ବରଗଡ଼ ଜିଲାରେ ପୁଣି ୪ କରୋନା ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୨୧୦ରେ ପହଞ୍ଚିଲା

ବରଗଡ଼ ଅଫିସ,୧୭ା୭: ବରଗଡ଼ ଜିଲାରେ ଶୁକ୍ରବାର ପୁଣି ୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନେ ସମସ୍ତେ ବରଗଡ଼ ବ୍ଲକ ଅନ୍ତର୍ଗତ କଟାପାଲି ଗ୍ରାମର ବୋଲି ଜଣାପଡ଼ିଛି। ଆକ୍ରାନ୍ତଙ୍କ ମଧ୍ୟରେ ୩ ମହିଳା ଏବଂ ଜଣେ ପୁରୁଷ ଅଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୧୦ରେ ପହଞ୍ଚିଛି। ଆକ୍ରାନ୍ତମାନଙ୍କୁ ବରଗଡ଼ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି।