ଭୟଭୀତ କରି ଶାରୀରିକ ସମ୍ପର୍କ ରଖୁଥିଲେ ଗ୍ରାମର ୪ ଯୁବକ, ଚିକିତ୍ସା ପରେ ଜଣାପଡିଲା ଯୁବତୀ ଗର୍ଭବତୀ

ଭୁବନ, ୨୪।୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ଧଳପଡା ଗ୍ରାମର ଜଣେ ୨୧ ବର୍ଷିଆ ଯୁବତୀଙ୍କୁ ୪ ଜଣ ଗଣବଳାତ୍କାର କରିଥିବା ଯୁବତୀଜଣଙ୍କ ରବିବାର ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ପାଇ ଭୁବନ ଥାନା ପୋଲିସ କେସ୍‌ ନମ୍ବର ୧୦୯/୨୦୨୬ରେ ମାମଲା ରୁଜୁ କରି ସୋମବାର ବିଭିନ୍ନ ସ୍ଥାନରେ ଚଢାଉ କରି ଅଭିଯୁକ୍ତଙ୍କୁ ଅଟକ ରଖିବା ପରେ ଡାକ୍ତରୀ ମାଇନା କରାଯାଇଛି। ଡାକ୍ତରୀ ମାଇନା ପରେ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ଥାନା ଅଧିକାରିଣୀ ରେଣୁାଳା ସାହୁ କହିଛନ୍ତି । ଯୁବତୀଙ୍କର ମା’ଙ୍କ ଦେହାନ୍ତ ହେବା ପରେ ବାପା ସେମାନଙ୍କ ଦାୟିତ୍ୱ ଠିକ୍‌ ଭାବେ ନେଉନଥିଲେ । ଯୁବତୀଙ୍କର ୪ ଜଣ ଛୋଟ ଭଉଣୀ ଅଛନ୍ତି। ଅଭାବ ଅନାଟନ ପାଇଁ ସେ ଦିନ ମଜୁରୀଆ ଭାବେ କାମ କରି ସାନ ଭଉଣୀମାନଙ୍କୁ ପାଠ ପଢ଼ାଇବା ସହିତ ଭରଣ ପୋଷଣ କରୁଥିଲେ । ତାଙ୍କର ଦୁର୍ବଳତାର ସୁଯୋଗ ନେଇ ସେହି ଗ୍ରାମର ପିତା ଦେହୁରୀ, ଯଦୁମଣୀ ଦେହୁରୀ, ଭୁବନ ଥାନା କୁମର୍ଦା ଗ୍ରାମର ଶିବରାମ ଦେହୁରୀ ଓ ଯାଜପୁର ଜିଲା କେନ୍ଦୁଢିପି ଗ୍ରାମର ରଞ୍ଜନ ଦିଆଣି ମିଳିମିଶି ଯୁବତୀଙ୍କୁ ଭୟଭୀତ କରି ଶାରୀରିକ ସମ୍ପର୍କ ବାରମ୍ବାର ରଖିଥିଲେ । ଯୁବତୀ ଜଣଙ୍କ ଦେହ ଅସୁସ୍ଥ ହେବା ପରେ ସେ ଗ୍ରାମର ଆଶା ଦିଦିଙ୍କ ସହାୟତାରେ ଭୁବନ ଡାକ୍ତରଖାନାକୁ ଚିକିତ୍ସା ପାଇଁ ଆସିଥିଲେ। ସେଠାରେ ଯୁବତୀ ଜଣଙ୍କ ଗର୍ଭବତୀ ଥିବାର ଜଣାପଡିଥିଲା । ସଙ୍ଗେ ସଙ୍ଗେ ଯୁବତୀଙ୍କୁ ନେଇ ସଖି ଓ୍ବାନଷ଼ଟପ ସେଣ୍ଟରରେ ରଖାଯାଇଥିଲା। ପରେ ଯୁବତୀ ଜଣଙ୍କ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ପୋଲିସ ଅଭିଯୁକ୍ତମାନଙ୍କୁ ବିଭିନ୍ନ ସ୍ଥାନରୁ ଆଣି ଅଟକ ରଖିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

ଅନ୍ତନେଇ ଗାଁରେ ଚାଲିଥିଲା ଜୁଆଖେଳ: ଅତର୍କିତ ଚଢ଼ାଉ କରି ୨ ଜୁଆଡ଼ିଙ୍କୁ ବାନ୍ଧିଲା ପୋଲିସ, ଖସିଗଲେ… ଜବତ ହେଲା…

ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଟିମ୍‌ ମହୁଡ଼ା ନିକଟ ଅନନ୍ତେଇ ଗ୍ରାମରେ ଚାଲିଥିବା ଜୁଆ ଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri