୧୮ମହଲାରୁ ତଳକୁ ଖସିପଡ଼ିଲା ଶିଶୁ, ତା’ପରେ…

ବେଜିଂ,୨୦।୮: ରଖେ ହରି ମାରେ କିଏ। ଅର୍ଥାତ୍‌ ଯାହାକୁ ଭଗବାନ ରକ୍ଷା କରିବାକୁ ଚାହାନ୍ତି ତା’କୁ କୌଣସି ଶକ୍ତି କ୍ଷତି ପହଞ୍ଚାଇପାରେ ନାହିଁ। ଏଭଳି କିଛି ଘଟିଛି ଜଣେ ୪ ବର୍ଷର ଶିଶୁ ସହ। ୧୮ ମହଲା ସ୍ଥିତ ଫ୍ଲାଟ୍‌ର ଝରକାରୁ ଜଣେ ଶିଶୁ ଖସିପଡ଼ିଥିଲେ। କିନ୍ତୁ ଭଗବାନଙ୍କ ଦୟାରୁ ସେ ବଞ୍ଚିଯାଇଛନ୍ତି। ଏହି ଦୃଶ୍ୟ ହେଉଛି ଚାଇନାର ହୁବଇ ପ୍ରାନ୍ତର ଶିଆଂୟାଂଗ ସହରର। ଅଗଷ୍ଟ ୬ରେ ଉକ୍ତ ସହରରେ ରହୁଥିବା ଜଣେ ୪ବର୍ଷର ଶିଶୁ ନିଜ ଜେଜେମା’ଙ୍କ ସହ ଘରେ ଏକୁଟିଆ ଥିବା ବେଳେ ମା’ବାପା ଘରୁ ବାହାରକୁ ଯାଇଥିଲେ। ଉକ୍ତ ଶିଶୁ ସୋଫା ଉପରେ ଚଢ଼ି ଏକୁଟିଆ ଖେଳୁଥିବା ବେଳେ ହଠାତ୍‌ ଝରାକାରୁ ୧୮୦ ଫୁଟ ତଳକୁ ଖସିପଡ଼ିଥିଲେ। କିନ୍ତୁ ଭାଗ୍ୟବଶତଃ ତଳକୁ ଖସି ପଡ଼ିବା ସମୟରେ ସେ ଏକ ଗଛରେ ଅଟକିଯାଇଥିଲେ। ଉକ୍ତ ଶିଶୁ ଜୀବିତ ଥିବା ବେଳେ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ସଙ୍ଗେ ସଙ୍ଗେ ସ୍ଥାନୀୟ ଲୋକେ ହସ୍ପିଟାଲକୁ ନେଇଥିଲେ। ବର୍ତ୍ତମାନ ହସ୍ପିଟାଲର ଆଇସିୟୁରେ ତାଙ୍କର ଚିକିତ୍ସା ଚାଲିଥିବା ବେଳେ ଏବେ ସ୍ବାସ୍ଥ୍ୟବସ୍ଥା ସ୍ଥିର ରହିଛି ବୋଲି ଶିଶୁଙ୍କ ପିତା କହିଛନ୍ତି। ଅନ୍ୟପଟେ କେତେକ ସ୍ଥାନରେ ଶିଶୁଙ୍କୁ ଜୋରରେ ଆଘାତ ଲାଗିଥିବା ବେଳେ ତାଙ୍କର ଜୀବନ ବଞ୍ଚିଯିବା କୌଣସି ଚମତ୍କାରରୁ କମ୍‌ ନୁହେଁ ବୋଲି ଚିକିତ୍ସା କରୁଥିବା ଡାକ୍ତର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…

ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

ପରିସ୍ରା କରିବାକୁ ଯାଇଥିଲେ ବ୍ୟବସାୟୀ, ଭୁଷୁଡିଲା କାନ୍ଥ: ଆଉ ତା’ପରେ…

ଅମରପାଲି,୨୪।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ଗ୍ରାମରେ କାନ୍ଥ ଭୁଷୁଡି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ...

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri