୪ର୍ଥ ବାର୍ଷିକ ସମ୍ମିଳନୀ, ଅବସରପ୍ରାପ୍ତ କର୍ମଚାରୀଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା…

ଭଞ୍ଜନଗର,୧୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅବସରପ୍ରାପ୍ତ ରାଜ୍ୟ ସରକାରୀ କର୍ମଚାରୀ ସଂଘର ଚତୁର୍ଥ ବାର୍ଷିକ ସମ୍ମିଳନୀ ରବିବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସଭାପତି ବିଭୂତି ଭୂଷଣ ଜେନା ସଭାପତିତ୍ୱ କରି ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କୁ ବିଭିନ୍ନ କ୍ଷେତ୍ରରେ ସ୍ୱତନ୍ତ୍ର ବ୍ୟବସ୍ଥା କରିବା ପାଇଁ ଦାବୀ କରିଥିଲେ। ବିଶେଷ କରି ବ୍ୟାଙ୍କ, ମେଡିକାଲ୍, ଯାନବାହାନ ସେବାରେ ସ୍ୱତନ୍ତ୍ର ସେବା ମିଳୁ ବୋଲି ଜେନା କହିଥିଲେ।
ଏଥିରେ ମୁଖ୍ୟଅତିଥି ଭାବେ ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅଧିକାରୀ ହିମାଂଶୁ ଶେଖର ମହାନ୍ତି, ବିଶିଷ୍ଟ ଅତିଥିଭାବେ ପ୍ରଫେସର କୃତ୍ତିବାସ ବିଶ୍ୱାଳ, ମୁଖ୍ୟବକ୍ତା ଭାବେ ରାଜ୍ୟସଙ୍ଘ ସମ୍ପାଦକ ଶ୍ୟାମସୁନ୍ଦର ଖାଡ଼ଙ୍ଗା, ସମ୍ନାନୀତ ଅତିଥିଭାବେ ଓଷ୍ଟା ରାଜ୍ୟ ସଂଘ ସଭାପତି ଅକ୍ଷୟ ମିଶ୍ର, ସାଧାରଣ ସମ୍ପାଦକ ରଞ୍ଜନ କୁମାର ଦାସ, ଆଲୋଷ୍ଟା ରାଜ୍ୟ ସାଧାରଣ ସମ୍ପାଦକ ସୁକାନ୍ତ କୁମାର ବେହେରା, ପର୍ଶୁରାମ ସ୍ୱାଇଁ, ପଦ୍ମନାଭ ପ୍ରଧାନ, ଅନୁପମ ବାନାର୍ଜୀ, ସୁବଳ ଚନ୍ଦ୍ର ଭୂୟାଁ ମଂଚାସୀନ ହୋଇ ନିଜ ନିଜର ବକ୍ତବ୍ୟ ରଖିଥିଲେ।

ଏହି ଅବସରରେ ୮୦ ବର୍ଷରୁ ଉର୍ଦ୍ଧ୍ବ ବରିଷ୍ଠ ନାଗରିକମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।
ନେତାଜୀ ବିଷୋୟୀ ସଭାକୁ ସଂଯୋଜନା କରିଥିଲେ । ଶୂଳପାଣି ଶତପଥି, ଜଗବନ୍ଧୁ ଜେନା, ସନ୍ତୋଷ କୁମାର ଜେନା, ପ୍ରଦୀପ କୁମାର ସ୍ୱାଇଁ, ସୁବାସ ଚନ୍ଦ୍ର ତାରିଣୀ, ନିର୍ମଳ ସ୍ୱାଇଁ, ଗଣେଶ ଚନ୍ଦ୍ର ପଣ୍ଡା, ବୃନ୍ଦାବନ ନାୟକ, ରମେଶ ଚନ୍ଦ୍ର ଗୌଡ଼, କବିରାଜ ପୋଲେଇ ପ୍ରମୁଖ କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ସହଯୋଗ କରିଥିଲେ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ନିରକ୍ଷର ବ୍ୟକ୍ତିମାନଙ୍କୁ ସାକ୍ଷର: ଉଲ୍ଲାସ ଅଭିଯାନ ଶୁଭାରମ୍ଭ

ଛତ୍ରପୁର, ୫।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନିରକ୍ଷରଙ୍କୁ ସାକ୍ଷର କରିବା ଓ ଜୀବନବ୍ୟାପୀ ଶିକ୍ଷା ପ୍ରତି ଲୋକଙ୍କୁ ଉତ୍ସାହିତ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାରେ ‘ଉଲ୍ଲାସ’ ସଚେତନତା…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri