ନୂଆପଡ଼ା,୨୦ା୧୧ (ମକାରୁ ବେମାଲ): ଜାତୀୟ ଓ ରାଜ୍ୟ ଆଇନସେବା ପ୍ରାଧିକରଣଙ୍କ ନିର୍ଦ୍ଦେଶ କ୍ରମେ ନୂଆପଡ଼ା ଜିଲା ଓ ଦୌରା ଜଜ୍ ତଥା ଜିଲା ଆଇନସେବା ପ୍ରାଧିକରଣ ଅଧ୍ୟକ୍ଷ ନିରଞ୍ଜନ ପଣ୍ଡାଙ୍କ ତତ୍ତ୍ୱାବଧାନରେ ଆସନ୍ତା ଡିସେମ୍ବର ୧୩ରେ ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ହେବା ପାଇଁ ବୁଧବାର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା କୋର୍ଟ ସମେତ କୋମନା, ଖଡ଼ିଆଳ, ସିନାପାଲି ଓ ବୋଡ଼େନ କୋର୍ଟରେ ଏହି ତ୍ତ୍ଲୋକ ଅଦାଲତ ଅନୁଷ୍ଠିତ ହେବ। ଏଥିରେ ଦେୱାନୀ, ଫୌଜଦାରି, ମୋଟର ଦୁର୍ଘଟଣାଜନିତ କ୍ଷzତିପୂରଣ, ବୈବାହିକ ବିବାଦ (ଛାଡ଼ପତ୍ର ବାଦଦେଇ), ଜମି ଅଧିଗ୍ରହଣ, ବିଦ୍ୟୁତ୍ ଓ ଜଳ ଯୋଗାଣ ବିଲ୍ ଦେୟ ଜନିତ ବିବାଦ, ବ୍ୟାଙ୍କ ଋଣ ବିବାଦ, ଶ୍ରମ ଓ ନିଯୁକ୍ତି ବିବାଦର ସମାଧାନ ହୋଇପାରିବ। ମକଦ୍ଦମା ଓ ବିବାଦର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ଦେବାକୁ ପଡ଼େ ନାହିଁ। ଲୋକ ଅଦାଲତଙ୍କ ରାୟ ବୈଧ, ଚୂଡ଼ାନ୍ତ ବୋଲି ସଚିବ ନବନୀତା ଦାଶ ସୂଚନା ଦେଇଛନ୍ତି।


