ଆଉ ୪ଦିନ କାଳବୈଶାଖୀ: ମୌସୁମୀ ଆସିବା ପୂର୍ବରୁ ବଢ଼ିଲା ତାତି

ଭୁବନେଶ୍ୱର, ୧୫ା୫(ବନ୍ଦନା ସେଠୀ):ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଗମନ ପାଇଁ ସ୍ଥିତି ଅନୁକୂଳ ହେଉଛି। ଆସନ୍ତା ୧୬ ତାରିଖ ସୁଦ୍ଧା ଦକ୍ଷିଣ ବଙ୍ଗୋପସାଗର, ଆଣ୍ଡାମାନ ସାଗର ଓ ଆଣ୍ଡାମାନ-ନିକୋବର ଦ୍ୱୀପପୁଞ୍ଜର କିଛି ଅଞ୍ଚଳକୁ ମୌସୁମୀ ପ୍ରବେଶ କରିବା ସମ୍ଭାବନା ରହିଛି। ହେଲେ ଏହା ପୂର୍ବରୁ ରାଜ୍ୟରେ ପୁଣି ତାପମାତ୍ରା ବୃଦ୍ଧି ପାଇଛି। ଦକ୍ଷିଣ-ପଶ୍ଚିମ ଏବଂ ପଶ୍ଚିମ-ମଧ୍ୟ ବଙ୍ଗୋପସାଗର ଉପରେ ଲଘୁଚାପ ସକ୍ରିୟ ରହିଥିବାବେଳେ ଏହା ସହ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୫.୮ କିଲୋମିଟର ପର୍ଯ୍ୟନ୍ତ ବ୍ୟାପିଛି। ଏଥିଯୋଗୁ ରାଜ୍ୟରେ କାଳବୈଶାଖୀ ପ୍ରଭାବ ଜାରି ରହିଥିବାବେଳେ ଖରା, ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ଆଗାମୀ ୪ଦିନ ପର୍ଯ୍ୟନ୍ତ କାଳବୈଶାଖୀ ପ୍ରଭାବ ରହିବ। ଏଥିସହ ଆସନ୍ତା ୨ ଦିନ ମଧ୍ୟରେ ଦିନ ତାପମାତ୍ରାରେ ଆହୁରି ୨ରୁ ୩ ଡିଗ୍ରୀ ବଢ଼ି ପୁନର୍ବାର ୪୫ ଡିଗ୍ରୀ ମୁହଁାହେବ। ଅସହ୍ୟ ଖରା ଓ ଗୁଳୁଗୁଳି ଦହଗଞ୍ଜ କରିବ। ତେବେ ଗୁରୁବାର ଦୁଇଟି ସ୍ଥାନର ତାପମାତ୍ରା ୪୦ ଡିଗ୍ରୀ ଟପିଥିବାବେଳେ ଅଧିକାଂଶ ସ୍ଥାନର ତାପମାତ୍ରା ବୃଦ୍ଧି ପାଇଛି। ବଲାଙ୍ଗୀରରେ ସର୍ବାଧିକ ୪୦.୩ ଡିଗ୍ରୀ ତାପମାତ୍ରା ରହିଥିବାବେଳେ ସମ୍ବଲପୁର ୪୦.୨, ଝାରସୁଗୁଡ଼ା ୩୯.୬, ଭବାନୀପାଟଣା, ଟିଟିଲାଗଡ଼ ଏବଂ ନୂଆପଡ଼ା ୩୯.୫, ହୀରାକୁଦ ୩୯.୨, ବାରିପଦା ୩୯, ନୟାଗଡ଼ ୩୮.୬, ସୋନପୁର ୩୮.୩, ଅନୁଗୋଳ ୩୮.୧, କୋରାପୁଟ, ମାଲକାନଗିରି, ବରଗଡ଼ ଏବଂ ନବରଙ୍ଗପୁରରେ ୩୮ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। ଅପରପକ୍ଷେ ଶୁକ୍ରବାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଛି। ମୟୂରଭଞ୍ଜ. କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର ଏବଂ ଢେଙ୍କାନାଳ ଜିଲାକୁ ଘଡ଼ଘଡ଼ି ସହ ବିଜୁଳି ଏବଂ ୪୦ ରୁ ୫୦ କି.ମି. ବେଗରେ ଝଟକା ପବନ ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ହୋମୱାର୍କ ପାଇଁ ଚାପୁଡ଼ା ମାରିଲେ କ୍ଲାସ୍ ଟିଚର: ଅଚେତ ହୋଇ ଟଳି ପଡ଼ିଲା ୬ ବର୍ଷର ଶିଶୁ, ଡାକ୍ତରଖାନାରେ ମୃତ୍ୟୁ

ବିଶାଖାପାଟଣା, ୨୦।୮: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ଏକ ଘରୋଇ ସ୍କୁଲରେ ଜଣେ ୬ ବର୍ଷର କୋମଳମତି ଶିଶୁର ସନ୍ଦେହଜନକ ମୃତ୍ୟୁ ଘଟିଛି। ହୋମୱାର୍କ ପୂରା କରି ନ ଥିବା…

ସୁଡ଼ଙ୍ଗ ଭିତରେ ୨ ଟ୍ରକ୍‌ ମୁହାଁମୁହିଁ ଧକ୍କା: ୪ମୃତ, ୭ ଆହତ

ଚଣ୍ଡିଗଡ଼, ୨୦।୮: କିରାତପୁର-ମନାଲି ଜାତୀୟ ରାଜପଥ ଦାଓ୍ବାଡ଼ା ସୁଡ଼ଙ୍ଗ ଭିତରେ ଦୁଇଟି ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ହୋଇଛି ଏବଂ…

ଶୁକ୍ରବାରଠୁ ସପ୍ତାହେ ଯାଏ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୦ା୮(ବନ୍ଦନା ସେଠୀ) – ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା…

ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ…

ସିମ୍‌ କାର୍ଡକୁ ନେଇ ନୂଆ ନିୟମ! ଆଉ ୪ଦିନ ପରେ ଏମାନଙ୍କର କଟିଯିବ କନେକ୍ସନ…

ନୂଆଦିଲ୍ଲୀ,୨୦ା୮: ଭାରତରେ ଜଣେ ବ୍ୟକ୍ତିଙ୍କ ନାମରେ ଥିବା ମୋବାଇଲ୍ କନେକ୍ସନ୍‌ର ସୀମାକୁ ସରକାର କଡ଼ାକଡ଼ି ଭାବେ ଲାଗୁ କରିବାକୁ ଯାଉଛନ୍ତି। ଅଗଷ୍ଟ ୨୪ ରୁ ଟେଲିକମ୍ ଅପରେଟରମାନଙ୍କୁ…

ବଙ୍ଗୋପସାଗରରେ ହେଲାଣି ହଲଚଲ; ଓଡ଼ିଶାରେ ଆସିବ ବଡ଼ ଭୂମିକମ୍ପ! ଥରିବ ଏସବୁ ଜିଲା…

ଭୁବନେଶ୍ୱର, ୨୦।୮: ସମ୍ପ୍ରତି ପ୍ରକାଶିତ ରିପୋର୍ଟ ଅନୁଯାୟୀ, ଓଡ଼ିଶାରେ ନିକଟ ଭବିଷ୍ୟତରେ ଭୂକମ୍ପ ଆସିବାର ସମ୍ଭାବନା ନେଇ ଭୂବିଜ୍ଞାନୀ ଏବଂ ବିଶେଷଜ୍ଞମାନେ ସତର୍କତା ଜାରି କରିଛନ୍ତି। ପୃଥିବୀ…

କିଭ୍‌ରେ ବଡ଼ଧରଣର ଆକ୍ରମଣ: ୧୬ ମୃତ, ଜେଲେନସ୍କି କହିଲେ…

କିଭ୍‌, ୨୦।୮: ରୁଷିଆ ଗୁରୁବାର ୟୁକ୍ରେନ୍‌ର ରାଜଧାନୀ କିଭ୍‌ ଏବଂ ଏହାର ଆଖପାଖ ଅଞ୍ଚଳରେ ଭୀଷଣ କ୍ଷେପଣାସ୍ତ୍ର ଏବଂ ଡ୍ରୋନ ଆକ୍ରମଣ କରିଛି। ଘଣ୍ଟା ଘଣ୍ଟା ଧରି…

ଥୁଆମୂଳ ରାମପୁରରେ ରାସନ ଚାଉଳ ଓଜନରେ ହେରଫେର୍: ଏମ୍‌ଆଇଙ୍କ ତଦନ୍ତ ପରେ ମେସିନ୍ ବନ୍ଦ, ବଳକା ଚାଉଳ ଯାଉଛି କୁଆଡ଼େ?

ଥୁଆମୂଳ ରାମପୁର,୨୦ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତରେ ପିଡିଏସ (PDS) ରାସନ ଚାଉଳ ଓଜନରେ ବ୍ୟାପକ ହେରଫେର୍ ନେଇ ଗୁରୁବାର ଗୁରୁତର ଅଭିଯୋଗ ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri