ନିଜ ଦେଶକୁ ଫେରିବାକୁ ଚାହୁଁନାହାନ୍ତି ଏହି ୪ କ୍ରିକେଟର୍‌

ଲଣ୍ଡନ,୯।୨: ଆଫଗାନିସ୍ତାନର ଅଣ୍ଡର -୧୯ ବିଶ୍ୱକପ ଦଳର ଚାରିଜଣ ଖେଳାଳି ନିଜ ଦେଶକୁ ଫେରିବାକୁ ମନା କରି ଦେଇଛନ୍ତି। ୱେଷ୍ଟଇଣ୍ଡିଜରେ ବିଶ୍ୱକପ ଖେଳିବା ପରେ ଏହି ଚାରିଜଣ ଖେଳାଳି ଆଫଗାନିସ୍ତାନ ବଦଳରେ ଇଂଲଣ୍ଡରେ ପହଞ୍ଚିଛନ୍ତି। ଏହି ଚାରିଜଣ ସଦସ୍ୟ ବ୍ରିଟେନରେ ଆଶ୍ରୟ ନେବେ କି ନାହିଁ ତାହା ଏପର୍ଯ୍ୟନ୍ତ ଜଣା ପଡିନାହିଁ। ଅଣ୍ଡର -୧୯ ବିଶ୍ୱକପରେ ଆଫଗାନିସ୍ତାନ ଦଳ ଚତୁର୍ଥ ସ୍ଥାନ ଅଧିକାର କରିଛି। ଏହି ଚାରିଜଣ ଖେଳାଳି ଏବେ ଲଣ୍ଡନରେ ଅଛନ୍ତି ଏବଂ ସେମାନଙ୍କର ଭିସା ଫେବୃଆରୀ ୮ରେ ସମାପ୍ତ ହେବ। ଆଫଗାନିସ୍ତାନ କ୍ରିକେଟ ବୋର୍ଡ ଏହି ବିଷୟରେ ଆନୁଷ୍ଠାନିକ ଭାବେ ମନ୍ତବ୍ୟ ଦେଇନାହିଁ। ତେବେ ଅନେକ ଖେଳାଳି ଚାରି ଦେଶରୁ ନିଜ ଦେଶକୁ ଫେରିବାକୁ ଦାବି କରିଛନ୍ତି। ବ୍ରିଟେନର ସରକାରୀ ନିୟମ ଅନୁଯାୟୀ, ଟ୍ରାଞ୍ଜିଟ ଭିସା ଥିବା ବ୍ୟକ୍ତି ଦେଶରେ ୪୮ ଘଣ୍ଟାରୁ ଅଧିକ ସମୟ ରହିପାରିବେ ନାହିଁ।
ଗତ ବର୍ଷ ଆଫଗାନିସ୍ତାନରେ ତାଲିବାନ କ୍ଷମତାକୁ ଆସିବା ପରେ ପୂର୍ବତନ ରାଷ୍ଟ୍ରପତି, ଅମଲାତନ୍ତ୍ର, କ୍ରୀଡ଼ାବିତ୍‌ ତଥା ସାଧାରଣ ନାଗରିକଙ୍କ ସମେତ ଏକ ମିଲିୟନରୁ ଅଧିକ ଆଫଗାନିସ୍ତାନ ନାଗରିକ ଦେଶ ଛାଡି ଚାଲିଯାଇଥିଲେ। ଆଫଗାନିସ୍ତାନର ପୂର୍ବତନ ଖେଳାଳି ରଏସ ଅହମ୍ମଦଜାଇ କହିଛନ୍ତି,ଖେଳାଳିମାନେ ସେମାନଙ୍କ ନିଷ୍ପତ୍ତିର ପୁନର୍ବିଚାର କରିବେ ଏବଂ ଦେଶକୁ ଫେରିବେ ବୋଲି ସେ ଆଶା କରୁଛନ୍ତି। ଅହମ୍ମଦାଇ ବିଶ୍ୱକପ ସମୟରେ ଦଳର ମୁଖ୍ୟ ପ୍ରଶିକ୍ଷକ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ହେଲା ଯୁଦ୍ଧ! ପ୍ରଥମ ଥର ପାଇଁ ଆମେରିକାର ୮୦୦ କୋଟିର ଫାଇଟର ଜେଟ୍‌କୁ ଇରାନର ଟାର୍ଗେଟ, ବଢ଼ିଲା…

ୱାଶିଂଟନ, ୧୯।୩:ମଧ୍ୟ-ପ୍ରାଚ୍ୟ ରଣାଙ୍ଗନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆମେରିକାର ଏକ ଅତ୍ୟାଧୁନିକ F-୩୫ ଷ୍ଟେଲଥ ଫାଇଟର ଜେଟ୍‌ ଇରାନ ଉପରେ ଏକ ଯୁଦ୍ଧ ମିଶନରେ…

ଇଂଲଣ୍ଡ ଗସ୍ତ ପୂର୍ବରୁ ଆୟର୍ଲାଣ୍ଡରେ ଟି୨୦ ସିରିଜ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୯ା୩: ବିଶ୍ୱ ଚାମ୍ପିୟନ ଭାରତ, ଇଂଲଣ୍ଡରେ ଧଳା ବଲ ସିରିଜ୍‌ ଖେଳିବା ପୂର୍ବରୁ ଆସନ୍ତା ଜୁନରେ ଆୟର୍ଲାଣ୍ଡ ବିପକ୍ଷରେ ଏକ ଟି୨୦ ସିରିଜ୍‌ ଖେଳିବ। ଆୟର୍ଲାଣ୍ଡର ଡାଇରେକ୍ଟର…

କାଳବୈଶାଖୀ: ଉଡ଼ିଲା ଘର ଛପର, ଭାଙ୍ଗିଲା ଗଛ

ବିନିକା,୧୯ା୩ (ରାମ ଗୋପାଳ ବାଘ): ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି ହୋଇଛି l ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଘର ଛପର ଉଡାଇ…

ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍‌ ଆରମ୍ଭ ପୂର୍ବରୁ ହଇଚଇ

ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍‌ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି।…

ଗିରଫ ମାଓବାଦୀ ଖୋଲିଲେ ବଡ଼ ଗୁମର

ବଣାଇଁ,୧୯।୩(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଝାଡ଼ଖଣ୍ଡ ସୀମା ସଂଲଗ୍ନ ଝାଡ଼ଖଣ୍ଡ ଲାତେହାର ଜିଲାରେ ଚାଲିଥିବା ମାଓବାଦୀ ବିରୋଧୀ ଅଭିଯାନ କ୍ରମେ ଚଳିତ ମାସ ୧୪ ତାରିଖ ସୁରକ୍ଷାକର୍ମୀ ୨ଜଣ…

ମମତାଙ୍କ ପାଇଁ ଭାଜପାର ‘ଚକ୍ରବ୍ୟୁହ’: ଏପଟେ ଶୁଭେନ୍ଦୁ, ସେପଟେ ହୁମାୟୁନଙ୍କ ମୁସଲିମ୍‌ କାର୍ଡ, ଅସୁବିଧା…

କୋଲକାତା,୧୯।୩: ପଶ୍ଚିମବଙ୍ଗ ରାଜନୀତିରେ ଗୁରୁବାର ଏକ ବଡ଼ ଧରଣର ହଲଚଲ ଦେଖିବାକୁ ମିଳିଛି। ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଭବାନୀପୁର ଆସନ ଏବେ ହଟ୍‌ସ୍ପଟ ପାଲଟିଛି। ମୁଖ୍ୟମନ୍ତ୍ରୀ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri