ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ, ପୁଣି ବନ୍ଦ ହେଲା ୪ ସ୍ଲୁଇସ୍ ଗେଟ୍

​ସମ୍ବଲପୁର,୧।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି । ଫଳରେ ମଙ୍ଗଳବାର ସକାଳେ ପୁଣି ୪ଟି ସ୍ଲୁଇସ୍ ଗେଟ୍ କୁ ବନ୍ଦ କରି ଦିଆଯାଇଛି । ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରରୁ ବାମ ପାର୍ଶ୍ୱର ୩ ଓ ଦକ୍ଷିଣ ପାର୍ଶ୍ଵର ୧ଟି ମିଶି ମୋଟ ୪ଟି ସ୍କୁଇସ୍ ଗେଟ୍ ଜରିଆରେ ମହାନଦୀକୁ ଅତିରିକ୍ତ ବନ୍ଯାଜଳ ନିଷ୍କାସନ କରାଯାଉଛି।

ମଙ୍ଗଳବାର ପ୍ରାତଃରେ ପ୍ରାପ୍ତ ସୂଚନା ଅନୁସାରେ ଜଳଭଣ୍ଡାରର ଜଳସ୍ତର ୬୨୪.୬୭ ଫୁଟ୍‌ ରହିଛି। ଏହି ସମୟରେ ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ହାରାହାରି ୧ ଲକ୍ଷ ୨୯ ହଜାର ୯୬୪ ଘନଫୁଟ ବନ୍ୟା ଜଳ ପ୍ରବେଶ କରୁଛି। ସେହିପରି ଜଳଭଣ୍ଡାରରୁ ପ୍ରତି ସେକେଣ୍ଡରେ ହାରାହାରି ମୋଟ ୯୯ ହଜାର ୪୮୨ ଘନଫୁଟ ଜଳ ନିଷ୍କାସିତ ହେଉଛି। ସେଥିମଧ୍ଯରୁ ୪ଟି ସ୍ଲୁଇସ୍ ଗେଟ୍ ଜରିଆରେ ୬୪ ହଜାର ୪୫୯ ଘନଫୁଟ ଏବଂ ବିଭିନ୍ନ କେନାଲ, ବିଦ୍ଯୁତ ଉତ୍ପାଦନ ପାଇଁ ପାୱାର ଚ୍ୟାନେଲ ଓ ଶିଳ୍ପଭିତ୍ତିକ ବ୍ୟବହାର ପାଇଁ ମୋଟ ୩୫,୦୨୩ ଘନଫୁଟ୍ ଜଳ ନିଷ୍କାସିତ ହେଉଛି।

 

Dharitri – Odisha’s No.1 Odia Daily

Share
Tags: hirakud gate