ଭ୍ୟାନ୍‌ ଧକ୍କାରେ ପରିବାରର ୪ ମୃତ

ଆସିକା,୬।୪(ଡି.ଏନ.ଏ.): ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ ଇନ୍ଧନପୁର ଗ୍ରାମ ନିକଟରେ ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ ସାଢ଼େ ୧୨ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିିଛି। ଏକ ମୋପେଡ୍‌କୁ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାଦେବାରୁ ଗୋଟିଏ ପରିବାରର ୪ ଜଣଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ଗାଙ୍ଗପୁର ଥାନା ଅନ୍ତର୍ଗତ ମୁନିଗାଡି ଗ୍ରାମର ଜୟରାମ ନାୟକ (୫୪), ତାଙ୍କ ବିବାହିତା ଝିଅ ଲକ୍ଷ୍ମୀ ପାତ୍ର (୨୯), ଅନ୍ୟ ଜଣେ ଝିଅ ରିଙ୍କି ନାୟକ (୨୬) ଓ ନାତି ତଥା ଲକ୍ଷ୍ମୀଙ୍କ ୬ ବର୍ଷୀୟ ପୁଅ ବିଶ୍ୱଜିତ ପାତ୍ର। ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ସ୍ଥାନୀୟ ଅଞ୍ଚଳବାସୀ ଆସିକା-ଭଞ୍ଜନଗର ରାସ୍ତା ଅବରୋଧ କରିଥିଲେ। କ୍ଷତିପୂରଣ ଲାଗି ପ୍ରଶାସନ ପକ୍ଷରୁ ପ୍ରତିଶ୍ରୁତି ମିଳିବା ପରେ ଅପରାହ୍ନ ପ୍ରାୟ ୫ଟାରେ ରାସ୍ତା ଅବରୋଧ ହଟିଛି। ପ୍ରକାଶ ଯେ, ମୁନିଗାଡ଼ି ଗ୍ରାମର ଜୟରାମ ପରିବା ବିକି ପରିବାର ଚଳାନ୍ତି। ତାଙ୍କର ୫ ଝିଅଙ୍କ ମଧ୍ୟରୁ ୩ ଜଣ ବିବାହିତା। ବାଲିପଦର ନିକଟ ମହୁଲପଲ୍ଲୀରେ ବିବାହ କରିଥିବା ଲକ୍ଷ୍ମୀ ୩ ଦିନ ହେଲା ପୁଅ ବିଶ୍ୱଜିତ ଓ ୬ ମାସର ଝିଅକୁ ଧରି ବାପଘରକୁ ଆସିଥିଲେ। ଦିନେ,ଦୁଇ ଦିନ ପରେ ସେ ଶାଶୁଘରକୁ ଫେରିଯିବାକୁ ଥିବାରୁ ଲୁଗାପଟା କିଣିବା ପାଇଁ ଜୟରାମ ଗାଙ୍ଗପୁର ଆସିଥିଲେ। ବଜାରରୁ କାମ ସାରି ସେ ଏକ ମୋପେଡ୍‌ରେ ୨ ଝିଅ ଲକ୍ଷ୍ମୀ ଓ ରିଙ୍କି ଏବଂ ନାତିକୁ ଧରି ଫେରୁଥିଲେ। ଇନ୍ଧନପୁର ଗ୍ରାମ ନିକଟରେ ଆସିକାରୁ ଭଞ୍ଜନଗର ଅଭିମୁଖେ ଯାଉଥିବା ପିକ୍‌ଅପ୍‌ ଭ୍ୟାନ୍‌ (ଓଡି ୧୫ ପି ୨୩୦୭) ଉକ୍ତ ମୋପେଡକୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ବାପା ଓ ୨ ଝିଅଙ୍କ
ମୃତ୍ୟୁ ଘଟିଥିଲା। ଗୁରୁତର ଅବସ୍ଥାରେ ବିଶ୍ୱଜିତଙ୍କୁ ପ୍ରଥମେ ଆସିକା ଡାକ୍ତରଖାନା ଓ ପରେ ବ୍ରହ୍ମପୁର ବଡ ମେଡିକାଲକୁ ପଠାଇ ଦିଆଯାଇଥିଲା। ସେଠାରେ ତାଙ୍କର ମଧ୍ୟ ମୃତ୍ୟୁ ଘଟିଥିଲା। ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳବାସୀ
ଉତ୍ତ୍ୟକ୍ତ ହୋଇ ରାସ୍ତା ଅବରୋଧ କରିଥିଲେ। ସେମାନେ ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବି କରିଥିଲେ। ଖବରପାଇ ବେଲଗୁଣ୍ଠା ତହସିଲଦାର ଧରଣୀଧର ଦାସ, ଗାଙ୍ଗପୁର ଭାରପ୍ରାପ୍ତ ଥାନା ଅଧିକାରୀ ପ୍ରକାଶ ଚନ୍ଦ୍ର ସାହୁ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଗ୍ରାମବାସୀଙ୍କ ସହ ଆଲୋଚନା କରିଥିଲେ। ଜିଲା ରେଡ୍‌କ୍ରସ୍‌ ପାଣ୍ଠିରୁ ୪୦ ହଜାର ଟଙ୍କା ସହାୟତା ପ୍ରଦାନ ସହ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ଲାଗି ଉଦ୍ୟମ କରାଯିବ ବୋଲି ପ୍ରତିଶ୍ରୁତି ମିଳିବା ପରେ ରାସ୍ତା ଅବରୋଧ ହଟିଥିଲା। ପୋଲିସ ଦୁର୍ଘଟଣା ଘଟାଇଥିବା ଭ୍ୟାନକୁ ଜବତ କରିବା ସହ ଚାଳକଙ୍କୁ ଅଟକ ରଖିଛି। ଏ ନେଇ ଗାଙ୍ଗପୁର ଥାନାରେ ନଂ.୧୩୩/୨୨ରେ ଏକ ମାମଲା ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri