ଦୁର୍ଘଟଣାରେ ଚାଲିଗଲା ଗୋଟିଏ ପରିବାରର ୪ ଜୀବନ

ବଲାଙ୍ଗୀର,୯ା୨(ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ଜିଲା ତୁରେକେଲା ଥାନା ପଣ୍ଡରେନ ଗାଁ ନିକଟରେ ଏକ ଅଜଣା ଗାଡ଼ି ଧକ୍କାରେ ଅଜା ନାତିଙ୍କ ସହ ଆଉ ୨ ଜଣଙ୍କ ମୃତ୍ୟୁ ଘଟିଛି।

ବଙ୍ଗୋମୁଣ୍ଡା ଥାନା ତୁରେକେଲା ଗାଁର ଗୋଟିଏ ପରିବାରର ୪ ଜଣ ବାଇକ୍‌ରେ କୌଣସି କାମରେ ଯାଇ ନିଜ ଘରକୁ ଫେରୁଥିବା ବେଳେ ଅଜଣା ଗାଡ଼ି ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ୬ ବର୍ଷର ନାତି ଦେବାଶିଷ ପଟେଲ ଏବଂ ୫୫ ବର୍ଷୀୟ ଅଜା କ୍ଷୀର ପଟେଲଙ୍କ ମୃତ୍ୟୁ ଘଟିଥିବାବେଳେ ଆଉ ୨ ଜଣ ସମ୍ପର୍କୀୟଙ୍କ ମୃତ୍ୟୁ ଘଟିଛି। ତୁରେକେଲା ପୋଲିସ ଦୁର୍ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଥିବା ଜଣାପଡ଼ିଛି।

Dharitri – Odisha’s No.1 Odia Daily

Share