ସ୍କୁଲ ବସ୍‌ରେ ୪ବର୍ଷର ଶିଶୁ କନ୍ୟାଙ୍କୁ ଯୌନ ଶୋଷଣ: ଦୁଇ ସେନା କର୍ମଚାରୀଙ୍କୁ ଆଜୀବନ କାରଦଣ୍ଡ

ବ୍ରହ୍ମପୁର,୩୧।୧୦(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅଞ୍ଚଳରେ ଥିବା ଆର୍ମି ଏଡି କଲେଜ ପରିସରରେ ଗତ ଜାନୁଆରୀ ମାସରେ ଏକ ବସ୍‌ ଭିତରେ ଜନୈକା ୪ ବର୍ଷର ଶିଶୁକନ୍ୟାଙ୍କୁ ଯୌନ ଶୋଷଣ କରାଯାଥିଲା। ଉକ୍ତ ମାମଲାର ଶୁକ୍ରବାର ରାୟ ପ୍ରକାଶ ପାଇଛି। ସ୍ବତନ୍ତ୍ର ପୋକ୍ସୋ ଜଜ ପ୍ରଣତି ପଟ୍ଟନାୟକ ବସ୍‌ରେ କାର୍ଯ୍ୟରତ ୨ଜଣ ସେନା କର୍ମଚାରୀଙ୍କୁ ଦୋଷୀ ସାବ୍ୟସ୍ତ କରି ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଅଭିଯୁକ୍ତ ଦ୍ୱୟ ହେଲେ ଗୁଜରାଟ ମେହେସନ ଜିଲା ସତଲାସନର ମୂଳ ନିବାସୀ ଭୂତେଦିଆ ଜଏସ କୁମାର(୩୦) ଏବଂ ଦେଓଗଡ଼ ଜିଲା ବରକୋଟ ଥାନା ଅନ୍ତର୍ଗତ ବାଇଧର ଗାଁର ହସେଲଦାର ମୁଣ୍ଡା(୩୭)।

ଜଏସ କୁମାର ଗୋପାଳପୁର ଆର୍ମି ଏଡି କଲେଜରେ ହାବିଲଦାର ଭାବେ କାମ କରୁଥିବା ବେଳେ ହସେଲଦାର ଆର୍ମି ଏଡ଼ି କଲେଜର ନାୟକ ଭାବେ କାମ କରୁଥିଲେ। ବିଚାରପତି ଅଭିଯୁକ୍ତ ଦ୍ୱୟଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରି ୧୦ ହଜାର ଟଙ୍କା ଲେଖାଏ ଜରିମାନା ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦେୟ ୬ମାସ ଲେଖାଏ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି।

ସେହିପରି ଜଜ, ପିଡ଼ିତାଙ୍କୁ ସାଢେ ୧୦ ଲକ୍ଷ ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରିବାକୁ ଜିଲା ଆଇନ ସେବା ପ୍ରାଧିକରଣଙ୍କୁ ନିର୍ଦ୍ଦେଶ ମଧ୍ୟ ଦେଇଥିବା ରାୟରେ ଉଲ୍ଲେଖ କରିଛନ୍ତି।

ମାମଲାର ବିବରଣୀରୁ ପ୍ରକାଶ ଯେ, ଗତ ଜାନୁଆରୀ ୨ ତାରିଖରେ ଗୋପାଳପୁର ଥାନା ଅନ୍ତର୍ଗତ ଆର୍ମି ଏଡି କଲେଜ ପରିସରରେ ଥିବା ଏକ ଇଂଲିଶ ମେଡିୟମ ସ୍କୁଲରେ ପଢ଼ୁଥିବା ଜନୈକା ୪ବର୍ଷର ଶିଶୁ କନ୍ୟାଙ୍କୁ ଭୟଭୀତ କରି ସ୍କୁଲ ବସରେ ଯୌନ ଶୋଷଣ କରାଯାଇଥିଲା। ଏନେଇ ଜାନୁଆରୀ ୩ ତାରିଖରେ ଗୋପାଳ ଥାନାରେ ଅଭିଯୋଗ କରିଥିଲେ।

ପୋଲିସ ପିଡ଼ିତାଙ୍କ ବୟାନକୁ ଆଧାର କରି ଏକ ମାମଲା(ନଂ.୦୨/୨୫) ରୁଜୁ କରିଥିଲା। ଘଟଣାର ତଦନ୍ତ କରି ବସରେ ଡ୍ରାଇଭର ଥିବା ଜଏସ କୁମାର ଓ ହେଲପର ହସେଲଦାର ମୁଣ୍ଡାଙ୍କୁ ଗତ ଜାନୁଆରୀ ୪ ତାରିଖ ରେ ଗିରଫ କରି କୋର୍ଟ ଚାଲାଣ କରିଥିଲା। ତଦନ୍ତକାରୀ ଅଧିକାରୀ ତଥା ବୈଦ୍ୟନାଥପୁର ଥାନା ଅଧିକାରୀ ସୁଚିତ୍ରା ପରିଡା ଏନେଇ କୋର୍ଟରେ ଚାର୍ଜସିଟ ଦାଖଲ କରିଥିଲେ।

ମାମଲାର ବିଚାରଣା ବେଳେ ୭ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଥିଲା। ସାକ୍ଷୀଙ୍କ ବୟାନ, ମେଡିକାଲ ରିପୋର୍ଟ ଆଧାରରେ ବଚାରପତି ଉପଯୁକ୍ତ ରାୟ ପ୍ରକାଶ କରିଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ନାରାୟଣ ପଣ୍ଡା ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?