ସ୍କୁଲ ବସ୍‌ରେ ୪ବର୍ଷର ଶିଶୁ କନ୍ୟାଙ୍କୁ ଯୌନ ଶୋଷଣ: ଦୁଇ ସେନା କର୍ମଚାରୀଙ୍କୁ ଆଜୀବନ କାରଦଣ୍ଡ

ବ୍ରହ୍ମପୁର,୩୧।୧୦(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅଞ୍ଚଳରେ ଥିବା ଆର୍ମି ଏଡି କଲେଜ ପରିସରରେ ଗତ ଜାନୁଆରୀ ମାସରେ ଏକ ବସ୍‌ ଭିତରେ ଜନୈକା ୪ ବର୍ଷର ଶିଶୁକନ୍ୟାଙ୍କୁ ଯୌନ ଶୋଷଣ କରାଯାଥିଲା। ଉକ୍ତ ମାମଲାର ଶୁକ୍ରବାର ରାୟ ପ୍ରକାଶ ପାଇଛି। ସ୍ବତନ୍ତ୍ର ପୋକ୍ସୋ ଜଜ ପ୍ରଣତି ପଟ୍ଟନାୟକ ବସ୍‌ରେ କାର୍ଯ୍ୟରତ ୨ଜଣ ସେନା କର୍ମଚାରୀଙ୍କୁ ଦୋଷୀ ସାବ୍ୟସ୍ତ କରି ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଅଭିଯୁକ୍ତ ଦ୍ୱୟ ହେଲେ ଗୁଜରାଟ ମେହେସନ ଜିଲା ସତଲାସନର ମୂଳ ନିବାସୀ ଭୂତେଦିଆ ଜଏସ କୁମାର(୩୦) ଏବଂ ଦେଓଗଡ଼ ଜିଲା ବରକୋଟ ଥାନା ଅନ୍ତର୍ଗତ ବାଇଧର ଗାଁର ହସେଲଦାର ମୁଣ୍ଡା(୩୭)।

ଜଏସ କୁମାର ଗୋପାଳପୁର ଆର୍ମି ଏଡି କଲେଜରେ ହାବିଲଦାର ଭାବେ କାମ କରୁଥିବା ବେଳେ ହସେଲଦାର ଆର୍ମି ଏଡ଼ି କଲେଜର ନାୟକ ଭାବେ କାମ କରୁଥିଲେ। ବିଚାରପତି ଅଭିଯୁକ୍ତ ଦ୍ୱୟଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରି ୧୦ ହଜାର ଟଙ୍କା ଲେଖାଏ ଜରିମାନା ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦେୟ ୬ମାସ ଲେଖାଏ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି।

ସେହିପରି ଜଜ, ପିଡ଼ିତାଙ୍କୁ ସାଢେ ୧୦ ଲକ୍ଷ ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରିବାକୁ ଜିଲା ଆଇନ ସେବା ପ୍ରାଧିକରଣଙ୍କୁ ନିର୍ଦ୍ଦେଶ ମଧ୍ୟ ଦେଇଥିବା ରାୟରେ ଉଲ୍ଲେଖ କରିଛନ୍ତି।

ମାମଲାର ବିବରଣୀରୁ ପ୍ରକାଶ ଯେ, ଗତ ଜାନୁଆରୀ ୨ ତାରିଖରେ ଗୋପାଳପୁର ଥାନା ଅନ୍ତର୍ଗତ ଆର୍ମି ଏଡି କଲେଜ ପରିସରରେ ଥିବା ଏକ ଇଂଲିଶ ମେଡିୟମ ସ୍କୁଲରେ ପଢ଼ୁଥିବା ଜନୈକା ୪ବର୍ଷର ଶିଶୁ କନ୍ୟାଙ୍କୁ ଭୟଭୀତ କରି ସ୍କୁଲ ବସରେ ଯୌନ ଶୋଷଣ କରାଯାଇଥିଲା। ଏନେଇ ଜାନୁଆରୀ ୩ ତାରିଖରେ ଗୋପାଳ ଥାନାରେ ଅଭିଯୋଗ କରିଥିଲେ।

ପୋଲିସ ପିଡ଼ିତାଙ୍କ ବୟାନକୁ ଆଧାର କରି ଏକ ମାମଲା(ନଂ.୦୨/୨୫) ରୁଜୁ କରିଥିଲା। ଘଟଣାର ତଦନ୍ତ କରି ବସରେ ଡ୍ରାଇଭର ଥିବା ଜଏସ କୁମାର ଓ ହେଲପର ହସେଲଦାର ମୁଣ୍ଡାଙ୍କୁ ଗତ ଜାନୁଆରୀ ୪ ତାରିଖ ରେ ଗିରଫ କରି କୋର୍ଟ ଚାଲାଣ କରିଥିଲା। ତଦନ୍ତକାରୀ ଅଧିକାରୀ ତଥା ବୈଦ୍ୟନାଥପୁର ଥାନା ଅଧିକାରୀ ସୁଚିତ୍ରା ପରିଡା ଏନେଇ କୋର୍ଟରେ ଚାର୍ଜସିଟ ଦାଖଲ କରିଥିଲେ।

ମାମଲାର ବିଚାରଣା ବେଳେ ୭ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଥିଲା। ସାକ୍ଷୀଙ୍କ ବୟାନ, ମେଡିକାଲ ରିପୋର୍ଟ ଆଧାରରେ ବଚାରପତି ଉପଯୁକ୍ତ ରାୟ ପ୍ରକାଶ କରିଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ନାରାୟଣ ପଣ୍ଡା ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…

Khandagiri Melaରେ ବିବାଦ ତୁଟୁନି: ପୁଣି ଚେତାବନୀ ଦେଲେ ମୀରା 

ଭୁବନେଶ୍ୱର,୩୦।୧: Khandagiri Melaରେ ବିଭିନ୍ନ ଯାତ୍ରା ପାର୍ଟି ଯାତ୍ରା ପରିବେଷଣ କରୁଛନ୍ତି। ଏହାରି ମଧ୍ୟରେ କାହ୍ନାଙ୍କ ପରେ ଯାତ୍ରା ଅଭିନେତା କ୍ଷୀତିଶ ବିଶ୍ବାଳଙ୍କୁ ମୀରା ପରିଡ଼ାଙ୍କ ଚେତାବନୀ।…

ଦିଗପହଣ୍ଡିରେ ମାତିଛି ଗୋଠଛଡ଼ା ହାତୀ: ଭୟଭୀତ ଅଞ୍ଚଳବାସୀ, ସନ୍ଧ୍ୟା ହେଲେ ପଡୁଛି ତାଟି କବାଟ…

ଦିଗପହଣ୍ଡି,୩୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ଜିଲା ସୀମାନ୍ତରେ ଗତ ୪ ଦିନ ହେବ ଗୋଟିଏ ଗୋଠଛଡ଼ା ହାତୀ ଘୁରି ବୁଲୁଛି। ସା ହେଲେ ହାତୀଟି…

ବିଦ୍ୟୁତ୍‌ ନେଲା ୫ ମଇଁଷିଙ୍କ ଜୀବନ: ବିଭାଗୀୟ ଅବହେଳାକୁ ଦାୟୀ କଲେ ଗ୍ରାମବାସୀ

ଖଜୁରିପଡ଼ା,୩୦ା୧(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା…

ଫେବୃଆରୀ ୨୦ରେ Odisha Budget 2026-27

ଭୁବନେଶ୍ୱର,୩୦।୧: ଫେବୃଆରୀ ୧୭ରୁ ବିଧାନସଭା ବଜେଟ ଅଧିବେଶନ  ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଚାଲିବ Odisha Budget 2026-27 ଅଧିବେଶନ। ଫେବୃଆରୀ ୨୦ରେ ଆଗତ ହେବ ବଜେଟ-୨୦୨୬।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri