୪ ବର୍ଷ ପରେ ପୁଣି ଚମକିଲେ ଗଞ୍ଜାମର ମନସ୍ବିନୀ

ଗଞ୍ଜାମ,୨୮।୪(ଡି.ଏନ.ଏ.): ଗଞ୍ଜାମ ଜିଲା ମଲାଡ଼ ପଞ୍ଚାୟତ ପଣିବନ୍ଧ ଗ୍ରାମର ସୁନାଝିଅ ମନସ୍ବିନୀ ମହାରଣା ପୁଣି ଚମକିଛନ୍ତି। ସେ ଚଳିତ ମାସ ୨୦ରୁ ୨୪ ଯାଏ ଗୋଆର ହାୱାଲି ବିଚରେ ଅଲ ଇଣ୍ଡିଆ ବୋର୍ଡ ସେଲିଂ ଚାମ୍ପିୟନସିପ ପ୍ରତିଯୋଗିତା ଭାଗ ନେଇ ରୌପ୍ୟ ପଦକ ହାସଲ କରିଛନ୍ତି। ଏହି ସଫଳତା ଯୋଗୁ ତାଙ୍କୁ ଗଞ୍ଜାମ ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିଶ୍ୱଜିତ ରାୟ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ସୁରଥ ପାହାନ ଶୁଭେଚ୍ଛା ଜଣାଇଛନ୍ତି। ଗଞ୍ଜାମ ପ୍ରେସ କ୍ଲବ, ଦିଗଦର୍ଶନ ୟୁଥ କ୍ଲବ ପକ୍ଷରୁ ତାଙ୍କୁ ଶୁଭେଚ୍ଛା ଜଣାଇବା ସହ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି। ଗଞ୍ଜାମ ବ୍ଲକ ଅନ୍ତର୍ଗତ ପଣିବନ୍ଧ ଗ୍ରାମର ବାସିନ୍ଦା ଭାସ୍କର ମହାରଣା ଓ ପ୍ରମିଳାଙ୍କ ଝିଅ ମନସ୍ବିନୀ ହାଇସ୍କୁଲରେ ଅଧ୍ୟୟନ କରୁଥିବା ବେଳେ ଖେଳକୁଦ ପ୍ରତି ଦୁର୍ବଳତା ରହିଥିଲା। ପ୍ରଧାନ ଶିକ୍ଷୟତ୍ରୀ ସୁଭାସିନୀ ସାହୁଙ୍କ ଠାରୁ ପ୍ରଥମେ ପ୍ରେରଣା ପାଇ ଆନ୍ତର୍ଜାତୀୟ ସମୁଦ୍ର ବୁଡାଳି ସବୀର ବକ୍ସଙ୍କ ତତ୍ୱାବଧାନରେ ପ୍ରଶିକ୍ଷଣ ନେଇଥିଲେ। ୨୦୧୩ରେ ଦୁଃସାହସିକ ନୌକା ଚାଳନା ପ୍ରତିଯୋଗିତା ଉଇଣ୍ଡ ସର୍ପିଙ୍ଗରେ ଭାଗନେଇ ଲଗାତାର ୧୩ ସ୍ବର୍ଣ୍ଣ ପଦକ ଜାତୀୟ ସ୍ତରରେ ହାସଲ କରି ଜଳ କ୍ରୀଡ଼ା ପ୍ରତିଯୋଗିତାରେ ଶ୍ରେଷ୍ଠ ପ୍ରଦର୍ଶନ କରି ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଥିଲେ। ପରେ ୨୦୧୫ରେ ବ୍ୟାଂକଙ୍କରେ ଓପନ ସେଲିଂ ଚାମ୍ପିୟନସିପରେ ଆନ୍ତର୍ଜାତୀୟ ସ୍ତରରେ ସ୍ବର୍ଣ୍ଣ ପଦକ ବିଜେତା ହୋଇଥିଲେ। ୨୦୨୧୭-୧୮ରେ ମଧ୍ୟ ବ୍ରୋଞ୍ଜ ପଦକ ବିଜେତା ହୋଇଥିଲେ। ତେବେ କରୋନା ପ୍ରଭାବ ଏବଂ ବୈବାହିକ ଜୀବନରେ କୁନି ଝିଅର ଲାଳନ ପାଳନ ଯୋଗୁ ଚଳିତ ମାସରେ ୪ବର୍ଷ ବ୍ୟବଧାନରେ ପୁଣି ଥରେ ଓଡ଼ିଶାର ଏକ ମାତ୍ର ଝିଅ ଭାବେ ନୌଚାଳନା ପ୍ରତିଯୋଗିତାରେ ଭାଗ ନେଇ ୧୨ ରାଉଣ୍ଡରେ ରୌପ୍ୟ ପଦକ ହାସଲ କରିଛନ୍ତି ମନସ୍ବିନୀ। ଆସନ୍ତା ୯ରେ ମୁମ୍ବାଇରେ ପୁଣି ଏକ ପ୍ରତିଯୋଗିତାରେ ଭାଗ ନେବେ ବୋଲି କହିଛନ୍ତି ମନସ୍ବିନୀ। ତାଙ୍କ ପରି ଅନେକ ମନସ୍ବିନୀ ସୃଷ୍ଟି କରିବା ତାଙ୍କର ଲକ୍ଷ୍ୟ ବୋଲି କହନ୍ତି ମନସ୍ବିନୀ। ଏଥିପାଇଁ ସ୍ଥାନୀୟ ଅଞ୍ଚଳର ଝିଅମାନଙ୍କୁ ପ୍ରଶିକ୍ଷଣ ପାଇଁ ତାଲିମ କେନ୍ଦ୍ର ଖୋଲିବାକୁ ଲକ୍ଷ୍ୟ ରଖିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଟପୁର କଲେଜରେ ସରଗରମ ଛାତ୍ର ରାଜନୀତି: ବୟସାଧିକ କାରଣରୁ ୨ ପ୍ରାର୍ଥିପତ୍ର ନାକଚ, ମଇଦାନରେ ୧୪ ପ୍ରାର୍ଥୀ

ଦିଗପହଣ୍ଡି,୧୦ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସ୍ଥିତ ବିଶ୍ୱାସରାୟ କଲେଜର ଛାତ୍ର ସଂସଦ ନିର୍ବାଚନ ପାଇଁ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି।…

ଜମି ପାଣି ବିବାଦରୁ ସାଂଘାତିକ ଆକ୍ରମଣ: ସରପଞ୍ଚଙ୍କ ସ୍ୱାମୀଙ୍କୁ ହାଣିଥିବା ୩ ଦୁର୍ବୃତ୍ତଙ୍କୁ କୋର୍ଟଚାଲାଣ କଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୦।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ କାମିନୀ ନାୟକଙ୍କ ସ୍ୱାମୀ ଟୁନା ନାୟକଙ୍କୁ ଯୋଜନାବଦ୍ଧ ଭାବେ ଖଣ୍ଡାରେ ହାଣି ହତ୍ୟା…

ମାନସିକ ଅନଗ୍ରସରଙ୍କ ଅଧିକାର: ସେମାନଙ୍କ ପାଇଁ ମୁକ୍ତ ଆଇନ ସହାୟତା

ଦିଗପହଣ୍ଡି, ୧୦|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ଶନିବାର ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି। ଦିଗପହଣ୍ଡି…

କେଏସୟୁବି କଲେଜ୍ ରେ ୩୫ ପ୍ରାର୍ଥୀ, ସାବିତ୍ରୀ ମହିଳା ମହାବିଦ୍ୟାଳୟର ସମସ୍ତ ପ୍ରାର୍ଥୀନୀ ନିର୍ଦ୍ୱନ୍ଦରେ ନିର୍ବାଚିତ

ଭଞ୍ଜନଗର, ୧୦।୧୦ (ବାବୁଲା ପ୍ରଧାନ): ଛାତ୍ର ସଂସଦ ନିର୍ବାଚନରେ ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ପରେ ଅପରାହ୍ଣ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଗଞ୍ଜାମ ଜିଲା…

‘ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିବ ସରକାରୀ ସେବା’

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ ପୂର୍ତ୍ତି ଅବସରରେ ଗତ ସେପ୍ଟେମ୍ବର ୧୭ରୁ ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ…

ଖେମୁଣ୍ଡି କଲେଜ ଛାତ୍ର ସଂସଦ ନିର୍ବାଚନ: ବିଭିନ୍ନ ପଦବୀ ପାଇଁ ମଇଦାନ ରେ ୧୪ ପ୍ରାର୍ଥୀ , ଦ୍ବିି – ମୁଖି ପ୍ରତିଦ୍ବନ୍ଦିତା

ଦିଗପହଣ୍ଡି,୧୦|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେଉଥିବାରୁ ଛାତ୍ରୀ ଛାତ୍ର ଙ୍କ…

ନ୍ୟାଶନାଲ ବୁକ୍‌ ଅଫ୍‌ ରେକର୍ଡସରେ ସ୍ଥାନ ପାଇଲେ ଛତ୍ରପୁର ଝିଅ ଶୁଭସ୍ମିତା

ଛତ୍ରପୁର,୧୦ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଦେବୀନଗର ସାହିର ଯୁବ ଚିତ୍ରଶିଳ୍ପୀ ତଥା ଲେଖିକା ଶୁଭସ୍ମିତା ପଣ୍ଡା ନିଜର ଅନନ୍ୟ କଳାପ୍ରତିଭା ପାଇଁ ନ୍ୟାଶନାଲ ବୁକ୍‌…

ତାରାତାରିଣୀ କଲେଜରେ ତ୍ରିମୁଖୀ ଲଢ଼େଇ: ନାମାଙ୍କନ ପ୍ରତ୍ୟାହାର କଲେ ସଭାପତି ପ୍ରାର୍ଥୀ ଅଙ୍କିତ ପ୍ରଧାନ, ମଇଦାନରେ ଅଛନ୍ତି…

ପୁରୁଷୋତ୍ତମପୁର,୧୦ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସରେ ରାଜନୈତିକ ଉଷ୍ଣତା ବଢ଼ିଛି। ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ଦିବସରେ ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?