‘ଫୋର୍‌-ଏମ୍‌’: ମମତାଙ୍କୁ ଆଣି ଦେଲା ବିଜୟ…

କୋଲକାତା,୨।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଫଳାଫଳରେ ଶାସକ ତୃଣମୂଳ କଂଗ୍ରେସ ପୁଣି ଥରେ ଶାସନ ଡୋର ହାତେଇବାକୁ ଯାଉଛି। ଶାସକ ତୃଣମୂଳ ୨୧୧ ଆସନରେ ଆଗେଇଥିବାବେଳେ ଭାଜପା ୭୭ ଆସନରେ ଆଗୁଆ ରହିଛି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିଜୟରେ ‘ଫୋର୍‌-ଏମ୍‌’ର ଗୁରୁତ୍ୱ ଅଧିକ ରହିଛି ବୋଲି ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି। ପ୍ରଥମ ଏମ୍‌ ମତୁଆ ସମ୍ପ୍ରଦାୟଙ୍କୁ ସୂଚିତ କରୁଛି। ସେମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ପୂର୍ଣ୍ଣ ଭରସା କରି ପାରିଲେ ନାହିଁ। ଫଳରେ ଭାଜପା ଅପେକ୍ଷା ତୃଣମୂଳକୁ ସେମାନେ ସମର୍ଥନ କଲେ। ସେହିପରି ଦ୍ୱିତୀୟ ଏମ୍‌ ହେଉଛି ରାଜ୍ୟର ମୁସଲମାନ୍‌ ଭୋଟର। ମୁସଲମାନ୍‌ ଭୋଟରଙ୍କୁ ଆକର୍ଷିତ କରିବାରେ ଭାଜପା ଅସଫଳ ରହିବାରୁ ଏହାର ଫାଇଦା ତୃଣମୂଳ ଖାତାକୁ ଯାଇଛି। ସେହିପରି ତୃତୀୟ ଏମ୍‌ ହେଉଛି ରାଜ୍ୟର ମହିଳା ଭୋଟର। ମହିଳା ଭୋଟରମାନେ ମମତା ଦିଦିଙ୍କୁ ପୂର୍ଣ୍ଣ ସମର୍ଥନ ଦେଇଛନ୍ତି। ଫଳରେ ଦିଦି ପୁଣିଥରେ କ୍ଷମତା ଦଖଲ କରିପାରିଛନ୍ତି। ଚତୁର୍ଥ ଏମ୍‌ ହେଉଛନ୍ତି ନିଜେ ମମତା। ମମତାଙ୍କ ଭାବମୂର୍ତ୍ତି ମଳିନ କରିବାକୁ ଭାଜପା ପ୍ରୟାସ କରି ମଧ୍ୟ ଅସଫଳ ରହିଥିବା ରାଜନୈତିକ ସମୀକ୍ଷକ କହିଛନ୍ତି। ଫଳରେ ରାଜ୍ୟରେ ମୋଦି ମ୍ୟାଜିକ୍‌ କାମ କରି ନାହିଁ। ଅପରପକ୍ଷରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏବଂ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କ ରଣନୀତି କାମ ଦେଇ ନାହିଁ। ଚାଷୀଙ୍କ ଘରେ ବୁଲିବୁଲି ଭୋଜନ କରିବା ଅବା ମୁଠି ଚାଉଳ ସଂଗ୍ରହ ଅସଫଳ ରହିଥିବା ସମୀକ୍ଷକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

ଶାହରୁଖ ଖାନ, ଅଜୟ ଦେବଗନ, ଟାଇଗର ଶ୍ରଫଙ୍କ ବଢିଲା ସମସ୍ୟା; ‘କାରଣ ଦର୍ଶାଅ’ ନୋଟିସ ଜାରି କଲା FDA

ନୂଆଦିଲ୍ଲୀ,୧୬।୮: ତିନି ପ୍ରମୁଖ ବଲିଉଡ ତାରକା – ଶାହରୁଖ ଖାନ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ‘ବିମଲ…

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଖୁବଶୀଘ୍ର ଭାରତ ଗସ୍ତ କରିପାରନ୍ତି ବାଂଲାଦେଶୀ ପ୍ରଧାନମନ୍ତ୍ରୀ; ଦିଲ୍ଲୀ-ଢାକା ସମ୍ପର୍କ ପାଇଁ ଏହି ଗସ୍ତ କାହିଁକି ଗୁରୁତ୍ୱପୂର୍ଣ୍ଣ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୧୬।୮: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ ୨୦ ରୁ ୨୫ ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ‘ଦି ଡେଲି ଷ୍ଟାର’ ସୂତ୍ର ଉଦ୍ଧୃତ କରି ଏହି…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ବିମାନ ବନ୍ଦରରେ ଯାତ୍ରୀଙ୍କ ବନ୍ଧୁକରୁ ଫୁଟିଲା ଗୁଳି; ୨ କର୍ମଚାରୀ ଆହତ

ବାରାଣସୀ,୧୬।୮: ରବିବାର (ଅଗଷ୍ଟ ୧୬, ୨୦୨୬) ବାରାଣସୀ ବିମାନବନ୍ଦରରେ ସୁରକ୍ଷା ଯାଞ୍ଚ ସମୟରେ ହଠଶତ ଗୁଳି ଫୁଟିଥିଲା। ଏହି ଘଟଣାରେ ବିମାନବନ୍ଦରରେ ନିୟୋଜିତ ଦୁଇଜଣ AAICLAS ସ୍କ୍ରିନର…

ହର୍ମୁଜକୁ ନେଇ ଆସିଲା ଭଲ ଖବର: ଇରାନ-ଓମାନ ମଧ୍ୟରେ ଚୁକ୍ତି ଚୂଡ଼ାନ୍ତ

ତେହରାନ,୧୬।୮: ଇରାନ ଏବଂ ଓମାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଚାଲିଥିବା ଚୁକ୍ତିକୁ ନେଇ ସକାରାତ୍ମକ ଖବର ଆସିଛି। ରିପୋର୍ଟଗୁଡ଼ିକ ସୂଚାଇଛି ଯେ ଏହି ରଣନୈତିକ ଜଳପଥ…

ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି – କହିଲେ ‘ଦେଶକୁ ଏକ ନୂତନ ଦିଗଦର୍ଶନ ଦେଇଥିଲେ’

ନୂଆଦିଲ୍ଲୀ,୧୬।୮: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଦେଶ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri