ଭୁବନେଶ୍ୱର,୧୮।୩(ସୁନିତ୍ ମିଶ୍ର): କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲରେ ଗତ ୧୬ ତାରିଖ ଦିନ ହୋଇଥିବା ଭୟାବହ ଅଗ୍ନିକାଣ୍ଡ ଯୋଗୁଁ ଅନେକ ଜୀବନ ନଷ୍ଟ ହୋଇଥିଲା । ବାରଜଣଙ୍କର ମୃତ୍ୟୁ ହୋଇଥିଲା । ଏହି ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି । କାର୍ଯ୍ୟରେ ଅବହେଳା ଯୋଗୁଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଚାରି ଜଣ ଅଧିକାରୀଙ୍କୁ ନିଲମ୍ୱିତ କରାଯାଇଛି । ସୂଚନଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀ ମୋହନ ମାଝୀ କଟକ ଏସ୍.ସି.ବି ଅଗ୍ନିକାଣ୍ଡ ଘଟଣାର ଅନୁଧ୍ୟାନ କରିବା ପାଇଁ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏକ ଫ୍ୟାକ୍ଟ ଫାଇଣ୍ଡିଙ୍ଗ୍ ଟିମ୍ ଗଠନ କରିଥିଲେ ।
ନିଲମ୍ବିତ ଅଧିକାରୀମାନେ ହେଲେ-
କଟକ ସର୍କଲର ଡେପୁଟି ଫାୟାର ଅଫିସର ପ୍ରକାଶ କୁମାର ଜେନା
କଟକ ସର୍କଲର ଆସିଷ୍ଟାଣ୍ଟ ଫାୟାର ଅଫିସର ସଞ୍ଜୀବ କୁମାର ବେହେରା
ଏସ୍.ସି.ବି ମେଡିକାଲ ଓ ହସ୍ପିଟାଲର ଷ୍ଟେସନ ଅଫିସର ଅଭିନବ ପୃଷ୍ଟି
କଟକ ଜି.ଇ.ଡି ଅନ୍ତର୍ଗତ ଏସ୍.ସି.ବି ସବ୍-ଡିଭିଜନର ଆସିଷ୍ଟାଣ୍ଟ ଏକ୍ଜିକ୍ୟୁଟିଭ ଇଞ୍ଜିନିଅର ରଞ୍ଜନ କୁମାର ବିଶ୍ୱାଳ
Dharitri – Odisha’s No.1 Odia Daily