୧୮ମହଲାରୁ ତଳକୁ ଖସିପଡ଼ିଲା ଶିଶୁ, ତା’ପରେ…

ବେଜିଂ,୨୦।୮: ରଖେ ହରି ମାରେ କିଏ। ଅର୍ଥାତ୍‌ ଯାହାକୁ ଭଗବାନ ରକ୍ଷା କରିବାକୁ ଚାହାନ୍ତି ତା’କୁ କୌଣସି ଶକ୍ତି କ୍ଷତି ପହଞ୍ଚାଇପାରେ ନାହିଁ। ଏଭଳି କିଛି ଘଟିଛି ଜଣେ ୪ ବର୍ଷର ଶିଶୁ ସହ। ୧୮ ମହଲା ସ୍ଥିତ ଫ୍ଲାଟ୍‌ର ଝରକାରୁ ଜଣେ ଶିଶୁ ଖସିପଡ଼ିଥିଲେ। କିନ୍ତୁ ଭଗବାନଙ୍କ ଦୟାରୁ ସେ ବଞ୍ଚିଯାଇଛନ୍ତି। ଏହି ଦୃଶ୍ୟ ହେଉଛି ଚାଇନାର ହୁବଇ ପ୍ରାନ୍ତର ଶିଆଂୟାଂଗ ସହରର। ଅଗଷ୍ଟ ୬ରେ ଉକ୍ତ ସହରରେ ରହୁଥିବା ଜଣେ ୪ବର୍ଷର ଶିଶୁ ନିଜ ଜେଜେମା’ଙ୍କ ସହ ଘରେ ଏକୁଟିଆ ଥିବା ବେଳେ ମା’ବାପା ଘରୁ ବାହାରକୁ ଯାଇଥିଲେ। ଉକ୍ତ ଶିଶୁ ସୋଫା ଉପରେ ଚଢ଼ି ଏକୁଟିଆ ଖେଳୁଥିବା ବେଳେ ହଠାତ୍‌ ଝରାକାରୁ ୧୮୦ ଫୁଟ ତଳକୁ ଖସିପଡ଼ିଥିଲେ। କିନ୍ତୁ ଭାଗ୍ୟବଶତଃ ତଳକୁ ଖସି ପଡ଼ିବା ସମୟରେ ସେ ଏକ ଗଛରେ ଅଟକିଯାଇଥିଲେ। ଉକ୍ତ ଶିଶୁ ଜୀବିତ ଥିବା ବେଳେ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ସଙ୍ଗେ ସଙ୍ଗେ ସ୍ଥାନୀୟ ଲୋକେ ହସ୍ପିଟାଲକୁ ନେଇଥିଲେ। ବର୍ତ୍ତମାନ ହସ୍ପିଟାଲର ଆଇସିୟୁରେ ତାଙ୍କର ଚିକିତ୍ସା ଚାଲିଥିବା ବେଳେ ଏବେ ସ୍ବାସ୍ଥ୍ୟବସ୍ଥା ସ୍ଥିର ରହିଛି ବୋଲି ଶିଶୁଙ୍କ ପିତା କହିଛନ୍ତି। ଅନ୍ୟପଟେ କେତେକ ସ୍ଥାନରେ ଶିଶୁଙ୍କୁ ଜୋରରେ ଆଘାତ ଲାଗିଥିବା ବେଳେ ତାଙ୍କର ଜୀବନ ବଞ୍ଚିଯିବା କୌଣସି ଚମତ୍କାରରୁ କମ୍‌ ନୁହେଁ ବୋଲି ଚିକିତ୍ସା କରୁଥିବା ଡାକ୍ତର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ଲଘୁଚାପ: ରାଜ୍ୟର ୧୧ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ସତର୍କ କଲା…

ଭୁବନେଶ୍ୱର, ୯ା୯(ସୌମ୍ୟରଞ୍ଜନ ରାଉତ) – ଉତ୍ତର ବଙ୍ଗୋପସାଗର ସଂଲଗ୍ନ ବାଂଲାଦେଶ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନଠାରୁ ପ୍ରାୟ ୫.୮ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ହର୍ମୁଜ୍‌ ସମୁଦ୍ର ତଳେ ଚାଲୁଥିବା ଆମେରିକା ଡ୍ରୋନ୍‌କୁ କବ୍‌ଜା କରିଛି ଇରାନ, ଦାବି କରି କହିଲା…

ଓ୍ବାଶିଂଟନ,୯ା୯: ହର୍ମୁଜ୍‌ ଜଳପଥର ପ୍ରବେଶପଥଠାରେ ଆମେରିକାର ଏକ କର୍ମଚାରୀବିହୀନ ସମୁଦ୍ର ତଳ ଯାନ (ଡ୍ରୋନ୍‌)କୁ କବ୍‌ଜା କରିଥିବା ଇରାନର ରିଭଲ୍ୟୁଶନାରି ଗାର୍ଡସ ଦାବି କରିଛି। ସାମରିକ କାର୍ଯ୍ୟାନୁଷ୍ଠାନରେ…

ଗ୍ରାମ୍ୟ ଉନ୍ନୟନ ରାସ୍ତା ନିର୍ମାଣ ନିମ୍ନମାନର ଅଭିଯୋଗ ଆଣି ଗ୍ରାମବାସୀ…

ଛତ୍ରପୁର,୯ା୯(ଦିଲ୍ଲୀପ ସମାଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ଚମାଖଣ୍ଡି ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଚାଲିଥିବା ରାସ୍ତା ନିର୍ମାଣ କାମରମାନକୁ…

ରାତି ୧୦ଟା ପରେ ବାଜିବନି ଲାଉଡ୍‌ ସ୍ପିକର, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ଛତ୍ରପୁର,୯ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆସନ୍ତା ୧୪ ତାରିଖରେ ହେବାକୁ ଯାଉଥିବା ଶ୍ରୀଗଣେଶ ପୂଜାକୁ ଶୃଙ୍ଖଳିତ ଓ ଭକ୍ତିପୂର୍ଣ୍ଣ ପରିବେଶରେ ପାଳନ କରିବାକୁ ଛତ୍ରପୁର ପୋଲିସ ଏବଂ ପ୍ରଶାସନ…

ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’

ହାଟଡିହୀ, ୯।୯(ଶୁଭକାନ୍ତ ନାୟକ): ଇନଷ୍ଟାଗ୍ରାମରେ ପ୍ରେମ, ତା’ପରେ ପ୍ରତ୍ୟାଖ୍ୟାନ, ଆଉ ଶେଷରେ ରାସ୍ତା ମଝିରେ ଗୁଣ୍ଡାଗର୍ଦ୍ଦି। ବୁଧବାର ଏଭଳି ଏକ ଲଜ୍ଜାଜନକ ଘଟଣା କେନ୍ଦୁଝର ଜିଲା ହାଟଡିହୀ…

ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ, ୩ ବର୍ଷ ଝିଅକୁ ହତ୍ୟା ଉଦ୍ୟମ କରି ନିଜେ…

ବଲାଙ୍ଗୀର,୯ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡ଼ା ଅଞ୍ଚଳରେ ଦିନକୁ ଦିନ ଅପରାଧ ବଢ଼ିବାରେ ଲାଗିଛି, ବାରମ୍ବାର ଚୋରି ଡକାୟତ ପରେ ବୁଧବାର ପୁଣି ବେଲପଡ଼ା ଥାନା…

ବରଗଡ଼ରେ ସ୍କ୍ରବ୍ ଟାଇଫସ୍‌ ଆତଙ୍କ! ବୃଦ୍ଧଙ୍କ ଜୀବନ ଗଲା, ବଢ଼ୁଛି ସଂକ୍ରମଣ ଭୟ

ବରଗଡ଼, ୯।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଥିବା ବେଳେ ଏବେ ଏହା ଏକ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି…

ଆଦିବାସୀ କଲ୍ୟାଣ ଓ ଅଧିକାର ନେଇ ସମୀକ୍ଷା: ରୋଗୀଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇବା ନେଇ…

ଖୋର୍ଦ୍ଧା,୯ା୯(ପ୍ରଭାତ ପାଣିଗ୍ରାହୀ): ଅନୁସୂଚିତ ଜନଜାତିଙ୍କ କଲ୍ୟାଣ, ବିକାଶ ଏବଂ ଅଧିକାର ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗ ନେଇ ଜାତୀୟ ଅନୁସୂଚିତ ଜନଜାତି କମିଶନ ଅଧ୍ୟକ୍ଷ ଅନ୍ତର ସିଂ ଆର୍ଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri