୀ ଏବେ ରାଜନୀତିରୁ ଦୂରରେ ରହି ଯାଇଛନ୍ତି। ଭାଜପାର ପିତାମହ ବୋଲାଉଥିବା ଲାଲ୍‌କୃଷ୍ଣ ଆଡଭାଣୀଙ୍କ ସହିତ ମୁରଲୀମନୋହର ଜୋଷୀ, ଉମା ଭାରତୀ ଏବଂ କଲ୍ୟାଣ ସିଂଙ୍କର ଏବେ ସାମ୍ପ୍ରତିକ ରାଜନୀତିରେ କୌଣସି ଭୂମିକା ନାହିଁ। ୧୯୯୦ରେ ଦେଶରେ ରାମ ଲହର ସୃଷ୍ଟି କରି ରଥଯାତ୍ରା ଆରମ୍ଭ କରିଥିବା ଆଡଭାଣୀ ଏବଂ ଜୋଷୀ ଭୂମି ପୂଜନ କାର୍ଯ୍ୟରେ ଭିଡ଼ିଓ କନଫରେନ୍ସିଂରେ ଯୋଗଦେବେ। ଉମା ଭାରତୀ ଅଯୋଧ୍ୟା ଯାତ୍ରା କରିଥିଲେ ମଧ୍ୟ ଉତ୍ସବରେ ଯୋଗ ନ ଦେଇ ପରେ ରାମଲଲାଙ୍କ ଦର୍ଶନ କରିବେ ବୋଲି କହିଛନ୍ତି। ସେହିପରି ୧୯୯୨ ବିବାଦୀୟ ନିର୍ମାଣ ସମୟରେ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଥିବା କଲ୍ୟାଣ ସିଂ ଭୂମି ପୂଜନ ନେଇ ଉତ୍ସାହିତ ରହିଛନ୍ତି। ମାତ୍ର ଉତ୍ସବରେ ସେ ଯୋଗଦେବେ ନାହିଁ। ଅପରପକ୍ଷରେ ରାମମନ୍ଦିର ଏଜେଣ୍ଡାକୁ ଆଗକୁ ନେଇଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀ, ପି.ଭି ନରସିଂହ ରାଓ ଏବଂ ବିଶ୍ୱ ହିନ୍ଦୁ ପରିଷଦର ଅଶୋକ ସିଙ୍ଘଲ ଏବେ ଦୁନିଆରେ ନାହାଁନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଶାନ୍ତ ସିଂଙ୍କ ପୋଷ୍ଟମର୍ଟମକୁ ନେଇ ଭଉଣୀ ଶ୍ୱେତାଙ୍କ ନୂଆ ଦାବି, ଆଖିରେ ଆଘାତ….

ବଲିଉଡ୍‌ର ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ୬ ବର୍ଷରୁ ଅଧିକ ସମୟ ବିତିଥିଲେ ମଧ୍ୟ ମାମଲାଟି ପୁଣିଥରେ ଚର୍ଚ୍ଚାକୁ ଆସିଛି । ସୁଶାନ୍ତଙ୍କ ଭଉଣୀ…

ଷ୍ଟାଡିୟମରୁ ଚୋରି ହୋଇଗଲା ଭାରତୀୟ ଖେଳାଳିଙ୍କ ଦାମୀ ବ୍ୟାଟ୍! ଭିଡିଓ କରି କହିଲେ…

ନୂଆଦିଲ୍ଲୀ,୨୮ା୯: ଭାରତୀୟ କ୍ରିକେଟର ଦୀପକ ଚହରଙ୍କ ୩ଟି କ୍ରିକେଟ୍‌ ବ୍ୟାଟ୍‌ ଗ୍ରାଉଣ୍ଡରୁ ଚୋରି ହୋଇଥିବା ଜଣାପଡ଼ିଛି । ଚୋରି ହୋଇଥିବା ବ୍ୟାଟ୍‌ଗୁଡ଼ିକର ମୋଟ ମୂଲ୍ୟ ପ୍ରାୟ ଦେଢ଼…

ପ୍ରତିବର୍ଷ ଏକ ବର୍ଗକିଲୋମିଟର ସଙ୍କୁଚିତ ହେଉଛି ମା’ ବରୁଣେଇ ପୀଠ, ପର୍ଯ୍ୟଟକଙ୍କ ପାଇଁ ପାଲଟିଛି ଅପହଞ୍ଚ

କେନ୍ଦ୍ରାପଡା,୨୮ା୯ (ଜଗନ୍ନାଥ ଧଳ): ଜାତୀୟ ଉଦ୍ୟାନ ଭିତରକନିକା ଜୈବ ବିବିଧତା ବିଭବ ମଧ୍ୟରେ ବରୁଣେଇ ଦୀପରେ ମା’ ବରୁଣେଇ ଦୀର୍ଘ ବର୍ଷ ଧରି ପୂଜା ପାଉଥିଲେ ମଧ୍ୟ…

ସ୍କୁଲ ଯିବା ବାଟରେ ସ୍କୁଟି ଆଗକୁ ଆସିଗଲା ଛେଳି, ଦୁର୍ଘଟଣାରେ ଚାଲିଗଲା ଶିକ୍ଷୟିତ୍ରୀଙ୍କ ଜୀବନ

ବାସୁଦେବପୁର,୨୮ା୯(କାଳି ପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ମନ୍ଦାରୀ ବନ୍ଧ ମୁଣ୍ଡ ପୋଲ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ମୃତକ ହେଉଛନ୍ତି ବାସୁଦେବପୁର ପୌରାଞ୍ଚଳ…

ଦେଶୀ ବିହନ ସଂରକ୍ଷଣରେ ବୈଦନାଥଙ୍କ ନିଆରା ପ୍ରୟାସ, ୨୨ କିସମର ଧାନ ସଂଗ୍ରହ କରି…

କର୍ଲାମୁଣ୍ଡା,୨୮ା୯(ପ୍ରଦୀପ କୁମାର ସାହୁ): ଦେଶୀ ବିହନର ସୁରକ୍ଷା ସହ ପ୍ରାକୃତିକ ଚାଷକୁ ପ୍ରୋତ୍ସାହନ, ମାଟି ଓ ଜୈବବିବିଧତାର ସୁରକ୍ଷା ତଥା ବିଷମୁକ୍ତ ଓ ପୁଷ୍ଟିକର ଖାଦ୍ୟ ଉତ୍ପାଦନ…

ରେକର୍ଡ ଭାଙ୍ଗିବା ପରେ ମୁହଁ ଖୋଲିଲେ କୋହଲି, ଗିଲ୍‌ଙ୍କ କ୍ୟାପ୍ଟେନ୍ସିକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୨୮ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଦମଦାର ପ୍ରଦର୍ଶନ କରିଛନ୍ତି ଟିମ୍‌ ଇଣ୍ଡିଆର ଷ୍ଟାର ବ୍ୟାଟର ବିରାଟ କୋହଲି । ମାତ୍ର ୮୮ ବଲ୍‌ରୁ ୧୩୯ ରନ୍‌ର…

ଶାହୀ ମସଜିଦକୁ ନେଇ ଉତ୍ତେଜନା, ପୋଲିସ ଉପରକୁ ପଥରମାଡ଼

ଭୋପାଳ,୨୮ା୯: ସିଂହସ୍ଥ-୨୦୨୮ ପ୍ରସ୍ତୁତି ମଧ୍ୟରେ ମଧ୍ୟପ୍ରଦେଶର ଉଜ୍ଜୟିନୀରେ ଶାହୀ ମସଜିଦର କିଛି ଅଂଶ ହଟାଇବାକୁ ନେଇ ବିବାଦ ତୀବ୍ର ହୋଇଛି । ସୋମବାର ପ୍ରଶାସନ ପକ୍ଷରୁ ପ୍ରଭାବିତ…

ମହିଳା ସାମ୍ବାଦିକାଙ୍କ ପ୍ରଶ୍ନରେ ଅଜବ ଇଙ୍ଗିତ କଲେ ମନ୍ତ୍ରୀ, ଭିଡିଓ ଭାଇରାଲ ପରେ ହଇଚଇ

ନ୍ୟୁୟର୍କ,୨୮ା୯: ଜାତିସଂଘ ସାଧାରଣ ସଭା ଅବସରରେ ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ୱାଜା ଆସିଫଙ୍କ ଏକ ଭିଡିଓକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର ଧରିଛି । ଭିଡିଓରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?