Posted inଜାତୀୟ

ଭାଇ ଦୁଜରେ ବିଷାକ୍ତ ଚା’ ପିଇ ୨ଭାଇଙ୍କ ସମେତ ୪ଜଣଙ୍କ ମୃତ୍ୟୁ

ମୈନପୁରୀ,୨୭।୧୦: ଉତ୍ତରପ୍ରଦେଶର ମୈନପୁରୀରେ ଭାଇ ଦୁଜରେ ଏକ ଦୁଃଖଦ ଘଟଣା ଘଟିଛି। ଘରେ ତିଆରି ହୋଇଥିବା ଚା’ ପିଇ ୨ଶିଶୁଙ୍କ ସମେତ ୪ଜଣଙ୍କ ମୃତ୍ୟୁ ଘଟିଛି। ଏଥିସହ ଅନ୍ୟଜଣଙ୍କ ଅବସ୍ଥା ଗୁରୁତର ରହିଛି। ସୂଚନାଯୋଗ୍ୟ, ନଗଲା କହ୍ନି ଗ୍ରାମରେ ରହୁଥିବା ଶିବାନନ୍ଦନଙ୍କ ଘରେ ଗୁରୁବାର ସକାଳେ ଭାଇ ଦୁଜ ପର୍ବ ପାଇଁ ପ୍ରସ୍ତୁତି ଚାଲିଥିଲା। ଫିରୋଜାବାଦରେ ରହୁଥିବା ତାଙ୍କ ଶ୍ୱଶୁର ରବିନ୍ଦ୍ର ସିଂହ ମଧ୍ୟ ଘରକୁ ଆସିଥିଲେ। ସମସ୍ତେ ଏକାଠି ଚା’ ପିଇଥିଲେ। ଚା’ ପିଇବା ପରେ ହଠାତ୍‌ ଶ୍ୱଶୁର ରବିନ୍ଦ୍ରଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିଯିବା ସହ ଅଚେତ ହୋଇପଡ଼ିଥିଲେ। ଏହାପରେ ଶିବାନନ୍ଦନଙ୍କ ୬ବର୍ଷର ପୁଅ ଶିବାଙ୍ଗ ଓ ୫ବର୍ଷର ପୁଅ ଦିବ୍ୟାଂଶଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିଯାଇଥିଲା। ସେମାନଙ୍କୁ ପରିବାରଲୋକେ ତୁରନ୍ତ ହସ୍ପିଟାଲକୁ ନେଇଥିଲେ। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟପଟେ ଶିବାନନ୍ଦନ ଓ ସୋବରନ ସିଂହଙ୍କ ଅବସ୍ଥା ମଧ୍ୟ ଗୁରୁତର ହୋଇପଡ଼ିଥିବା ବେଳେ ତାଙ୍କୁ ସୈଫଇ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଥିଲା। ହେଲେ ଚିକିତ୍ସାଧିନ ଅବସ୍ଥାରେ ସୋବରନଙ୍କ ମୃତ୍ୟୁ ଘଟିଛି। ୪ଜଣଙ୍କ ମୃତ୍ୟୁ ଖବର ଶୁଣି ପରିବାରଲୋକ ଓ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ଖବର ପାଇ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ ଚା’ପତି ସ୍ଥାନରେ କୌଣସି କୀଟନାଶକ ଦ୍ରବ୍ୟ ପଡ଼ିଯାଇଥିବାରୁ ଏମାନଙ୍କର ମୃତ୍ୟୁ ଘଟିଛି ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?