ଏକତରଫା ପ୍ରେମକୁ ନେଇ ପରିବାରର ୪ଜଣଙ୍କୁ ଆକ୍ରମଣ

ଝାରସୁଗୁଡ଼ା ଅଫିସ୍‌,୨୪।୫: ଝାରସୁଗୁଡ଼ା ଜିଲା ବନହରପାଲି ଥାନା ଅଧୀନ ବନ୍ଧବାହାଲ ସାପଡ଼ାର ଗୋଟିଏ ପରିବାରର ୪ଜଣଙ୍କୁ ଆକ୍ରମଣ କରିବା ଅଭିଯୋଗରେ ସେହି ଗ୍ରାମର ଜଣେ ଯୁବକଙ୍କୁ ପୋଲିସ ଗିରଫ କରି ସୋମବାର କୋର୍ଟଚାଲାଣ କରିଛି। ଗିିରଫ ଅଭିଯୁକ୍ତ ହେଲେ ଶିବ ଭଇଁସାଲ(୨୦)। ଏ ନେଇ ଆକ୍ରମଣର ଶିକାର ହୋଇଥିବା ମହିଳା ଜଣକ ଗତ ରବିବାର ବନହରପାଲି ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏକ ମାମଲା (ନଂ.୬୫/୨୧) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ଅଭିଯୋଗ ମୁତାବକ, ମହିଳାଙ୍କ ସାନଝିଅଙ୍କୁ ଅଭିଯୁକ୍ତ ଯୁବକ ଏକତରଫା ଭଲ ପାଉଥିଲେ। ଏହାର ବିରୋଧ କରିବାରୁ ସମ୍ପୃକ୍ତ ଯୁବକ ଜଣଙ୍କ ତାଙ୍କୁ ବିଭିନ୍ନ ସମୟରେ ହଇରାଣ କରୁଥିଲେ। ଏଥିରେ ପରିବାର ଲୋକେ ବିରୋଧ କରିବାରୁ ଯୁବକ ଜଣଙ୍କ ମହିଳାଙ୍କ ଘରକୁ ଆସି ପ୍ରଥମେ ତାଙ୍କ ବଡଝିଅଙ୍କୁ ମାଡ଼ ମାରିଥିଲେ। ଏହି ସମୟରେ ମହିଳାଙ୍କ ସ୍ବାମୀ ଘରେ ନ ଥିଲେ। ଏହାକୁ ମହିଳା ଓ ତାଙ୍କ ସାନ ଝିଅ ବିରୋଧ କରିଥିଲେ । ଫଳରେ ଯୁବକ ଜଣଙ୍କ ଉତ୍‌କ୍ଷିପ୍ତ ହୋଇ ମହିଳା ଓ ତାଙ୍କର ଦୁଇ ଝିଅଙ୍କୁ ମାଡ ମାରିବାରୁ ୩ଜଣ ଆହତ ହୋଇଥିଲେ। ମହିଳାଙ୍କ ସ୍ବାମୀ ଘରକୁ ଆସି ଘଟଣା ସମ୍ପର୍କରେ ଜାଣି ଯୁବକଙ୍କ ଘରକୁ ପଚାରିବା ପାଇଁ ଯାଇଥିଲେ। ହେଲେ ଯୁବକ ଜଣଙ୍କ ତାଙ୍କୁ ମଧ୍ୟ ଆକ୍ରମଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri