ଘରେ ନିଆଁ ଲାଗି ଗୋଟିଏ ପରିବାରର ୪ ଗୁରୁତର

ରାୟଗଡ଼ା ଅଫିସ,୧୭ା୩: ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଶିକରପାଇ ପଞ୍ଚାୟତ ସଦର ଅଞ୍ଚଳରେ ଗୁରୁବାର ଘରେ ନିଆଁ ଲାଗି ଗୋଟିଏ ପରିବାରର ୪ଜଣ ପୋଡ଼ି ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ ଦୟାନିଧି ବେହେରା, ସ୍ତ୍ରୀ ଲକ୍ଷ୍ମୀ, ବଡ଼ ବୋହୂ ସ୍ବପ୍ନା ଏବଂ ସାନ ପୁଅ ଅନିଲ।

ସୂଚନା ଅନୁଯାୟୀ, ଘରୁ ଚିତ୍କାର ଶୁଣି ପଡ଼ୋଶୀ ଏବଂ ସାହି ଲୋକେ ନିଆଁକୁ ସାମାନ୍ୟ ଆୟତ୍ତ କରିବା ସହ ୪ ଗୁରୁତରଙ୍କୁ ଉଦ୍ଧାର କରି ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ପରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ଗ୍ୟାସ୍‌ ସିଲିଣ୍ଡର ଫାଟି ଅଗ୍ନିକାଣ୍ଡ ଘଟିଥିବା ସାହି ଲୋକେ ଅନୁମାନ କରିଛନ୍ତି। ତେବେ ପ୍ରାଥମିକ ତଦନ୍ତ ବେଳେ ଘରୁ ପେଟ୍ରୋଲ ଡବା ମିଳିଥିବାରୁ ଘଟଣାର ପ୍ରକୃତ କାରଣ ଅସ୍ପଷ୍ଟ ଥିବା କଲ୍ୟାଣସିଂହପୁର ଥାନା ଅଧିକାରୀ ସୁକୁମା ହାଁସଦା କହିଛନ୍ତି। ଏଥିସହ ଘଟଣା ବେଡ୍‌ରୁମ୍‌ରେ ଘଟିଥିବା ସେ କହିଛନ୍ତି। ତେଣୁ ଘଟଣାର କାରଣକୁ ନେଇ ସନ୍ଦେହ ସୃଷ୍ଟି ହୋଇଛି। ଅନ୍ୟପକ୍ଷରେ ସମସ୍ତ ଗୁରୁତରଙ୍କ ଶରୀରର ପ୍ରାୟ ୯୦ ପ୍ରତିଶତ ପୋଡ଼ିଯାଇଛି। ରାୟଗଡ଼ାରେ ପ୍ରାଥମିକ ଚିକିତ୍ସା ପରେ ସେମାନଙ୍କୁ ବ୍ରହ୍ମପୁର ପଠାଇ ଦିଆଯାଇଥିବା ସର୍ଜରି ବିଭାଗର ଡାକ୍ତର ବୀରେନ୍‌ କହିଛନ୍ତି। ଗୁରୁତର ସ୍ବପ୍ନାଙ୍କ ସ୍ବାମୀ ସୁନୀଲ ଶିକରପାଇରେ ଏକ ବେକେରି କରିଛନ୍ତି। ଘଟଣା ଘଟିବା ସମୟରେ ସେ ଏବଂ ଅନ୍ୟ ଜଣେ ଦିଅର ଘରେ ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri