ହୀରାକୁଦର ଆଉ ୪ ଗେଟ୍‌ ଖୋଲିଲା

ସମ୍ବଲପୁର,୨୪।୮(ପ୍ରମୋଦ ବହିଦାର): ଆସନ୍ନ ଲଘୁଚାପକୁ ଦୃଷ୍ଟିରେ ରଖି ରୁଲ୍‌କର୍ଭ ନିୟମ ଅନୁସାରେ ହୀରାକୁଦ ଜଳଭଣ୍ଡାରରେ ଜଳପତ୍ତନ ନିମନ୍ତ୍ରଣ ଓ ସୁପରିଚାଳନା ପାଇଁ ଆଗୁଆ ବ୍ୟବସ୍ଥା ସ୍ବରୂପ ଅତିରିକ୍ତ ବନ୍ୟାଜଳ ନିଷ୍କାସନ ପ୍ରକ୍ରିୟା ଶନିବାରଠାରୁ ଆରମ୍ଭ ହୋଇଛି। ଫଳରେ ପ୍ରଥମେ ଶନିବାର ୮ଟି ସ୍ଲୁଇସ୍‌ ଗେଟ୍‌ ଜରିଆରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଥିବାବେଳେ ରବିବାର ପୂର୍ବାହ୍ନରେ ପୁଣି ୪ଟି ସ୍ଲୁଇସ୍‌ ଗେଟ୍‌ ଖୋଲାଯାଇ ମୋଟ୍‌ ୧୨ଟି ସ୍ଲୁଇସ୍‌ ଗେଟ୍‌ ଜରିଆରେ ଜଳଭଣ୍ଡାରରୁ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ଯଦ୍ବାରା ଜଳଭଣ୍ଡାରର ସର୍ବୋଚ୍ଚ ଜଳଧାରଣ କ୍ଷମତା ୬୩୦ ଫୁଟ ରହିଥିବା ବେଳେ ଜଳପତ୍ତନ ସଠିକ ଭାବେ ନିୟନ୍ତ୍ରିତ ହୋଇ ବର୍ତ୍ତମାନ ଶେଷ ସୂଚନା ଅନୁସାରେ ଜଳସ୍ତର ୬୨୧.୭୩ ଫୁଟ ରହିଛି। ଏହି ସମୟରେ ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ହାରହାରି ୨ ଲକ୍ଷ ୧୧ ହାଜର ୭୮୩ ଘନଫୁଟ ବନ୍ୟାଜଳ ପ୍ରବେଶ କରୁଥିବାବେଳେ ପ୍ରତି ସେକେଣ୍ଡରେ ହାରାହାରି ମୋଟ ୨ ଲକ୍ଷ ୨୪ ହଜାର ୬୬୫ ଘନଫୁଟ ଅତିରିକ୍ତ ବନ୍ୟାଜଳ ନିଷ୍କାସିତ ହେଉଉଛି। ସେଥି ମଧ୍ୟରୁ ୧୨ଟି ସ୍ଲୁଇସ ଗେଟ୍‌ ଜରିଆରେ ମହାନଦୀକୁ ୧ ଲକ୍ଷ ୮୯ ହଜାର ୬୧୨ ଘନଫୁଟ ବନ୍ୟାଜଳ ନିଷ୍କାସିତ ହେଉଛି। ଜଳଭଣ୍ଡାର ପାଣିପାଗ ନିମନ୍ତ୍ରଣ କକ୍ଷ ସୂଚନା ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ଜଳଭଣ୍ଡାର ଉପରମୁଣ୍ଡରେ ୨୨.୦୬ ମିଲିମିଟର ଓ ତଳମୁଣ୍ଡରେ ୪.୪୭ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁଲ୍‌ ଇଲେକ୍ଟ୍ରି ବିଲ୍‌ ଆସୁଛି କି? ଜାଣନ୍ତୁ କେଉଁଠି କରିବେ ଅଭିଯୋଗ, ଶିଖନ୍ତୁ ଏହି ସହଜ ଉପାୟ…

ପ୍ରତ୍ୟେକ ପରିବାର ପାଇଁ ପ୍ରତି ମାସରେ ପ୍ରାପ୍ତ ହେଉଥିବା ଇଲେକ୍ଟ୍ରି ବିଲ୍‌ ଏକ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ। ଏଥିରେ ମାସିକ ଇଲେକ୍ଟ୍ରି ବ୍ୟବହାର ଏବଂ ବିଲ୍‌ ବିଷୟରେ ବିବରଣୀ…

ଗୋଲାପଙ୍କୁ ପୋଡ଼ି ମାରିବାକୁ ଉଦ୍ୟମ କରିଥିଲେ ଶ୍ୱଶୁର ଘର ଲୋକେ: ପୋଲିସ ନେଲା…

ଆନନ୍ଦପୁର, ୩୦।୧(ସୁଶାନ୍ତ କୁମାର ସାହୁ): ବୋହୂଙ୍କୁ ଘର ଭିତରେ କବାଟ ଦେଇ ପୋଡି ମାରିଦେବାକୁ ଉଦ୍ୟମ କଲେ ଶ୍ୱଶୁର ଘର ଲୋକେ। ଏଭଳି ଏକ ସମ୍ବେଦନଶୀଳ ଘଟଣା…

୪ ମନ୍ଦିରରୁ ଏକାବେଳକେ ଚୋରି କଲେ ଦୁର୍ବୃତ୍ତ: ନେଇଗଲେ …

ଆନନ୍ଦପୁର,୩୦।୧(ସୁଶାନ୍ତ କୁମାର ସାହୁ): ଏକ ସାଙ୍ଗରେ ଚାରୋଟି ମନ୍ଦିରର ଚୋରି। ମନ୍ଦିର ତାଲା ଭାଙ୍ଗି ଲୁଟିନେଲେ ଦେବା ଦେବୀଙ୍କ ସୁନା ରୁପା ଅଳଙ୍କାର। ସହ ଦାନ ବାକ୍ସ।…

୧, ୨ କି ୩ ନୁହେଁ, ୯ଟି ଶୁଭ ସଂଯୋଗରେ ଆସିବ ଏଥର ବଜେଟ୍‌

ନୂଆଦିଲ୍ଲୀ,୩୦।୧: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧ରେ ସାଧାରଣ ବଜେଟ ଉପସ୍ଥାପନ କରିବେ। ବଜେଟ ଦିବସ ସମସ୍ତ ବର୍ଗର ଲୋକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ଗୁରୁତ୍ୱପୂର୍ଣ୍ଣ…

ଧାର ଟଙ୍କା ମାଗିବାରୁ ଗୁଳିମାଡ଼, ନଷ୍ଟ ହେଲା ବ୍ୟକ୍ତିଙ୍କ ଆଖି

ଭୁବନ,୩୦ା୧(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ବାରୁଆ (ଖ) ଗ୍ରାମର ପଞ୍ଚାନନ ରାଉତ ଧାନ କିଣିବା ପାଇଁ ଦେଇଥିବା ଟଙ୍କା ମାଗିବାରୁ ଗୁରୁବାର ରାତି…

ବିନା ଗ୍ରାମସଭାରେ ‘ଇଡକୋ’କୁ ଜମି ହସ୍ତାନ୍ତର ଅଭିଯୋଗ: ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ଥୁଆମୁଳ ରାମପୁର,୩୦।୧(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଲକରେ ଜମି ଅଧିକାରକୁ ନେଇ ପୁଣିଥରେ ସ୍ବର ତୀବ୍ର ହୋଇଛି। ଗୁଣପୁର ପଞ୍ଚାୟତର ପୁଲିଙ୍ଗପଦର ଗ୍ରାମବାସୀ ନିଜର ସାମ୍ବିଧାନିକ…

T20 ବିଶ୍ୱକପ ପୂର୍ବରୁ ଭାରତ ବିରୋଧରେ ବଡ଼ ଷଡଯନ୍ତ୍ର: ଖୋଲିଗଲା ପାକିସ୍ତାନର ପୋଲ୍‌

ଇସଲାମାବାଦ୍‌,୩୦।୧: ଭାରତରେ ଫେବୃଆରୀ ୭ରୁ ଆରମ୍ଭ ହେଉଥିବା T20 ବିଶ୍ୱକପ ପୂର୍ବରୁ ପଡ଼ୋଶୀ ପାକିସ୍ତାନ ନିପା ଭାଇରସ ସମ୍ପର୍କରେ ଭାରତ ବିରୋଧରେ ଏକ ନକଲି ଅଭିଯାନ ଚଳାଇଛି।…

ଭାଜପା ଏମ୍‌ପିଙ୍କ ବଡ଼ ବୟାନ, ‘ଯଦି ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ପଦବୀ ଦିଆଯାଏ, ତା’ହେଲେ…’

ନୂଆଦିଲ୍ଲୀ,୩୦।୧: ଅଜିତ ପାୱାରଙ୍କ ଦେହାନ୍ତ ପରେ ଦୁଇ ଏନସିପି ଗୋଷ୍ଠୀ ଏକାଠି ହେବାର ଆଲୋଚନା ହୋଉଛି। ଏହି ସମୟରେ, ଭାଜପା ରାଜ୍ୟ ସଭା ଏମ୍‌ପି ଧନଞ୍ଜୟ ମହାଦିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri