ବଡ଼ ଝଟକା: ସୁରକ୍ଷାକର୍ମୀଙ୍କ ହାତରେ ଧରାପଡ଼ିଲେ ୪ ମାଓବାଦୀ

ମାଲକାନଗିରି,୬ା୨(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ ସୁକ୍‌ମା ପୋଲିସ ଦୁଇଟି ସ୍ଥାନରୁ ୪ ମାଓବାଦୀଙ୍କୁ ଗିରଫ କରିଛି। ମାଓବାଦୀଙ୍କ ଉପସ୍ଥିତି ସମ୍ପର୍କରେ ସୂଚନା ପାଇ ଚିନ୍ତାଗୁଫା ପୋଲିସ ଡିଆର୍‌ଜି ବାହିନୀ ମିଳିତ ଭାବେ ତାଡମେଟଲା ଓ ଆଖପାଖ ଅଞ୍ଚଳରେ କୋମ୍ବିଂ କରିଥିଲେ । ଏହି ସମୟରେ ତାଡମେଟଲା ଗ୍ରାମ ନିକଟ ଜଙ୍ଗଲ ଓ ପାହାଡ ପାଖରେ କେତେକ ସନ୍ଦିଗ୍ଧ ବ୍ୟକ୍ତି ଥିବା ଦେଖିବାକୁ ପାଇଥିଲେ । ତେବେ ଉକ୍ତ ବ୍ୟକ୍ତିମାନେ ପୋଲିସକୁ ଦେଖି ପଳାଇବାକୁ ଚେଷ୍ଟା କରୁଥିବା ବେଳେ ପୋଲିସ ୨ ଜଣଙ୍କୁ ଗିରଫ କରଥିଲା । ପଚରାଉଚରା ପରେ ସେମାନେ ସୋଡି ଦୁଲା ଓ ମାଡବି ବୁଦରା ବୋଳି ନିଜ ପରିଚୟ ଦେଇଥିଲେ।

ଏହି ଦୁଇଜଣ ଜନତାନା ସରକାର ମାଓବାଦୀ ସଂଗଠନର ଉପାଧ୍ୟକ୍ଷ ଓ ସଦସ୍ୟ ଭାବେ କାର୍ଯ୍ୟ କରୁଥିବା କହିଛନ୍ତି । ଏହି ଦୁଇଜଣ ବିସ୍ଫୋଟକ ସାମଗ୍ରୀ ରପ୍ତାନି ଓ ଘଟଣାସ୍ଥଳରେ ଖଞ୍ଜିବା ଆଦି କାର୍ଯ୍ୟରେ ଜଡିତ ଥିବାରୁ ଏମାନଙ୍କ ନାମରେ ମାମଲା ରୁଜୁ ହୋଇଛି। ଗୁରୁବାର ୨ ଜଣଙ୍କୁ କୋର୍ଟ ଚାଲାଣ କରାଯାଇଛି।

ସେହିପରି ସୁକ୍‌ମା ପୋଲିସ ଓ ସୁରକ୍ଷା କର୍ମୀମାନେ କେରଲାପାଲ ଥାନା ଅଧୀନ ଗଡଗଡପାରା ଅଞ୍ଚଳରେ ସର୍ଚ୍ଚ ଅପରେଶନ ବେଳେ ଦୁଇଜଣ ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ଦେଖିବାକୁ ପାଇ ଗିରଫ କରିଥିଲେ। ସେମାନେ ହେଲେ ମୁଚାକୀ ଦେବା ଓ ମୁଚାକି ଜଗା। ପଚରାଉଚୁରା ପରେ ସେମାନେ ମାଓବାଦୀ ସଂଗଠନର ସଦସ୍ୟ ବୋଲି କହିଥିଲେ। ତାଙ୍କ ପାଖରୁ ୩ କିଲୋଗ୍ରାମର ଗୋଟିଏ ଟିଫିନ ବୋମା, ଆଇଇଡି, ଦୁଇଟି ଡିଟୋନେଟର, କୋଡେକ୍ସ ତାର ଇତ୍ୟାଦି ଜବତ କରାଯାଇଛି। ଗିରଫ ଦୁଇ ମାଓବାଦୀଙ୍କୁ କୋର୍ଟ ଚାଲାଣ କରାଯାଇଥିବା ପୋଲିସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ଗଞ୍ଜାମ ଗସ୍ତରେ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ: ପ୍ରାଣି ଚିକିତ୍ସାଳୟ ପୁନରୁଦ୍ଧାର ପାଇଁ…

ଗଞ୍ଜାମ,୧୧।୯(ବିଦ୍ୟାଧର ସାହୁ )ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଦିନିକିଆ ଗସ୍ତରେ ଗଞ୍ଜାମ ଆସିଥିଲେ। ଏହି ଅବସରରେ ମନ୍ତ୍ରୀ ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା…

ପିଡିଏସ୍‌ ଚାଉଳ ହେଉଥିଲା ଚାଲାଣ: ଧରିଲେ ଏସ୍‌ପି

କୁଆଁରମୁଣ୍ଡା,୧୧।୯(ମହେନ୍ଦ୍ର କୁମାର ସାହୁ): ଚୋରା ଚାଲାଣ ହେଉଥିବା ୧୪୦ କୁଇଣ୍ଟାଲ ପିଡିଏସ୍‌ ଚାଉଳ ବୋଝେଇ ଏକ ଟ୍ରକକୁ ଶୁକ୍ରବାର କୁଆଁରମୁଣ୍ଡା ବ୍ଲକ ବିଜାବାହାଲ ଗ୍ରାମ ରାମପାଲ ଛକ…

ହଷ୍ଟେଲ ଛାଡ଼ିଥିଲେ ଶତାଧିକ ଛାତ୍ର: ପ୍ରଧାନଶିକ୍ଷୟିତ୍ରୀ ନିଲମ୍ବନ ପରେ ଏବେ କମିଶନଙ୍କ ନିକଟରେ ରିପୋର୍ଟ ଦାଖଲ ନିର୍ଦ୍ଦେଶ

ଝରିଗାଁ,୧୧ା୯ (କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ସାନଟେମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଭିତ୍ତିଭୂମିର ଅଭାବ ଓ ନିମ୍ନମାନର ଖାଦ୍ୟ ଯୋଗୁ…

ଟାଙ୍ଗିଆ ଚୋଟରେ ବାପା ମୃତ, ପୁଅ ଗୁରୁତର

ଖଜୁରୀପଡ଼ା,୧୧।୯(ବିଦୁର ବେହେରା): ଜମିଜମା ବିବାଦକୁ କେନ୍ଦ୍ର କରି ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ସୁଡ୍ରୁକୁମ୍ପା ପଞ୍ଚାୟତ ସର୍କେସରୁ ଗ୍ରାମରେ ଶୁକ୍ରବାର ଏକ ହତ୍ୟାକାଣ୍ଡ ଘଟିଛି। ଟାଙ୍ଗିଆ ଆକ୍ରମଣରେ ବାପାଙ୍କ…

ପ୍ରଥମ ଟି-୨୦ ବଡ଼ ଓଲଟପାଲଟ! ସାମସନ OUT, ବୈଭବ IN: ଭାରତର ପ୍ଲେଇଂ ୧୧କୁ ନେଇ ହଇଚଇ

ନୂଆଦିଲ୍ଲୀ,୧୧।୯: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ପ୍ରଥମ ଟି-୨୦ ମ୍ୟାଚ ସେପ୍ଟେମ୍ବର ୧୩ ତାରିଖ ରବିବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯିବ। ଏହି ମ୍ୟାଚରେ ଟିମ…

ପାର୍ବଣ ଋତୁରେ ସାବଧାନ! ଗୋଟିଏ ଭୁଲ୍‌ କ୍ଲିକ୍‌ ଖାଲି କରିଦେବ ପୂରା ଆକାଉଣ୍ଟ

ଖୋର୍ଦ୍ଧା,୧୧ା୯(ପ୍ରଭାତ ପାଣିଗ୍ରାହୀ): ଡିଜିଟାଲ ଯୁଗରେ ବଢ଼ୁଥିବା ସାଇବର ଠକେଇକୁ ରୋକିବା ପାଇଁ ଖୋର୍ଦ୍ଧା ପୋଲିସ ଏବଂ ଏସ୍‌ପି ପରମାର ସ୍ମିତ ପୁରୁଷୋତ୍ତମ ଦାସ ଜନସାଧାରଣଙ୍କୁ ସଚେତନ କରିଛନ୍ତି।…

ବ୍ରିଜ ଉପରେ କାର ରଖି ନଦୀକୁ ଡେଇଁଲେ ଯୁବକ, ଖୋଜାଖୋଜି ଜାରି

ରାଉରକେଲା,୧୧।୯: ସୁନ୍ଦରଗଡ଼ ଜିଲା ବ୍ରାହ୍ମଣୀ ତରଙ୍ଗ ନୂଆବ୍ରାହ୍ମଣୀ ବ୍ରିଜରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ବ୍ରିଜ ଉପରେ କାର ରଖି ଜଣେ ଯୁବକ ନଦୀକୁ ଡେଇଁ…

ଗଣେଶ ପୂଜାଠାରୁ ୫ ରାଶିର ଆରମ୍ଭ ହେବ ଗୋଲଡେନ୍‌ ସମୟ, ଏହି ୭ ରାଶି ପାଇଁ ଖରାପ! ଜାଣନ୍ତୁ ସାପ୍ତାହିକ ରାଶିଫଳ

ଆରମ୍ଭ ହେବାକୁ ଯାଉଛି ନୂଆ ସପ୍ତାହ। ଆସନ୍ତା ୧୪ରୁ ୨୦ ସେପ୍ଟେମ୍ବର ୨୦୨୬ ମଧ୍ୟରେ ଗ୍ରହ-ନକ୍ଷତ୍ରଙ୍କ ସ୍ଥିତିର ପ୍ରଭାବ ୧୨ଟି ରାଶି ଉପରେ ପଡ଼ିପାରେ। ସପ୍ତାହର ଆରମ୍ଭରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Trending

ଛୁଟିଦିନ
ପିଲାଙ୍କ ଧରିତ୍ରୀ
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?