ହତ୍ୟାକାଣ୍ଡ ରାୟ ପ୍ରକାଶ: ୪ ଜଣଙ୍କୁ ଆଜୀବନ କାରାଦଣ୍ଡ

ଖୋର୍ଦ୍ଧା,୨୫ା୪(ପ୍ରଭାତ ପାଣିଗ୍ରାହୀ): ୧୦ବର୍ଷ ପରେ ଏକ ହତ୍ୟାକାଣ୍ଡ ରାୟ ପ୍ରକାଶ ପାଇଛି। ଏହି ମାମଲାର ବିଚାର କରି ଅତିରିକ୍ତ ଜିଲା ଓ ଦୌରାଜଜ୍‌ (୧ମ) ମଞ୍ଜୁଲତା ଲେଙ୍କା ୩୦୨ ଦଫାରେ ୪ଜଣ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ ଦଣ୍ଡାଦେଶ ଶୁଣାଇଛନ୍ତି।
ଅଭିଯୁକ୍ତମାନେ ହେଲେ ବାଣପୁର ଅଞ୍ଚଳର ଆଶିଷ ବିଶ୍ବାଳ, ମାନସ ପାତ୍ର, ସନାତନ ବିଶ୍ୱାଳ ଓ ଆଲୋକ ବିଶ୍ୱାଳ। ଏଥିରେ ପୂର୍ବରୁ ଦୁଇ ଜଣ ଅଭିଯୁକ୍ତ ପୂର୍ଣ୍ଣଚନ୍ଦ୍ର ବିଶ୍ୱାଳ ଓ ଶ୍ରୀନିବାସ ବିଶ୍ୱାଳଙ୍କ ମୃତ୍ୟୁ ଘଟିଛି।

ମାମଲାରୁ ପ୍ରକାଶ ଯେ ବାଣପୁର ଥାନା ହଳନ୍ତରା ଗ୍ରାମର ପ୍ରଶାନ୍ତ ବିଶୋଇ ଗ୍ରାମର ଏକ କଂକ୍ରିଟ ରାସ୍ତା ନିର୍ମାଣ କରୁଥିଲେ। ଏହାକୁ ଅଭିଯୁକ୍ତମାନେ ବିରୋଧ କରିଥିଲେ। ୨୦୧୪ ଅକ୍ଟୋବର ୨୨ରେ ଅଭିଯୁକ୍ତମାନେ ତାଙ୍କ ଘରେ ପଶି ବୋମାମାଡ କରିଥିଲେ। ବୋମାମାଡ଼ରେ ପ୍ରଶାନ୍ତଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା।

ମୃତକ ମାଆ କନ୍ଧୁଣୀ ବିଶୋଇଙ୍କ ଅଭିଯୋଗ କ୍ରମେ ଥାନାରେ ଦଫା ୩୦୨ରେ ଏକ ହତ୍ୟା ମାମଲା(ନଂ ୩୧୧/୧୪) ରୁଜୁ ହୋଇଥିଲା। ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲା। ଏହି ମାମଲା ବିଚାରାଧୀନ ଥିଲା।

ଶୁକ୍ରବାର ଏହି ମାମଲାର ବିଚାର କରି ଅତିରିକ୍ତ ଜିଲା ଓ ଦୌରାଜଜ୍‌ ପ୍ରଥମ ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି ଉପରୋକ୍ତ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ ଦଣ୍ଡାଦେଶ ଶୁଣାଇଛନ୍ତି। ଏପିପି ସଲିଳ ପ୍ରଧାନ ମାମଲା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉଚ୍ଚଶିକ୍ଷା ବିଭାଗକୁ ବଡ଼ ନିର୍ଦ୍ଦେଶ ଦେଲେ ସରକାର: ୨୪ ଘଣ୍ଟା ମଧ୍ୟରେ…

ଭୁବନେଶ୍ୱର,୧୪।୭: ବାଲେଶ୍ୱରସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି। ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ...

ହତ୍ୟା ନା ଆତ୍ମହତ୍ୟା:ଭବାନୀପାଟଣା ସ୍ଥାନାନ୍ତର କରାଗଲା ମୃତଦେହ

କେସିଙ୍ଗା,୧୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ୱାର୍ଡ ନମ୍ବର ୭ର ଜଣେ ୧୬ ବର୍ଷୀୟ ଯୁବକ ବାଳକୃଷ୍ଣ ଶିଖା ବେକର ଶାଢି ଲଗାଇ ଆତ୍ମହତ୍ୟା...

ରେଳବିଭାଗରେ ଚାକିରି କରାଇବା ନାଁରେ ୮୬ ଲକ୍ଷ ଟଙ୍କା ଠକେଇ: ମାମଲା ରୁଜୁ କଲା ପୋଲିସ

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ରେଳବିଭାଗରେ ଚାକିରି କରାଇବା ନାଁରେ ୭ ଜଣ ଯୁବକଙ୍କୁ ଠାରୁ ୮୬ ଲକ୍ଷ ୫୦ ହଜାର ଟଙ୍କା ଠକେଇ ହୋଇଥିବା ଅଭିଯୋଗ...

ଧରିତ୍ରୀ ୱେବ ପ୍ରଭାବ: ଯୋଡ଼ା ଲଘୁଚାପଜନିତ କ୍ଷୟକ୍ଷତି ଆକଳନ କଲା ରାଜସ୍ବ ବିଭାଗ

କୁଆଁରମୁଣ୍ଡା,୧୪।୦୭(ମହେନ୍ଦ୍ର କୁମାର ସାହୁ): ଯୋଡ଼ା ଲଘୁଚାପ ଯୋଗୁ ସୁନ୍ଦରଗଡ଼ରେ ବାଦଲ ଫଟା ବର୍ଷା ହୋଇଛି। ଜାତୀୟ ରାଜପଥରେ ଆଣ୍ଠୁଏ ପାଣି ଶୀର୍ଷକ ଏକ ଖବର ଧରିତ୍ରୀ...

FM ପୀଡ଼ିତା ଛାତ୍ରୀଙ୍କୁ ଭେଟିଲେ ରାଷ୍ଟ୍ରପତି: ପଚାରି ବୁଝିଲେ ସ୍ବାସ୍ଥ୍ୟାବସ୍ଥା

ଭୁବନେଶ୍ୱର,୧୪।୭: ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ଇଣ୍ଟିଗ୍ରେଟେଡ୍‌ ବିଏଡ୍‌ର ଦ୍ୱିତୀୟବର୍ଷରେ ଅଧ୍ୟୟନରତା ଜଣେ ଛାତ୍ରୀ ଆତ୍ମାହୁତି ଦେଇଛନ୍ତି। ଏହି ଛାତ୍ରୀ ଜଣଙ୍କ ଗୁରୁତର ଅବସ୍ଥାରେ...

ସାର୍‌ ନିଆଁ ଲଗାଇ ଦେଇଛନ୍ତି… ବାଲେଶ୍ୱର ଘଟଣାରେ ପୀଡ଼ିତା ଛାତ୍ରୀଙ୍କ ମା’ଙ୍କ ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୧୪।୭: ବାଲେଶ୍ୱରସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି। ଏହି ଘଟଣାରେ ସୋମବାର ପୀଡ଼ିତା ଛାତ୍ରୀଙ୍କ ମା’...

ସମ୍ବିଧାନ ସୁରକ୍ଷିତ ରହିଲେ, ସୁରକ୍ଷିତ ରହିବ ଗଣତନ୍ତ୍ର

ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସହରତଳି ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରା ପକ୍ଷରୁ ରବିବାର ସନ୍ଧ୍ୟାରେ ସମ୍ବିଧାନର ମୁଖବନ୍ଧରୁ ଧର୍ମ ନିରପେକ୍ଷତା ଓ ସମାଜବାଦ ଶବ୍ଦର ଉଚ୍ଛେଦ...

ରାଜ୍ୟ ସ୍ତରୀୟ କିକ୍‌ ବକ୍ସିଂ ପ୍ରତିଯୋଗିତା: ଚମକିଲେ ଗଞ୍ଜାମ ଝିଅ,ପୁଅ ପାୟଲଙ୍କୁ ସ୍ବର୍ଣ୍ଣ କଳ୍ପଜିତଙ୍କୁ

ଗଞ୍ଜାମ,୧୪।୭(ବିଦ୍ୟାଧର ସାହୁ ): ଚଳିତ ବର୍ଷ ରାଜ୍ୟ ସ୍ତରୀୟ ଟାଇକୋଣ୍ଡ ପ୍ରତିଯୋଗିତାରେ ଗଞ୍ଜାମର ଓଡ଼ିଆ ଝିଅ ପାୟଲ ନାହାକ (୯ )ସ୍ବର୍ଣ୍ଣ ପଦକ ଏବଂ କଳ୍ପଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri