ବାଘଛୁଆର ମୃତଦେହ ବ୍ୟବଚ୍ଛେଦ କଲେ ୪ଜଣିଆ ଟିମ୍‌

ଭଞ୍ଜନଗର,୨୦ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରୁ ବୁଧବାର ବନ ବିଭାଗ ଜବତ କରିଥିବା କଲରାପତରିଆ ବାଘ ଶାବକର ମୃତଦେହ ଗୁରୁବାର ବ୍ୟବଚ୍ଛେଦ ହୋଇଛି। ୪ ଜଣ ପ୍ରାଣୀ ବିଶେଷଜ୍ଞ ସମ୍ପୃକ୍ତ ଅଞ୍ଚଳର ଲୋକ ପ୍ରତିନିଧି ଏବଂ ଡିଏଫ୍‌ଓ ହିମାଂଶୁ ଶେଖର ମହାନ୍ତି, ଏସିଏଫ୍‌ ବିବେକ ଦାସ, ବିମଳ ପ୍ରଧାନ, ରେଞ୍ଜର ବିମ୍ବାଧର ସାହୁ ପ୍ରମୁଖଙ୍କ ଉପସ୍ଥିତିରେ ମୃତଦେହ ବ୍ୟବଚ୍ଛେଦ ହୋଇଥିଲା। ପରେ ବାଘ ଶାବକ ଶରୀରର ବିଭିନ୍ନ ଅଂଶ ପରୀକ୍ଷା ପାଇଁ ଭୁବନେଶ୍ୱରସ୍ଥିତ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)କୁ ପଠାଯାଇଛି। ରିପୋର୍ଟ ଆସିବା ପରେ ବାଘ ଶାବକଟିର କେଉଁ କାରଣରୁ ମୃତ୍ୟୁ ଘଟିଛି ତହା ସ୍ପଷ୍ଟ ହେବ। ତେବେ ବାଘ ଶାବକଟିର ରୋଗଗ୍ରସ୍ତ ଯୋଗୁ ମୃତ୍ୟୁ ହୋଇଥିବା ବିଭାଗୀୟ ଅଧିକାରୀମାନେ ଆଶଙ୍କା କରୁଛନ୍ତି। ବାଘ ଶାବକର ପେଟରେ ମୃତ୍ୟୁ ପୂର୍ବରୁ କିଛି ଖାଦ୍ୟ ନ ଥିବା ବେଳେ ପୋକ ଭରି ରହିଥିଲା। ଶରୀରରେ କୌଣସି ଆଘାତ ଚିହ୍ନ ମଧ୍ୟ ନାହିଁ। ତେଣୁ ପ୍ରାଥମିକ ତଥ୍ୟକୁ ଆଧାର କରି ବାଘ ଶାବକଟି କୌଣସି ଏକ ରୋଗରେ ଆକ୍ରାନ୍ତ ହୋଇ ତାର ମୃତ୍ୟୁ ଘଟିଥିବା ଆଶଙ୍କା କରାଯାଉଛି । ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ପ୍ରକୃତ କାରଣ ଜଣାପଡିବ ବୋଲି ଡିଏଫ୍‌ଓ ମହାନ୍ତି କହିଛନ୍ତି। ଘଟଣାରୁ ପ୍ରକାଶ, ବୁଧବାର ଅପରାହ୍ନରେ ବଜ୍ରକୋଟ ବିଦ୍ୟାଳୟର କିଛି ଛାତ୍ର କ୍ରିକେଟ ଖେଳୁଥିଲେ। ଏହି ସମୟରେ ସେମାନଙ୍କ କ୍ରିକେଟ ବଲ ଏକ ବୁଦା ଭିତରକୁ ଚାଲି ଯାଇଥିଲା। ଜଣେ ଛାତ୍ର ବୁଦା ଭିତରକୁ ବଲ ଗୋଟାଇବାକୁ ଯିବା ସମୟରେ ବାଘ ଶାବକଟି ମୃତ ଅବସ୍ଥାରେ ପଡିଥିବା ଦେଖିଥିଲେ। ପରେ ସେମାନେ ଗ୍ରାମବାସୀଙ୍କୁ ଜଣାଇବା ପରେ କଥା ଆସି ବନ ବିଭାଗ ପାଖରେ ପହଞ୍ଚତ୍ଲା। ଘଟଣା ସ୍ଥଳରେ ଡିଏଫଓଙ୍କ ସମେତ ବିଭାଗୀୟ ଅଧିକାରୀମାନେ ପହଞ୍ଚତ୍ ଏହାର ତଦନ୍ତ କରିଥିଲେ। ଗୁରୁବାର ଜେଟିଏଫ ଟିମ୍‌ ଆସି ଘଟଣାର ତଦନ୍ତ କରିବାର ଥିଲା। ମାତ୍ର କୌଣସି କାରଣରୁ ଶେଷ ମୁହୂର୍ତ୍ତରେ ଜେଟିଏଫ୍‌ ଟିମ୍‌ ଆସି ନ ଥିଲା।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri