ସମ୍ବଲପୁର,୯।୩: ସମ୍ବଲପୁର ସହରରେ ସୋମବାର ରାତିରେ ଏକ ବିବାହ ପ୍ରୋସେସନ ବେଳେ ଅଘଟଣ ଘଟିଛି। ପ୍ରୋସେସନ ବେଳେ ହଷ୍ଟେଲ ପରିସରରେ ବାଣ ଫୁଟି ୪ଜଣ ଛାତ୍ରୀ ଆହତ ହୋଇଛନ୍ତି। ଆହତ ଛାତ୍ରୀମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଚିକିତ୍ସା ପରେ ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ସୂଚନା ମିଳିଛି।
ଏହି ଘଟଣା ସମ୍ବଲପୁର ସହରରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

