Posted inଜାତୀୟ

ଭାଇ ଦୁଜରେ ବିଷାକ୍ତ ଚା’ ପିଇ ୨ଭାଇଙ୍କ ସମେତ ୪ଜଣଙ୍କ ମୃତ୍ୟୁ

ମୈନପୁରୀ,୨୭।୧୦: ଉତ୍ତରପ୍ରଦେଶର ମୈନପୁରୀରେ ଭାଇ ଦୁଜରେ ଏକ ଦୁଃଖଦ ଘଟଣା ଘଟିଛି। ଘରେ ତିଆରି ହୋଇଥିବା ଚା’ ପିଇ ୨ଶିଶୁଙ୍କ ସମେତ ୪ଜଣଙ୍କ ମୃତ୍ୟୁ ଘଟିଛି। ଏଥିସହ ଅନ୍ୟଜଣଙ୍କ ଅବସ୍ଥା ଗୁରୁତର ରହିଛି। ସୂଚନାଯୋଗ୍ୟ, ନଗଲା କହ୍ନି ଗ୍ରାମରେ ରହୁଥିବା ଶିବାନନ୍ଦନଙ୍କ ଘରେ ଗୁରୁବାର ସକାଳେ ଭାଇ ଦୁଜ ପର୍ବ ପାଇଁ ପ୍ରସ୍ତୁତି ଚାଲିଥିଲା। ଫିରୋଜାବାଦରେ ରହୁଥିବା ତାଙ୍କ ଶ୍ୱଶୁର ରବିନ୍ଦ୍ର ସିଂହ ମଧ୍ୟ ଘରକୁ ଆସିଥିଲେ। ସମସ୍ତେ ଏକାଠି ଚା’ ପିଇଥିଲେ। ଚା’ ପିଇବା ପରେ ହଠାତ୍‌ ଶ୍ୱଶୁର ରବିନ୍ଦ୍ରଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିଯିବା ସହ ଅଚେତ ହୋଇପଡ଼ିଥିଲେ। ଏହାପରେ ଶିବାନନ୍ଦନଙ୍କ ୬ବର୍ଷର ପୁଅ ଶିବାଙ୍ଗ ଓ ୫ବର୍ଷର ପୁଅ ଦିବ୍ୟାଂଶଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିଯାଇଥିଲା। ସେମାନଙ୍କୁ ପରିବାରଲୋକେ ତୁରନ୍ତ ହସ୍ପିଟାଲକୁ ନେଇଥିଲେ। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟପଟେ ଶିବାନନ୍ଦନ ଓ ସୋବରନ ସିଂହଙ୍କ ଅବସ୍ଥା ମଧ୍ୟ ଗୁରୁତର ହୋଇପଡ଼ିଥିବା ବେଳେ ତାଙ୍କୁ ସୈଫଇ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଥିଲା। ହେଲେ ଚିକିତ୍ସାଧିନ ଅବସ୍ଥାରେ ସୋବରନଙ୍କ ମୃତ୍ୟୁ ଘଟିଛି। ୪ଜଣଙ୍କ ମୃତ୍ୟୁ ଖବର ଶୁଣି ପରିବାରଲୋକ ଓ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ଖବର ପାଇ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ ଚା’ପତି ସ୍ଥାନରେ କୌଣସି କୀଟନାଶକ ଦ୍ରବ୍ୟ ପଡ଼ିଯାଇଥିବାରୁ ଏମାନଙ୍କର ମୃତ୍ୟୁ ଘଟିଛି ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

ୟୁପିରେ ବନ୍ୟା: ପ୍ରଭାବିତ ଅଞ୍ଚଳ ବୁଲିଲେ ଯୋଗୀ, ରିଲିଫ କିଟ୍‌ କଲେ ବଣ୍ଟନ

ଲକ୍ଷ୍ନୌ,୨୯।୮: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉତ୍ତରପ୍ରଦେଶର ବନ୍ୟା ପରିସ୍ଥିତିକୁ ଗମ୍ଭୀରତାର ସହ ନେଉଛନ୍ତି। ଚିତ୍ରକୂଟ, ଜାଲୌନ, ହମିରପୁର ଏବଂ ଆଉରିଆରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୋଗୀ…

ଗ୍ଲେସିଅର୍ ତାଣ୍ଡବ ମଧ୍ୟରେ ଭାରତ ସାଜିଲା ଦେବଦୂତ! ପିଏମ୍ ମୋଦିଙ୍କୁ ‘ଉଦାର’ କହି କୃତଜ୍ଞତା ଜଣାଇଲେ ନେପାଳ ଅର୍ଥମନ୍ତ୍ରୀ!

କାଠମାଣ୍ଡୁ,୨୯।୮: ନେପାଳ-ତିବ୍ବତ ସୀମାରେ ହିମସ୍ଖଳନ ଏବଂ ଗ୍ଲେସିଅର୍ ଫାଟିବା ଯୋଗୁ ଆସିଥିବା ବିନାଶକାରୀ ବନ୍ୟା ନେପାଳରେ ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରାକୃତିକ ବିପତ୍ତିରେ ବର୍ତ୍ତମାନ ସୁଦ୍ଧା…

ଯୁବପିଢ଼ିଙ୍କ ମଧ୍ୟରେ କ୍ରୀଡ଼ା ପ୍ରତି ଆଗ୍ରହ: ବିଜୟୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର

କର୍ଲାମୁଣ୍ଡା, ୨୯।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାସ୍ଥିତ ରାଧାମାଧବ ଯୁବକ ସଂଘ ପକ୍ଷରୁ ଶନିବାର ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି।…

ରାଜସ୍ବ ଆଦାୟରେ ଆଗୁଆ, ସୁରକ୍ଷା ଦିଗରେ ପଛୁଆ: ଆରଟିଓଙ୍କ ପାଖରେ ସୂଚନା ମିଳୁନି, କିରାଣି ସର୍ବେସବା, ବୈଠକରେ ସୀମିତ

ଭବାନୀପାଟଣା,୨୯।୮(ଉତ୍ତମ କୁମାର ଦାଶ): ଜିଲା ସ୍ତରରେ ସଡ଼କ ଦୁର୍ଘଟଣା ରୋକିବା ଏବଂ ଯାତାୟତ ବ୍ୟବସ୍ଥାର ସୁଧାର ପାଇଁ ଜିଲା ସ୍ତରରେ ଏକ ସଡ଼କ ସୁରକ୍ଷା ସମିତି କମିଟି…

ଗାଧୋଇବା ବେଳେ ନଦୀରେ ବୁଡ଼ି ନାବାଳିକାଙ୍କ ମୃତ୍ୟୁ

ପଟ୍ଟାମୁଣ୍ଡାଇ, ୨୯/୮ (କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ତନୂପୁର ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବ୍ରାହ୍ମଣୀ ନଦୀର ଶାଖା ନାଳରେ ଗାଧୋଇବା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri