Posted inଖେଳ

ପ୍ରଥମ ସେମିଫାଇନାଲରୁ ୪ ଖେଳାଳି ବାଦ୍‌, ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୪।୩: T୨୦ ବିଶ୍ୱକପ୍‌ ୨୦୨୬ର ପ୍ରଥମ ସେମିଫାଇନାଲରେ ଦକ୍ଷିଣ ଆଫ୍ରିକା ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମୁକାବିଲା ଆରମ୍ଭ ହୋଇଛି। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଟସ ଜିତି ପ୍ରଥମେ ଫିଲ୍ଡିଂ କରିବାକୁ ନିଷ୍ପତ୍ତି ନେଇଛି। ସବୁଠାରୁ ବଡ଼ କଥା ହେଉଛି, ଏହି ନକଆଉଟ୍‌ ମ୍ୟାଚ ପାଇଁ ଉଭୟ ଦଳ ନିଜ ରଣନୀତିରେ ପରିବର୍ତ୍ତନ କରିଛନ୍ତି।

ସାଉଥ ଆଫ୍ରିକା ଦଳ ନିଜର ପ୍ଲେଇଙ୍ଗ ଇଲେଭେନ୍‌ରେ ୪ଟି ବଡ଼ ପରିବର୍ତ୍ତନ କରିଛି। ଦଳକୁ ଅଧିକ ଅଭିଜ୍ଞ କରିବା ପାଇଁ କାଗିସୋ ରବାଡା, ମାର୍କୋ ୟାନସେନ ଏବଂ କେଶବ ମହାରାଜଙ୍କୁ ଦଳରେ ସ୍ଥାନ ମିଳିଛି। ଅନ୍ୟପଟେ କ୍ୱାଟେ ମଫାକା, ଜର୍ଜ ଲିଣ୍ଡେ ଏବଂ ଏନ୍‌ରିିକ ନର୍ଖିଆଙ୍କୁ ଦଳରୁ ବାଦ ଦିଆଯାଇଛି। ନ୍ୟୁଜିଲାଣ୍ଡ ଦଳରେ ମଧ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରାଯାଇଛି। ଲେଗ୍‌ ସ୍ପିନର ଈଶ ସୋଢୀଙ୍କ ସ୍ଥାନରେ ଅଲରାଉଣ୍ଡର ଜେମ୍ସ ନିଶାମଙ୍କୁ ସୁଯୋଗ ଦିଆଯାଇଛି।

T୨୦ ବିଶ୍ୱକପ ଇତିହାସରେ ନ୍ୟୁଜିଲାଣ୍ଡ କେବେ ବି ଦକ୍ଷିଣ ଆଫ୍ରିକାକୁ ହରାଇ ନାହିଁ।ସେହିଭଳି ଦକ୍ଷିଣ ଆଫ୍ରିକା ଦଳ କୌଣସି ବି ICC ନକଆଉଟ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରିବାରେ ସଫଳ ହୋଇନାହିଁ। ଚଳିତ ବିଶ୍ୱକପ୍‌ରେ ଦକ୍ଷିଣ ଆଫ୍ରିକା ଅପରାଜେୟ ରହିଛି। ସେମାନେ ଭାରତ ଭଳି ଶକ୍ତିଶାଳୀ ଦଳକୁ ମଧ୍ୟ ପରାସ୍ତ କରିଛନ୍ତି। ତେଣୁ ଏହି ସେମିଫାଇନାଲରେ ସାଉଥ ଆଫ୍ରିକା ବିଜୟର ପ୍ରବଳ ଦାବିଦାର ଭାବେ ଉଭା ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୁଣି ବିହାରରେ ହେବକି ଖେଳ? ତେଜ ପ୍ରତାପ ଯାଦବ-ପ୍ରଶାନ୍ତ କିଶୋରଙ୍କ ଗୁପ୍ତ ବୈଠକ ପରେ…

ପାଟନା,୨୨ା୪: ଜନଶକ୍ତି ଜନତା ଦଳ ସୁପ୍ରିମୋ ତେଜ ପ୍ରତାପ ଯାଦବ ଏବଂ ଜନ ସୂରଜ ପ୍ରତିଷ୍ଠାତା ପ୍ରଶାନ୍ତ କିଶୋରଙ୍କ ମଧ୍ୟରେ ଏକ ଗୁପ୍ତ ବୈଠକର ଏକ ଭିଡିଓ…

‘ଦୟାକରି ସେମାନଙ୍କର କ୍ଷତି କରନ୍ତୁ ନାହିଁ…’ ୮ ମହିଳାଙ୍କ ମୁକ୍ତି ପାଇଁ ଇରାନକୁ ଟ୍ରମ୍ପଙ୍କ ଅପିଲ

ଓ୍ବାଶିଂଟନ,୨୨ା୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନରେ କଥିତ ଭାବରେ ବନ୍ଦୀ ଥିବା ଆଠ ଜଣ ମହିଳାଙ୍କୁ ମୁକ୍ତ କରିବାକୁ ନିବେଦନ କରିଛନ୍ତି । ଟ୍ରମ୍ପ ସୋସିଆଲ…

ଐତିହାସିକ ଶତକ ସହ ଅରେଞ୍ଜ କ୍ୟାପ ହାସଲ କଲେ ଅଭିଷେକ

ହାଇଦ୍ରାବାଦ୍‌,୨୨ା୪: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅପରାଜିତ ଐତିହାସିକ ଶତକ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌ (ଏସ୍‌ଆର୍‌ଏଚ୍‌) ମଙ୍ଗଳବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି)କୁ ୪୭ ରନରେ…

ସ୍କୁଲ ପାଇଁ ନୂଆ ଗାଇଡ୍‌ଲାଇନ୍‌ ଜାରିକଲେ ସରକାର

ନୂଆଦିଲ୍ଲୀ,୨୨ା୪: ପ୍ରବଳ ଗରମକୁ ଦୃଷ୍ଟିରେ ରଖି ଦିଲ୍ଲୀ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସରକାର ସ୍କୁଲଗୁଡ଼ିକ ପାଇଁ ନୂଆ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ପିଲାମାନଙ୍କ ସ୍ବାସ୍ଥ୍ୟକୁ…

ଏକର ପିଛା ୩୦ କୋଟି ଦିଅ: ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଦାବି ରଖିଲେ ଗ୍ରାମବାସୀ

ପାଟଣା,୨୨/୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଚେମେଣା ହାଇସ୍କୁଲ ପଡିଆରେ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ଗ୍ରାମସଭା ଗ୍ରାମରେ ଅନୁଷ୍ଠିତ ହୋଇଛି।…

ତମାଖୁ ବର୍ଜନ କଲେ ୨୦.୫ ନିୟୁତ ପରିବାରରେ ଆସିପାରେ ଆର୍ଥିକ ସୁଧାର

ନୂଆଦିଲ୍ଲୀ,୨୨ା୪(ପିଟି):ତମାଖୁ ସେବନ ସ୍ବାସ୍ଥ୍ୟ ପ୍ରତି ହାନିକାରକ ହୋଇଥାଏ ବୋଲି ସାଧାରଣରେ ବିଶ୍ୱାସ କରାଯାଏ। ହେଲେ ଏହା ପରିବାରର ଆର୍ଥିକ ସ୍ଥିତିକୁ ମଧ୍ୟ ବିଶେଷ ପ୍ରଭାବିତ କରିଥାଏ। ଏକ…

ଟ୍ରମ୍ପଙ୍କ ଅସ୍ତ୍ରବିରତି ବୃଦ୍ଧିରେ ଖୁସି ନାହିଁ ଇରାନ: କହିଲା- ଏହା ଏକ ଚାଲ୍‌…

ତେହରାନ୍‌,୨୨।୪: ଇରାନର ସଂସଦର ବାଚସ୍ପତି ଏବଂ ଶୀର୍ଷ ଆଲୋଚନାକାରୀ ମହମ୍ମଦ ବାଘେର ଗାଲିବାଫଙ୍କ ଜଣେ ପରାମର୍ଶଦାତା ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଯୁଦ୍ଧବିରତି ବୃଦ୍ଧି ଘୋଷଣାକୁ ଖାରଜ…

ଟ୍ରେନରୁ ଖସିପଡି ଯୁବକଙ୍କ ମୃତ୍ୟୁ: ମିଳିନି ପରିଚୟ, ଘଟଣାସ୍ଥଳରେ ପୋଲିସ

ନୂଆଗାଁ , ୨୨।୪ (ଧନେଶ୍ୱର ସାହୁ ): ନୟାଗଡ ଜିଲା ନୂଆଗାଁ ଥାନା ଆଛୁପଡା ନିକଟବର୍ତ୍ତୀ ସ୍ଥାନରେ ବୁଧବାର ଟ୍ରେନରୁ ଖସିପଡି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri