ଗୁରୁ ଦିବସରେ ଏହି ବ୍ଲକରୁ ୪ ଶିକ୍ଷକ ପାଇଲେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

ପାଟଣା,୪।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁରୁସୁଆଁ ଉଚ୍ଚ ବିଦ୍ୟାଳୟର ସଂସ୍କୃତ ଶିକ୍ଷକ କୃଷ୍ଣ ଚନ୍ଦ୍ର ସାହୁ ଜିଲାସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଥିବା ବେଳେ ବିଜ୍ଞାନ ପାଇଁ ତୁରୁମୁଙ୍ଗା ଦଧିବାମନ ହାଇସ୍କୁଲର ବିଜ୍ଞାନ ଶିକ୍ଷକ ବିରଞ୍ଚି ନାରାୟଣ ମହାରଣା, ସରକାରୀ ପ୍ରାଥମିକ ବିଦ୍ୟାଳୟ ମଙ୍ଗଳପୁରର ଶିକ୍ଷୟିତ୍ରୀ ତିଳତ୍ତମା ବେହେରା, ଡୁମୁରିଆ ସିଆର୍‌ସିସି ଯୁଧିଷ୍ଟିର ମହାନ୍ତ ପ୍ରମୁଖ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଛନ୍ତି।

କେନ୍ଦୁଝର ମୁଖ୍ୟାଳୟ ଡିଏନ୍‌ ହାଇସ୍କୁଲରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲାପାଳ ମନ୍ଦଧର ମହାଳିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପୁରସ୍କାର ବିତରଣ ଉତ୍ସବରେ ମୁଖ୍ୟ ଅତିଥି ଭାବେ କେନ୍ଦୁଝର ଏମ୍‌ପି ଅନନ୍ତ ନାୟକ, ସମ୍ମାନୀତ ଅତିଥି ଭାବେ ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ, ତେଲକୋଈ ବିଧାୟକ ଫକୀର ଚରଣ ନାଏକ, ଆନନ୍ଦପୁର ବିଧାୟକ ଅଭିମନ୍ୟୁ ସେଠୀ, ଡିଆଇଇଟି ଅଧ୍ୟକ୍ଷା କଲ୍ୟାଣୀ ମାଝି ପ୍ରମୁଖ ଯୋଗଦେଇ ସଫଳ ଶିକ୍ଷକଙ୍କୁ ଉତ୍ତରୀୟ, ମାନପତ୍ର ଏବଂ ମେଡାଲ ଦେଇ ସମ୍ବର୍ଦ୍ଧିତ କରିଥିଲେ। ପରେ ଶିକ୍ଷକମାନଙ୍କୁ ପୁରସ୍କାର ବାବଦକୁ ୨୫ ହଜାର ଟଙ୍କା ପାଇବେ।

ଏହି ଅବସରରେ ଜିଲା ଶିକ୍ଷା ଅଧିକାରୀ ପୂର୍ଣ୍ଣ ଚନ୍ଦ୍ର ବରିହା ସ୍ବାଗତ ଭାଷଣ ଦେଇଥିଲେ। ଏଥିରେ ଏଡିଓ ଶ୍ରୀକାନ୍ତ ବେହେରା, ରୁଦ୍ର ନାରାୟଣ ସାମଲ, ସତ୍ୟ ନାରାୟଣ ମହାନ୍ତ ପ୍ରମୁଖ ଉପସ୍ଥିତ ଥିଲେ। ବିଜ୍ଞାନ ପରିଦର୍ଶକ ପରମେଶ୍ବର ମହାନ୍ତ କାର୍ଯ୍ୟକ୍ରମ ସଂଯୋଜନା କରିଥିବା ବେଳେ ସ୍ଥାନୀୟ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ପ୍ରବୀର ମହାନ୍ତି ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri