Posted inଜାତୀୟ

ବିପଦ ଡାକୁଛି କୋଭିଡ୍‌ର ୪ ନୂଆ ଭାରିଆଣ୍ଟ: କେନ୍ଦ୍ର କହିଲା ପ୍ରସ୍ତୁତ ରୁହ…

ନୂଆଦିଲ୍ଲୀ,୫ା୬: ଅଦୃଶ୍ୟ ଭୂତାଣୁ କୋଭିଡ୍‌-୧୯ ପୁଣି କଡ଼ ଲେଉଟାଇଛି। ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ସଂକ୍ରମଣ ବଢ଼ିବାରେ ଲାଗିଥିବାବେଳେ ଏହାର ମୁକାବିଲା ପାଇଁ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ପ୍ରସ୍ତୁତି ଚଳାଇବାକୁ କେନ୍ଦ୍ର ସରକାର ପରାମର୍ଶ ଦେଇଛନ୍ତି। ହସ୍ପିଟାଲଗୁଡ଼ିକରେ ଅକ୍ସିଜେନ୍‌, ଭେଣ୍ଟିଲେଟର ଓ ଜରୁରୀ ଔଷଧ ପର୍ଯ୍ୟାପ୍ତ ପରିମାଣରେ ମହଜୁଦ ରଖିବାକୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ସେହିପରି ସର୍ଭିଲାନ୍ସ ଓ ଟେଷ୍ଟିଂକୁ ତ୍ୱରାନ୍ବିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଲୋକଙ୍କୁ ମଧ୍ୟ କୋଭିଡ୍‌-ଉପଯୁକ୍ତ ବ୍ୟବହାର ଅନୁସରଣ କରିବାକୁ ପରାମର୍ଶ ଦିଆଯାଇଛି।

ବିଭିନ୍ନ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଥିଲେ ହେଁ ମୃତ୍ୟୁ ଆଶଙ୍କା କମ୍‌ ରହିଛି। ଅଧିକାଂଶ ସଂକ୍ରମିତଙ୍କଠାରେ ମାଇଲ୍ଡ ଲକ୍ଷଣ ଦେଖିବାକୁ ମିଳୁଛି। ପୂର୍ବରୁ ନିଆଯାଇଥିବା କୋଭିଡ୍‌ ଟିକାର ସୁରକ୍ଷା ମଣିଷ ଶରୀରରେ ହ୍ରାସ ପାଇଥିବାରୁ ଭୂତାଣୁ ପୁନର୍ବାର ସକ୍ରିୟ ହୋଇ ଉଠିଥିବା କୁହାଯାଉଛି। ଭାରତରେ ଗତ ୨୪ ଘଣ୍ଟା ଭିତରେ ୮୬୪ ନୂଆ ସଂକ୍ରମିତ ଚିହ୍ନଟ ହେବା ସହ କୋଭିଡ୍‌-୧୯ ସଂକ୍ରମିତଙ୍କ ସଂଖ୍ୟା ବୁଧବାର ୪,୩୦୨ ଛୁଇଁଛି। ସେହିପରି ଦିନକ ଭିତରେ ୭ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ମହାରାଷ୍ଟ୍ରରେ ୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଦିଲ୍ଲୀ, କେରଳ ଓ ତାମିଲନାଡୁରେ ଜଣେ ଲେଖାଏ ପ୍ରାଣ ହରାଇଛନ୍ତି। ୨୦୨୫ରେ ଉଭୟ ସଂକ୍ରମଣ ଓ ମୃତ୍ୟୁରେ ଏହା ହେଉଛି ସର୍ବାଧିକ। ଏହାକୁ ମିଶାଇ ଗତ ଜାନୁଆରୀରୁ ୪୪ କୋଭିଡ୍‌ ସଂକ୍ରମିତଙ୍କ ମୃତ୍ୟୁ ଘଟିଲାଣି ବୋଲି ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଓ୍ବେବ୍‌ସାଇଟ୍‌ରେ ପ୍ରଦତ୍ତ ତଥ୍ୟରୁ ଜଣାପଡ଼ିଛି। ଅନ୍ୟପକ୍ଷେ ୨୪ ଘଣ୍ଟା ଭିତରେ ୫୮୧ ରୋଗୀ ସଂକ୍ରମଣମୁକ୍ତ ହୋଇଛନ୍ତି। ଏଥିସହ ଅରୋଗ୍ୟଙ୍କ ସଂଖ୍ୟା ୩,୨୮୧ ଛୁଇଁଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri