ବଜ୍ରପାତରେ ୪ ନାବାଳକ ଆହତ, ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି

ଲାଞ୍ଜିଗଡ଼,୧୪ା୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ତ୍ରିଲୋଚନପୁର ପଞ୍ଚାୟତ ଅନ୍ତର୍ଗତ କୁନାକାଡୁ ଗ୍ରାମର ୪ ଜଣ ନାବାଳକ ବଜ୍ରପାତରେ ଆହତ ହୋଇଛନ୍ତି। ନାବାଳକମାନେ କୁନାକାଡୁ ଗ୍ରାମର ଡ୍ରିଞ୍ଜୁ ମାଝୀ (୧୦), ମାଣ୍ଡି ମାଝୀ (୮), ସେତ୍ରୁ ମାଝୀ (୮), ମନୁ ମାଝୀ (୮)।

ସୂଚନାନୁସାରେ, ୪ ଜଣ ନାବାଳକ ମଧ୍ୟାହ୍ନରେ ଗାଁ ନିକଟରେ ଥିବା ଆମ୍ବ ବଗିଚାକୁ ଆମ୍ବ ଗୋଟେଇବାକୁ ଯାଇଥିଲେ। ଏହି ସମୟରେ ପ୍ରବଳ ଝଡ଼ତୋଫାନ ସହିତ ବଜ୍ରପାତ ହୋଇଥିଲା। ଏହି ନାବାଳକମାନେ ଆମ୍ବ ଗୋଟେଇବା ବେଳେ ବଜ୍ରପାତ ହୋଇଥିଲା ଏବଂ ନାବାଳକମାନେ ଥିବା ଆମ୍ବ ଗଛରେ ବଜ୍ରପାତ ହୋଇଥିଲା ଫଳରେ ୪ ନାବାଳକ ଅଚେତ ହୋଇପଡ଼ିଥିଲେ। ଖବରପାଇ ପରିବାର ଲୋକେ ଘଟଣାସ୍ଥଳରୁ ଉଦ୍ଧାର କରି ଆମ୍ବୁଲାନ୍ସ ଡକାଇ ଲାଞ୍ଜିଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସେମାନଙ୍କୁ ଇଞ୍ଜେକ୍‌ସନ୍‌ ଓ ସାଲାଇନ ଦିଆଯାଇଥିବା ବେଳେ ସେମାନେ ଚିକିତ୍ସିତ ହେଉଥିବା ସୂଚନା ମିଳିଛି। ଖବରପାଇ ଲାଞ୍ଜିଗଡ ବିଡ଼ିଓ ଶଶାଙ୍କ ପାତ୍ର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ପିଲାମାନକୁ ଦେଖିବା ସହିତ ପିଲାଙ୍କ ସ୍ବାସ୍ଥ୍ୟାବସ୍ଥା କିପରି ଅଛି ଡାକ୍ତରଙ୍କ ସହିତ ପରାମର୍ଶ କରିଥିଲେ। ପିଲାମାନେ ବର୍ତ୍ତମାନ ସୁସ୍ଥ ଥିବା ସୂଚନା ମିଳିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୃତଦେହ ନେଇ ଶ୍ମଶାନ ଯାଉଥିବା ବେଳେ ବଡ଼ ଅଘଟଣ: ଟ୍ରକ୍ ଧକ୍କା ଦେଇ ଘୋଷାଡ଼ି ନେଲା, ୫ ଗୁରୁତରଙ୍କୁ ବିଧାୟକ ନିଜ ଗାଡ଼ିରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି – ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ପୋଡ଼ାମାରି ନିକଟସ୍ଥ ରାଜନାପଲ୍ଲୀ ଗ୍ରାମ ମୁଖ୍ୟରାସ୍ତାରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ…

କାମ କରୁ କରୁ ଚାଲିଗଲା ଜୀବନ: ବିଦ୍ୟୁତ୍ ସଂସ୍ପର୍ଶରେ ଆସି ୨୭ ବର୍ଷୀୟା ମହିଳା ଶ୍ରମିକଙ୍କ ମୃତ୍ୟୁ

ଦାରିଙ୍ଗବାଡ଼ି,୧୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ବୁର୍ଜୁବାଡ଼ି ବିଦ୍ୟାଳୟ ସମ୍ମୁଖରେ ଏକ ନିର୍ମାଣାଧୀନ କୋଠାରେ ବିଦ୍ୟୁତ୍ ଆଘାତ ଲାଗି ଜଣେ ମହିଳା ଶ୍ରମିକଙ୍କ…

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ: ପ୍ରଥମ, ଦ୍ୱିତୀୟ ସ୍ଥାନରେ ଭାରତୀୟ ଖେଳାଳି, ଜାଣନ୍ତୁ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

ସେପ୍ଟେମ୍ୱର ୧୬ ସକାଳ ୯ଟାରେ ୫ ରାଶିଙ୍କ ଖୋଲିବ ଭାଗ୍ୟ; ପାଇବେ ପ୍ରଚୁର ଧନ, ଚାକିରିରେ ବଡ଼ ଅଫର୍‌

୧୬ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ ଶୁକ୍ଳ ପକ୍ଷର ପଞ୍ଚମୀ ତିଥି ଏବଂ ବୁଧବାର। ଏହା ସହିତ ଏହା ଦ୍ୱିତୀୟ ଚାତୁର୍ମାସ୍ୟର ୨୪ତମ ଦିନ। ଏହି…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

ଆଉ ମାଗଣା ନୁହେଁ UPI! ₹୨୦୦୦ ରୁ ଅଧିକ ଦେଣନେଣ ଉପରେ ଲାଗିବ ଚାର୍ଜ, ନୂଆ ନିୟମ ଜାରି କଲେ ସରକାର…

ନୂଆଦିଲ୍ଲୀ,୧୫।୯: ୟୁପିଆଇ (UPI) ଦେଣନେଣକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଉପରେ ସରକାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସରକାରଙ୍କ ଦ୍ୱାରା ଜାରି ନୂଆ ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୫ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?